ପ୍ରମୂଖ ଖବର
  • ଏସ୍‌ବିଆଇର ପରବର୍ତ୍ତୀ ଅଧ୍ୟକ୍ଷ ହୋଇପାରନ୍ତି ଚଲା ଶ୍ରୀନିବାସୁଲୁ ସେଟ୍ଟି
  • ||
  • ଆଜି ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ
  • ||
  • ଟିଟିଲାଗଡ଼: କାଗଜ ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ନାଇଜେରିଆରେ ଆତ୍ମଘାତି ଆକ୍ରମଣ; ୧୮ ମୃତ, ୪୨ ଆହତ
  • ||
  • ରାଜଧାନୀରେ ଲଗାଣ ବର୍ଷା, ଅଣ୍ଡର ପାସ୍‌ରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭାରତୀୟ ବ୍ୟାଙ୍କଗୁଡ଼ିକୁ ସାଇବର ଆକ୍ରମଣ ଭୟ, ସତର୍କ ରହିବାକୁ ରିଜର୍ଭ ବ୍ୟାଙ୍କର ନିର୍ଦ୍ଦେଶ
  • ||
  • ରାଜ୍ୟରେ ବ୍ୟାପୁଛି ବର୍ଷାଜନିତ ସଂକ୍ରମଣ ରୋଗ, ଜଣ୍ଡିସ୍‌, ଡାଇରିଆ, ଜ୍ୱର ଓ ଡେଙ୍ଗୁ ଭୟ ବଢ଼ିଲା
  • ||
  • ସୋମବାରଠୁ ଜନତା ଦରବାର, ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ, ଜିଲ୍ଲାରେ ବି ଶୁଣାଣି
  • ||
  • ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟିରୁ ସନ୍ନ୍ୟାସ ନେଲେ କୋହଲି - ରୋହିତ, ବିଶ୍ୱକପ୍ ଟ୍ରଫି ବିଜ​‌ୟ ପରେ ଘୋଷଣା
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ୩ ଜିଲ୍ଲାରେ ପ୍ରବଳ ବର୍ଷିବ, ୩ରୁ ନିର୍ଧୁମ ଛେଚିବ
  • ||

୩ କେଜିରୁ ଅଧିକ ହେରୋଇନ୍‌ ଜବତ କଲା ପୋଲିସ, ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

Image Courtesy: Twitter

ଦିସପୁର: ଆସାମର ବଡ଼ ଧରଣର ଡ୍ରଗ୍ସ କାରବାର ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ପୋଲିସ । ରାଜ୍ୟର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୧୯ କୋଟି ଟଙ୍କାର ହେରୋଇନ୍‌ ଜବତ କରାଯାଇଥିବା ବେଳେ ୬ ଜଣଙ୍କୁ ଗିରଫ କରାଯାଇଛି । ଏନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ସୂଚନା ଦେଇଛନ୍ତି । 

ପୋଲିସ ଏକ ସ୍ବତନ୍ତ ଅଭିଯାନ ମାଧ୍ୟମରେ କାଚର ଜିଲ୍ଲାର ଦିଘରଖାଳ ଟୋଲ୍‌ ଗେଟ୍‌ ନିକଟରୁ ୧.୮୮୧ କେଜି ହେରୋଇନ୍ ଜବତ କରିଛି ବୋଲି ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।  ଜବତ ହୋଇଥିବା ହେରୋଇନ୍‌ର ମୂଲ୍ୟ ୯.୫ କୋଟି ହୋଇଥିବା ବେଳେ ଏହି ଘଟଣାରେ ୩ ଜଣଙ୍କୁ ପୋଲିସ ବାନ୍ଧିଛି । ସେହି ଜିଲ୍ଲାର ଅନ୍ୟ ଏକ ସ୍ଥାନରୁ ପୋଲିସ ୫୬୧ ଗ୍ରାମ୍‌ର ହେରୋଇନ୍‌ ଜବତ କରିଥିବା ବେଳେ ଦୁଇ ଜଣଙ୍କୁ ଗିରଫ କରିଛି ।ଜବତ ହେରୋଇନ୍ର ମୂଲ୍ୟ ୩ କୋଟି ଟଙ୍କା ହେବ । 




 ସେହିଭଳି କର୍ବି ଆଙ୍ଗଲୋନ  ଜିଲ୍ଲାରୁ ପୋଲିସର ଏକ ଟିମ୍‌ ୧.୦୦୫ କେଜିର ହେରୋଇନ ଜବତ କରିଛି । ଅନ୍ତର୍ଜାତୀୟ ବଜାରରେ  ଯାହାର ଦାମ ୭ କୋଟି ଟଙ୍କା ହେବ ବୋଲି ଜଣାପଡ଼ିଛି । ଏହି ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରିଛି ।  ଏଭଳି ବଡ଼ ସଫଳତା ପାଇଁ ପୋଲିସକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ।    

 

  • Drugs
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.