ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ତିରୁପତି ଲଡୁରେ କିଏ ମିଶାଉଥିଲା ପଶୁ ଚର୍ବି ? ସିବିଆଇ ତଦନ୍ତ ଦାବି, ଗୃହମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ନେତା...

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ତିରୁପତି ବାଲାଜୀ ମନ୍ଦିରର ପ୍ରସାଦରେ ବ୍ୟବହୃତ ଘିଅର ଯାଞ୍ଚ ରିପୋର୍ଟ ସାମ୍ନାକୁ ଆସିବା ପରେ ସମଗ୍ର ଦେଶରେ ଏବେ ରାଜନୀତି ଉଷ୍ଣ ହୋଇଛି। ତିରୁପତି ମନ୍ଦିରର ଲଡୁ ପ୍ରସାଦରେ ମାଛ ତେଲ ଏବଂ ପଶୁ ଚର୍ବିର ମିଶ୍ରଣ ହେଉଥିବା ଏହି ରିପୋର୍ଟରେ ନିଶ୍ଚିତ ହୋଇଛି । ଟିଡିପି ଏହି ପ୍ରସଙ୍ଗରେ ଜଗନ୍ ମୋହନ ରେଡ୍ଡୀଙ୍କ ନେତୃତ୍ବାଧିନ ପୂର୍ବ ସରକାରଙ୍କ ଉପରେ ଅଭିଯୋଗ ଆଣିଛି । ଅନ୍ୟ ପକ୍ଷରେ ଆଡଭୋକେଟ ବିନୀତ ଜିନ୍ଦଲ ଏ ସମ୍ପର୍କରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ଏକ ଚିଠି ଲେଖିଛନ୍ତି।

ଆଡଭୋକେଟ୍ ବିନୀତ ଜିନ୍ଦଲ ଗୃହ ମନ୍ତ୍ରଣାଳୟ ଏବଂ ଆନ୍ଧ୍ରପ୍ରଦେଶ ପୋଲିସ ମୁଖ୍ୟଙ୍କୁ ଚିଠି ଲେଖି ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀ, ତିରୁମାଲା ତିରୁପତି ଦେବସ୍ଥାନମ ଅଧିକାରୀ ଏବଂ ପଶୁ ଚର୍ବି ମିଶ୍ରିତ ଘିଅ ଯୋଗାଉଥିବା ଠିକାଦାରଙ୍କ ବିରୋଧରେ ଅଭିଯୋଗ ପଞ୍ଜିକରଣ କରିବାକୁ ଦାବି କରିଛନ୍ତି । ଏଥିସହ ପୂର୍ବତନ ସିଏମ ଜଗନ ମୋହନ ରେଡ୍ଡୀ ଏବଂ ଅନ୍ୟମାନଙ୍କ ବିରୋଧରେ ଜାତୀୟ ସୁରକ୍ଷା ଆଇନ (NSA) ଲାଗୁ କରିବାକୁ ସେ ଦାବି କରିଛନ୍ତି।

ଏହା ବ୍ୟତୀତ ଆନ୍ଧ୍ରପ୍ରଦେଶ କଂଗ୍ରେସ ମୁଖ୍ୟ ତଥା ଜଗନ୍ ମୋହନ ରେଡ୍ଡୀଙ୍କ ଭଉଣୀ ଓ୍ବାଇ.ଏସ୍ ଶର୍ମିଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଚିଠି ଲେଖି ପ୍ରଭୁ ବାଲାଜୀଙ୍କ ଲଡୁରେ ବ୍ୟବହୃତ ଘିଅରେ ପଶୁ ଚର୍ବିର ବ୍ୟବହାର ଯାଞ୍ଚ କରିବାକୁ ସିବିଆଇକୁ ଅନୁରୋଧ କରିଛନ୍ତି।

ଏହି ପ୍ରସଙ୍ଗରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡା ଆଜି (ଶୁକ୍ରବାର) କହିଛନ୍ତି ଯେ, ସେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁଙ୍କ ସହ କଥା ହୋଇଛନ୍ତି ଏବଂ ତିରୁପତି ଲଡୁ ପ୍ରସଙ୍ଗରେ ସମ୍ପୂର୍ଣ୍ଣ ରିପୋର୍ଟ ମାଗିଛନ୍ତି । ସେ କହିଛନ୍ତି ଯେ କେନ୍ଦ୍ର ସରକାର ଏହି ଘଟଣାର ଅନୁସନ୍ଧାନ କରିବେ ଏବଂ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।

ତେବେ ଯେତେବେଳେ ଏହି ପ୍ରସଙ୍ଗରେ ରାଜନୀତି ଜୋର୍ ଧରିଲା, ସେତେବେଳେ ଆନ୍ଧ୍ରପ୍ରଦେଶର ପୂର୍ବତନ ସିଏମ ଜଗନ୍ ମୋହନ ଏବଂ ତାଙ୍କ ଦଳ YSR କଂଗ୍ରେସ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ସିଏମ୍ ଏନ ଚନ୍ଦ୍ରବାବୁ ନାଇଡୁ ଏବଂ ଟିଡିପିର ଅଭିଯୋଗ ଉପରେ ତଦନ୍ତ ପାଇଁ ଏକ ନ୍ୟାୟିକ କମିଟି ଗଠନ କରିବାକୁ YSR କଂଗ୍ରେସ ଦାବି କରିଛି । ଏହି ପ୍ରସଙ୍ଗରେ ଖାଦ୍ୟମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି ଯେ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଯାହା କହିଛନ୍ତି ତାହା ଗୁରୁତର ବିଷୟ । ସେ କହିଛନ୍ତି ଯେ ବିସ୍ତୃତ ଅନୁସନ୍ଧାନ ଆବଶ୍ୟକ ଏବଂ ଦୋଷୀଙ୍କୁ ଦଣ୍ଡ ଦିଆଯିବା ଉଚିତ୍ । କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ ମଧ୍ୟ ଶୁକ୍ରବାର ଏହି ପ୍ରସଙ୍ଗରେ କହିଛନ୍ତି ଯେ ତିରୁପତି ପ୍ରସାଦ ମାମଲାରେ ସିବିଆଇ ତଦନ୍ତର ଆବଶ୍ୟକତା ରହିଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.