ପ୍ରମୂଖ ଖବର
  • ରଥଯାତ୍ରା ପରିଚାଳନା ଭକ୍ତ ଓ ଭଗବାନଙ୍କ ବଦଳରେ ଭିଆଇପି କେନ୍ଦ୍ରୀତ ଥିଲା : ଭକ୍ତ
  • ||
  • ଗଞ୍ଜାମ : ବ୍ରାହ୍ମଣିଆପଲ୍ଲୀ ଗାଁରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ଶରଧାବଲି ଘଟଣାରେ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ମୃତ ଭକ୍ତଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ରାଶି
  • ||
  • ଶରଧାବାଲି ଅଘଟଣରେ ବଡ଼ ଆକ୍ସନ, ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍‌ପି, ..IAS ଚଞ୍ଚଲ ରଣା ଏବଂ IPS ପିନାକ ମିଶ୍ରକୁ ମିିଳିଲା ଗୁରୁଦାୟିତ୍ବ
  • ||
  • ମୟୂରଭଞ୍ଜ : ମୋରଡାରେ ବନ୍ୟା ପରିସ୍ଥିତି: ପୋଲ ଉପରେ ଚାଲୁଛି ବନ୍ୟାଜଳ
  • ||
  • ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ନୀତିଗତ ନିଷ୍ପତ୍ତି, ରାଜ୍ୟର ଶିଶୁବାଟିକାରେ ନିଯୁକ୍ତ ହେବେ ‘ଶିଶୁ ସେବିକା’
  • ||
  • ରାଜଧାନୀରେ ଡେଙ୍ଗୁର କାୟା ବିସ୍ତାର: ୧୦୦ ମୁହାଁ ରୋଗୀ ସଂଖ୍ୟା, ଜୁନ୍‌ରେ ସର୍ବାଧିକ ପଜିଟିଭ
  • ||
  • କେନ୍ଦୁଝର : ପାନ ଦୋକାନରେ କଳାକନା ବୁଲାଇଲେ ଲୁଟେରା, ତାଲା ଭାଙ୍ଗି ନେଇଗଲେ ଦାମୀ ସାମଗ୍ରୀ
  • ||
  • ଶରଧାବାଲିରେ ତିନି ରଥ, ଜନ୍ମବେଦୀକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତୀ, ଅପରାହ୍ନରେ ଆଡ଼ପ ପହଣ୍ଡି
  • ||
  • କିଏ ହେବେ ରାଜ୍ୟ ବିଜେପି ସଭାପତି ? ଆଜିଠୁ ତିନି ଦିନ ଚାଲିବ ନିର୍ବାଚନ ପ୍ରକ୍ରିୟା, ବିହାର ସାଂସଦ ସଞ୍ଜୟ ଜୟସ୍ୱାଲ ପର୍ଯ୍ୟବେକ୍ଷକ
  • ||
  • ଲଘୁଚାପ ପ୍ରଭାବ: ଆସନ୍ତା ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା, ଆଜି ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||
  • ରଥଯାତ୍ରାରେ ବିଭ୍ରାଟ; ଶରଧାବାଲିରେ ବଡ଼ ଧରଣର ଠେଲାପେଲା, ୩ ଶ୍ରଦ୍ଧାଳୁ ମୃତ
  • ||

ରଥଯାତ୍ରାରେ ବିଭ୍ରାଟ; ଶରଧାବାଲିରେ ବଡ଼ ଧରଣର ଠେଲାପେଲା, ୩ ଶ୍ରଦ୍ଧାଳୁ ମୃତ

Published By : Harapriya Sethi | June 29, 2025 7:26 AM

ପୁରୀ,୨୯/୦୬: ଶରଧାବାଲିରେ ଅଘଟଣ । ମହାପ୍ରଭୁଙ୍କ ତିନି ରଥ ସାମ୍ନାରେ ବଡ଼ ଧରଣର ଠେଲାପେଲା । ଦଳାଚକଟାରେ ୩ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଅଭିଯୋଗ । ରବିବାର ଭୋର ୪ଟା ୫୦ରେ ଠେଲାପେଲା ହୋଇଥିବା ଅନୁମାନ କରାଯାଉଛି । ସମସ୍ତ ମୃତକ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡ଼ିଛି । ସେମାନଙ୍କ ମଧ୍ୟରୁ ଦୁଇ ଜଣ ମହିଳା, ପ୍ରଭାତୀ ଦାସ ଏବଂ ବାସନ୍ତୀ ସାହୁ ରଥ ସାମ୍ନାରେ ପ୍ରାଣ ହରାଇଛନ୍ତି । ଆଉ ଜଣେ ୭୦ ବର୍ଷୀୟ ବୃଦ୍ଧ ପ୍ରେମାକାନ୍ତ ମହାନ୍ତି ହସ୍ପିଟାଲରେ ପ୍ରାଣ ହରାଇଥିବା ସୂଚନା ରହିଛି । ଏନେଇ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ପବିତ୍ର ମୋହନ ମଲ୍ଲିକ ସୂଚନା ଦେଇଛନ୍ତି ।

ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଶ୍ରୀଜିଉଙ୍କୁ ଦର୍ଶନ ବେଳେ ଦଳାଚକଟା ଯୋଗୁଁ ୩ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାକୁ ନେଇ ଟ୍ବିଟ୍ କରି ଦୁଃଖ ପ୍ରକାଶ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀବରାଜ ହରିଚନ୍ଦନ । ମହାପ୍ରଭୁଙ୍କ ନିକଟରେ ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଏଥିସହ ସମସ୍ତ ଆହତ ବ୍ୟକ୍ତିମାନଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ଆଇନ ମନ୍ତ୍ରୀ । 


ଏହି ଅଘଟଣ ପରେ ପୁଲିସ ଡିଜି ୱାଇ ବି ଖୁରାନିଆ ମଧ୍ୟ ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ରଥଯାତ୍ରାରେ ପ୍ରବଳ ଭିଡ଼ ହୋଇଛି । ଲୋକମାନେ କିପରି ସୁରକ୍ଷା ସହିତ ଦର୍ଶନ କରିପାରିବେ, ସେନେଇ ଆମର ପ୍ରାୟସ ରହିଛି । ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି, ଆପଣମାନେ ବିଭିନ୍ନ ସ୍ଥାନରେ ପୁଲିସର ନିର୍ଦ୍ଦେଶ ପାଳନ କରନ୍ତୁ । ଅନେକ ସ୍ଥାନରେ ଲୋକମାନେ ଠିଆ ହୋଇ ସେମାନଙ୍କ ଫୋନ୍‌ରୁ ଫଟୋ ଫଠାଉଛନ୍ତି । ସେଥିପାଇଁ ଅସୁବିଧା ହେଉଛି । ତେଣୁ ଆପଣମାନେ ସହଯୋଗ କରନ୍ତୁ । ଆଜି ସକାଳେ ଯେଉଁ ଘଟଣା ହୋଇଛି, ତାହାର ଯାଞ୍ଚ ଚାଲିଛି । ଆବଶ୍ୟକୀୟ ପଦକ୍ଷେପ ନିଆଯାଉଛି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.