ପ୍ରମୂଖ ଖବର
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ଗୁରୁବାର ରାଶିଫଳ; ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କର ସମସ୍ତ ମନୋବାଞ୍ଛା ହେବ ପୂର୍ଣ୍ଣ

ମେଷ: ଦ୍ୱାଦଶ ଚନ୍ଦ୍ର ଏବଂ ଘାତଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶଟଙ୍କା ହେବ ଏବଂ ଆର୍ଥିକ ସଙ୍କଟ ଉପୁଯିବ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ନିଜର ଲୋକ ମାନେ ଶତ୍ରୁତା ଆଚରଣ କରିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣଲାଗି ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୩, ଆରାଧନା: ମା’ ବଗଳାମୁଖୀ ।

ବୃଷ: ଅପରାହ୍ଣ ୪ଟା ୨୦ ମିନିଟ୍‌ ପର୍ଯ୍ୟନ୍ତ ଏକାଦଶଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ଆୟର ମାର୍ଗ ଅତିଉତ୍ତମ ରହିବ ଏବଂ ବିଭିନ୍ନଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଏହାପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ବିଘ୍ନ ଦେଖାଦେବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୪, ଆରାଧନା: ମା’ କମଳା ।

ମିଥୁନ: ଦଶମ ଓ ଏକାଦଶ ଚନ୍ଦ୍ର ଉଭୟଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପସିତ୍‌ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ଉନ୍ନତି ମୂଳକ କର୍ମରେ ଅଧିକ ଧ୍ୟାନ ରହିବ ଏବଂ ମନରେ ଉନ୍ନତ ଚିନ୍ତାଧାରା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଆର୍ଦ୍ରାମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୮, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ: ନବମ ଚନ୍ଦ୍ର, ପୂର୍ଣ୍ଣିମାତିଥି ଏବଂ ଗୁରୁବାର ଯୋଗୁ ସମସ୍ତ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣ କରିବେ । ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ନେବେ ଏବଂ ମହତ୍‌ଜନଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: କର୍କଟ, ସଂଖ୍ୟା: ୩, ଆରାଧନା: ମା’ ସମଲେଶ୍ୱରୀ ।

ସିଂହ: ଅଷ୍ଟମ ଓ ନବମ ଚନ୍ଦ୍ର ଉଭୟଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ପଦସ୍ଥ ଅଧିକାରୀଙ୍କ ସହ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୬, ଆରାଧନା: ପ୍ରଭୁ ଗଜାନନ। 

କନ୍ୟା: ସପ୍ତମ ଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ଅପରାହ୍ଣ ୪ଟା ୫୬ ମିନିଟ୍‌ପରେ ଅଷ୍ଟମଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ ଅଶୁଭ ଫଳ ମିଳିବ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଚକୋଲେଟ୍‌, ସଂଖ୍ୟା: ୪, ଆରାଧନା: ଭଗବାନ ବିଷ୍ଣୁ ।

ତୁଳା: ଘାତବାର ଏବଂ ଷଷ୍ଠ ଓ ସପ୍ତମଚନ୍ଦ୍ର ଉଭୟଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ଦାମ୍ପତ୍ୟ ଜୀବନରେ ମଧୁରତା, ଚାଲିଚଳନରେ ସଂଯମତା ଏବଂ ସମସ୍ତକର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୧୨, ଆରାଧନା: ପ୍ରଭୁଶ୍ରୀରାମ ।

ବିଛା :ପଞ୍ଚମ ଓ ଷଷ୍ଠଚନ୍ଦ୍ର ଉଭୟଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ସନ୍ତାନ ମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମ୍ମାନ ମିଳିବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଘାତଚନ୍ଦ୍ର ଏବଂ ଅପରାହ୍ଣ ୪ଟା ୨୦ ମିନିଟ୍‌ ପରେ ପଞ୍ଚମ ଚନ୍ଦ୍ର ଓ ୪ଟା ୫୬ ମିନିଟ୍‌ ପରେ କୃଷ୍ଣପକ୍ଷ ଭୋଗ ହେଉଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କରୋଷର ଶିକାର ହେବେ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ତୃତୀୟଚନ୍ଦ୍ର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ମନରେ ଦୃଢ଼ଇଚ୍ଛାଶକ୍ତି ଓ ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ସମସ୍ତକର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା :ମା’ ଭୈରବୀ ।

କୁମ୍ଭ :  ଦ୍ୱିତୀୟ, ତୃତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂହୃତଧନ ଫେରି ପାଇବେ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ଘାତବାରର ପ୍ରଭାବ ବିଶେଷ ରହିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଶତଭିଷାକୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।

ମୀନ : ଶ୍ରୀଚନ୍ଦ୍ରଏବଂ ଦ୍ୱିତୀୟଚନ୍ଦ୍ର, ଗୁରୁବାର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ଉତ୍ତରା ଭାଦ୍ରମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୭, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ ୯୪୩୭୧୩୩୪୭୩

 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.