ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ସାପ କାମୁଡ଼ାରେ ତିନି ନାବାଳିକା ଝିଅଙ୍କ ମୃତ୍ୟୁ, ବାପା ଗୁରୁତର

ବୌଦ୍ଧ,୦୯/୦୯: ଘରେ ଶୋଇଥିବା ବେଳେ କାମୁଡ଼ିଲା ସାପ । ସାପ କାମୁଡ଼ାରେ ପ୍ରାଣ ହରାଇଲେ ତିନି ନାବାଳିକା ଭଉଣୀ । ଏଥି ସହିତ ବାପା ଗୁରୁତର ହୋଇଛନ୍ତି । ବୌଦ୍ଧ ଜିଲ୍ଲା ଆଦର୍ଶ ଥାନା ଅନ୍ତର୍ଗତ ବଘିଆପଡ଼ା ଫାଣ୍ଡି ଚେରୁଆପାଲି ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି ।

ସୂଚନା ଅନୁଯାୟୀ, ରବିବାର ରାତିରେ ଚେରୁଆପାଲି ଗ୍ରାମରେ ଜଣେ ବ୍ୟକ୍ତି ତାଙ୍କ ତିନି ନାବାଳିକା ଝିଅଙ୍କ ସହ ଘରେ ଶୋଇଥିଲେ । ଏହି ସମୟରେ ଏକ ସାପ ବାପା ଏବଂ ତିନି ଝିଅଙ୍କୁ କାମୁଡ଼ି ଦେଇଥିଲା । ଫଳରେ ତିନି ଭଉଣୀ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ ଏବଂ ତାଙ୍କ ବାପା ଗୁରୁତର ହୋଇପଡ଼ିଥିଲେ । ଏହା ଦେଖି ପରିବାର ଲୋକେ ତାଙ୍କୁ ତୁରନ୍ତ ବୁର୍ଲା ଡାକ୍ତରଖାନାକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଇଥିଲେ । ଏଥି ସହିତ ଏହି ଘଟଣା ସମ୍ୱନ୍ଧରେ ପୋଲିସକୁ ମଧ୍ୟ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଆଦର୍ଶ ଥାନା ପୋଲିସ ପହଞ୍ଚିଥିଲା । ସେଠାରେ ପହଞ୍ଚି ତିନି ନାବାଳିକା ଝିଅଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏଥି ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି ଆଦର୍ଶ ଥାନା ପୋଲିସ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.