ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଶିମିଳିପାଳ ଛାଡି ଝାଡ଼ଖଣ୍ଡରେ ପହଞ୍ଚିଲାଣି ବାଘୁଣୀ ‘ଜିନ୍ନତ’, ପୁଣି ଶିମିଳିପାଳକୁ ଫେରାଇ ଆଣିବାକୁ ଚାଲିଛି ଉଦ୍ୟମ

Published By : Suraj Kumar | December 9, 2024 5:13 PM

ବାରିପଦା, ୯।୧୨(ଆ ପ୍ର ) : ଶିମିଳିପାଳ ଛାଡି ଏବେ ଝାଡଖଣ୍ଡ ପହଞ୍ଚିଲାଣି ମହାରାଷ୍ଟ୍ର ତଡ଼ବା-ଅନ୍ଧାରୀ ଜାତୀୟ ବ୍ୟାଘ୍ର ଅଭୟାରଣ୍ୟରୁ   ଆସିଥିବା ମହାବଳ ବାଘୁଣୀ ଜିନ୍ନତ l ଝାଡ଼ଖଣ୍ଡରେ ବାଘୁଣୀ ଜିନ୍ନତ ପହଞ୍ଚି ଥିବା ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ୍ୟ ପ୍ରାଣୀ ସଂରକ୍ଷକ ଡ଼ଃ ପ୍ରକାଶ ଚାନ୍ଦ ଗୋଗିନେନି ସୂଚନା ଦେଇଛନ୍ତି।

ଡ଼ଃ ଗୋଗିନେନି କହିଛନ୍ତି ଯେ, ରବିବାର ରାତିରେ ଜିନ୍ନତ ବାଙ୍ଗିରିପୋଷି ରେଞ୍ଜ ଅଧିନ ଯୋକା ଅଞ୍ଚଳ ଦେଇ ଓଡିଶା ସୀମା ପାର କରି ଝାଡ଼ଖଣ୍ଡରେ ପ୍ରବେଶ କରିଛି । ତେବେ ଅନୁଧ୍ୟାନକାରୀ ଟିମ ଜିନ୍ନତକୁ ପୁଣି ଶିମିଳିପାଳକୁ ଫେରାଇ ଆଣିବା ପାଇଁ ଉଦ୍ୟମ ଜାରି ରଖିଥିବା ନେଇ ସେ ସୂଚନା ଦେଇଥିବା ବେଳେ ଝାଡ଼ଖଣ୍ଡ ରାଜ୍ୟ ସରକାରଙ୍କ ବନ ବିଭାଗ ସହିତ ଏ ସମ୍ପର୍କରେ ଆଲୋଚନା କରାଯାଇଥିବା ନେଇ ମଧ୍ୟ ସେ କହିଛନ୍ତି । ତେବେ ଖୁବଶୀଘ୍ର ବାଘୁଣୀ ଜିନ୍ନତକୁ ଫେରାଇ ଅଣାଯିବ ବୋଲି ମଧ୍ୟ ସେ କହିଛନ୍ତି ।

ଏଠାରେ ସୂଚନାଯୋଗ୍ୟ ଯେ ଶିମିଳିପାଳରେ ବାଘ ବଂଶ ବୃଦ୍ଧି ପାଇଁ ପ୍ରଥମେ ଯମୁନା ଓ ତା’ ପରେ ବାଘୁଣୀ ଜିନ୍ନତକୁ ମହାରାଷ୍ଟ୍ରର ତଡବା ଅନ୍ଧାରୀ ବ୍ୟାଘ୍ର ପ୍ରକଳ୍ପରୁ ଶିମିଳିପାଳକୁ ଅଣା ଯାଇଥିଲା l ଗତ ନଭେମ୍ବର ୧୪ ତାରିଖରେ ଶିମିଳିପାଳ ଅଭୟାରଣ୍ୟକୁ ଆସିଥିବା ଜିନ୍ନତକୁ  ନଭେମ୍ବର ୧୫ ସକାଳେ ଚହଲା ନିକଟସ୍ଥ ଏକ ସଫ୍ଟ ଏନକ୍ଲୋଜରରେ  ଛଡାଯାଇଥିଲା। ସଫ୍ଟ ଏନକ୍ଲୋଜର ମଧ୍ୟରେ  ୩ଟି ବାରାହା ଶିକାର କରିବା ପରେ ତାର ସ୍ୱାସ୍ଥ୍ୟ ଅବସ୍ଥା ଠିକ ଠାକ ଥିବାରୁ ନଭେମ୍ବର ୨୪ରେ ଜଙ୍ଗଲରେ ଛଡାଯାଇଥିଲା। ଶିମିଳିପାଳ ଅଭୟାରଣ୍ୟ କୋର ଜଙ୍ଗଲରେ ବାଘୁଣୀ ଜିନ୍ନତ ବିଚରଣ କରୁଥିବା ବେଳେ ତାର ଗତିବିଧି ଉପରେ ଟ୍ରାପ କ୍ୟାମେରା ରେ ନଜର ରଖାଯାଇଥିଲା l ତେବେ ଗତ ରାତିରେ ଶିମିଳିପାଳ ଅଭୟାରଣ୍ୟର କୋର ଏରିଆରୁ ଆସି ବାଙ୍ଗିରିପୋଷି ରେଞ୍ଜ ଅନ୍ତର୍ଗତ ଜୋକା ଦେଇ ଝାଡ଼ଝାଣ୍ଡ ସୀମାରେ  ମହାବଳ ବାଘୁଣୀ ଜିନ୍ନତ ପହଞ୍ଚି ଥିବା ନେଇ ଆଞ୍ଚଳିକ ବନ୍ୟପ୍ରାଣୀ ସଂରକ୍ଷକ ତଥା ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ଡ଼ଃ ପ୍ରକାଶ ଚାନ୍ଦ ଗୋଗିନେନି କହିଛନ୍ତି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.