ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ହୋ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁସୂଚୀରେ ସାମିଲ ଓ ଓଡିଶାରେ ଦ୍ୱିତୀୟ ରାଜ ଭାଷାର ମାନ୍ୟତା ପାଇଁ ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

କେନ୍ଦୁଝର ସଦର୧୩/୯ :  ଅଖିଳ ଭାରତୀୟ ହୋ ଭାଷା କ୍ରିୟାନୁଷ୍ଠାନ କମିଟି କେନ୍ଦୁଝର ତରଫରୁ ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଓଡିଶାରେ ହୋ ଭାଷାକୁ ଦ୍ବିତୀୟ ରାଜ ଭାଷାର ମାନ୍ୟତା ପ୍ରଦାନ, ହୋ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁସୂଚୀରେ ସାମିଲ କରିବା, ସଠିକ ଭାବେ ହୋ ଭାଷାରେ ଅଙ୍ଗନୱାଡ଼ିରେ ନୂଆ ଅରୁଣିମା ମାର୍ଗଦର୍ଶିକା ପୁସ୍ତକ ପ୍ରଚଳନ, ପ୍ରାଥମିକ ବିଦ୍ୟାଳୟଠାରୁ ବିଶ୍ଵ ବିଦ୍ୟାଳୟ ପର୍ଯ୍ୟନ୍ତ ହୋ ଭାଷାରେ ପାଠ୍ୟକ୍ରମ ପ୍ରଚଳନ ଓ ଶତକଡ଼ା ୮୦ ପ୍ରତିଶତରୁ ଅଧିକ ହୋ ଜନଜାତିର ଛାତ୍ରଛାତ୍ରୀ ଥିବା ସ୍କୁଲ ଗୁଡିକରେ ପ୍ରାୟ ୫୦୦ରୁ ଊର୍ଦ୍ଧ୍ବ ବିଦ୍ୟାଳୟରେ ବହୁ ଭାଷାଭାଷୀ ଶିକ୍ଷା ଯୋଜନା ଲାଗୁ କରି ଆବଶ୍ୟକ ହୋ ଭାଷା ଶିକ୍ଷକ ନିଯୁକ୍ତ ଆଦି ଦାବି ନେଇ ବିର୍ସା ମୁଣ୍ଡା ହୋ ସମାଜ ମାର୍ଶାଲ ଆକାଳା କେନ୍ଦୁଝର ତରଫରୁ ଅଖିଳ ଭାରତୀୟ ହୋ ଭାଷା କ୍ରିୟାନୁଷ୍ଠାନ କମିଟି କେନ୍ଦୁଝରର ସଦସ୍ୟମାନେ ଏକ ରାଲି କରିଥିଲେ । 

ଏହାସହ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଓଡ଼ିଶା, ପ୍ରଧାନମନ୍ତ୍ରୀ ଭାରତ ସରକାରଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଜୀବନ ସିଂ ମୁଣ୍ଡା, ସରସ୍ଵତୀ ମୁଣ୍ଡିଆ, ଜୟରାମ ବାଙ୍କିରା, ଲକ୍ଷ୍ମଣ ମୁଣ୍ଡା, ବିଜୟ ମୁଣ୍ଡା ୫ନମ୍ବର ଜିଲ୍ଲାପରିଷଦ ସଭ୍ୟ ରଥ ମୁଣ୍ଡା ପ୍ରମୁଖ ଜିଲ୍ଲାପାଳଙ୍କୁ ଭେଟି ଯଥାର୍ଥ ଦାବି ପ୍ରଦାନ କରିଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.