ପ୍ରମୂଖ ଖବର
  • ମତ୍ସ୍ୟ ସେବାରେ ୨୧୭ ନୂତନ ପଦବୀ ଏବଂ ଉଦ୍ୟାନ କୃଷି ସେବାରେ ୬୭ ନୂତନ ପଦବୀ ସୃଷ୍ଟି
  • ||
  • ଦିଗପହଣ୍ଡି ଓସ୍ତାପଲ୍ଲୀରେ ବ୍ୟାପୁଛି ଝାଡାବାନ୍ତି, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା
  • ||
  • ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କଶ୍ୟପ ‘ଜନ ସୁରାଜ’ ପାର୍ଟିରେ ସାମିଲ
  • ||
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ହିଂସା ଛାଡ଼ି ମୁଖ୍ୟ ସ୍ରୋତକୁ ଫେରୁଛନ୍ତି ନକ୍ସଲ; ଆତ୍ମସମର୍ପଣ କଲେ ତିନି ହାର୍ଡକୋର୍ ମାଓବାଦୀ

Published By : Rasmita Pradhan | July 7, 2025 3:18 PM

ଫୁଲବାଣୀ, ୭/୭ : ମାଓ ବିରୋଧୀ ଅଭିଯାନରେ କନ୍ଧମାଳ ପୁଲିସକୁ ବଡ଼ ସଫଳତା। ପୁଲିସ ନିକଟରେ ଆତ୍ମସମର୍ପଣ କଲେ ଦୁଇ ମହିଳା କ୍ୟାଡର ସମେତ ତିନି ଜଣ ହାର୍ଡକୋର ମାଓବାଦୀ। ଏନେଇ ଆଜି କନ୍ଧମାଳ ଜିଲ୍ଲା ପୁଲିସ ମୁଖ୍ୟାଳୟରେ ପ୍ରେସ୍ ମିଟ୍ କରି ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି ନିତି ଶେଖର।

ଆତ୍ମସମର୍ପଣ କରିଥିବା ମାଓବାଦୀମାନେ ହେଲେ ବିଜିଏନ ସଙ୍ଗଠନ ଡିଭିଜନାଲ କମିଟି ମେମ୍ବର ମାଦେ ବେତି ଓରଫ ଚମ୍ପା, କେକେବିଏନ ସଙ୍ଗଠନର ଏରିଆ କମିଟି ମେମ୍ବର ରାଜୁ ଦୋଡି ଓରଫ ଅଜୟ ଏବଂ ଆଡମୋ ମାଧବୀ ଓରଫ ମଞ୍ଜୁ। ଚମ୍ପା ୨୦୦୯ରୁ ମାଓ ସଙ୍ଗଠନରେ ସାମିଲ ହୋଇଥିବା ବେଳେ ଅଜୟ ୨୦୧୬ ଏବଂ ମଞ୍ଜୁ ୨୦୧୧ରେ ସାମିଲ ହୋଇଥିଲେ। ଏମାନେ ସମସ୍ତେ ଛତିଶଗଡ଼ କ୍ୟାଡରର ଏବଂ କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ସକ୍ରିୟ ଥିଲେ। ଲାଲବାହିନୀର ଝାଡ଼ଖଣ୍ଡ- ଛତିଶଗଡ଼ କରିଡରକୁ ପୁନଃ ସକ୍ରିୟ କରିବା ଦିଗରେ ଏମାନେ କାମ କରୁଥିଲେ। ଅତୀତରେ ଘଟିଥିବା ଏକାଧିକ ମାଓ କାର୍ଯ୍ୟକଳାପରେ ଏମାନଙ୍କ ସମ୍ପୃକ୍ତି ଥିବା ଆଇଜି ସୂଚନା ଦେଇଛନ୍ତି। ସୁରକ୍ଷା ବାହିନୀର ଲଗାତାର ମାଓ ବିରୋଧୀ ଅଭିଯାନ ଦ୍ବାରା ହତୋତ୍ସାହିତ ହେବା ସାଙ୍ଗକୁ ସଙ୍ଗଠନର ଆଭିମୁଖ୍ୟ ପ୍ରତି ବିତସ୍ପୃହ ହୋଇ ପୁଲିସ ପାଖରେ ଆତ୍ମସମର୍ପଣ କରିଛନ୍ତି ତିନି ମାଓବାଦୀ। ସରକାରଙ୍କ ପକ୍ଷରୁ ଘୋଷିତ ଆକର୍ଷଣୀୟ ପ୍ୟାକେଜ୍ ମଧ୍ୟ ସେମାନଙ୍କୁ ଏ ଦିଗରେ ପ୍ରୋତ୍ସାହିତ କରିଥିବା ସେମାନେ କହିଛନ୍ତି। ଏମାନଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିୟମ ଅନୁଯାୟୀ ଥଇଥାନ କରାଯିବ ବୋଲି ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। 

ସୂଚନାଯୋଗ୍ୟ, କିଛି ଦିନ ତଳେ ବାଲିଗୁଡ଼ା ଥାନା ଅଞ୍ଚଳରେ ପୁଲିସ ସହିତ ଗୁଳି ବିନିମୟରେ ଦୁଇ ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା। ଜିଲ୍ଲାରେ ଲଗାତାର ମାଓ ସଙ୍ଗଠନ ଦୁର୍ବଳ ହେଉଥିବା ଏବଂ ବର୍ତ୍ତମାନ କନ୍ଧମାଳ, ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାରେ ଏମାନଙ୍କ ସଂଖ୍ୟା ୫୦ ତଳକୁ ଖସି ଆସିଥିବା ଆଇଜି ପ୍ରକାଶ କରିଛନ୍ତି। ଏହି ଅବସରରେ, ହିଂସା ତ୍ୟାଗ କରି ସମାଜର ମୁଖ୍ୟସ୍ରୋତକୁ ଫେରି ଆସିବା ସହିତ ସରକାରଙ୍କ ଥଇଥାନ ବ୍ୟବସ୍ଥାର ସୁଯୋଗ ନେବା ପାଇଁ ଆହ୍ବାନ ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି । ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କନ୍ଧମାଳ ଏସପି ହରିଶ ବି ସି ଏବଂ ୧୨୭ ସିଆରପିଏଫ ବାଟାଲିୟନର କମାଣ୍ଡାଣ୍ଟ ପଙ୍କଜ ବର୍ମା ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.