ଭୁବନେଶ୍ୱର,୧୭/୦୨: ବ୍ରାହ୍ମଣୀ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଟୋକୁ ଧକ୍କା ଦେଲା ଟିପ୍ପର । ଏହି ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । କୋରାପୁଟ ଜିଲ୍ଲା ବ୍ରାହ୍ମଣୀ ଗାଁ ନିକଟରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।
ସୂଚନା ମୁତାବକ, ସୋମବାର ବ୍ରାହ୍ମଣୀ ଗାଁ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଧକ୍କା ଦେଇଥିଲା ଟିପ୍ପର । ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଲୋକ ଆହତ ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛି । ଏହା ସହ ୪ଜଣଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ତେବେ ମେଡିକାଲରେ ଭର୍ତ୍ତି ହୋଇଥିବା କିଛି ବ୍ୟକ୍ତିଙ୍କ ଅବସ୍ଥା ଗୁରୁତର ରହିଛି । ସେଥିପାଇଁ ଆଗକୁ ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ପୋଲିସ ଘଟଣାସ୍ଥଳରେ ଉପସ୍ଥିତ ରହି ଘଟଣାର ତଦନ୍ତ ଚଳାଇଛି । ତଦନ୍ତ ପରେ ହିଁ ଦୁର୍ଘଟଣା ସଂପର୍କରେ ଅଧିକ ତଥ୍ୟ ମିଳି ପାରିବ ବୋଲି ଆଶା କରାଯାଉଛି ।