ପ୍ରମୂଖ ଖବର
  • ସମ୍ବଲପୁର ହନୁମାନ ଜୟନ୍ତୀ ଶୋଭାଯାତ୍ରା : ଫ୍ଲାଗମାର୍ଚ୍ଚରେ ପୁଲିସ୍‌ର ଶକ୍ତି ପ୍ରଦର୍ଶନ, ୩୦ ପ୍ଲାଟୁନ ପୁଲିସଙ୍କୁ ନେଇ ସହର ପରିକ୍ରମା
  • ||
  • ମିଆଁମାରରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୫.୫ ରେକର୍ଡ଼
  • ||
  • IPL 2025: ଆଜି ରାଜସ୍ଥାନ ରୟାଲ୍ସ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ, ସଂଘର୍ଷପୂର୍ଣ୍ଣ ହେବ ମ୍ୟାଚ୍
  • ||
  • ସମ୍ବଲପୁରରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ପରାଧି ସୀତାରାମ ଷଡ଼ଙ୍ଗୀର ଗୋଡ଼ରେ ବାଜିଲା ଗୁଳି
  • ||
  • ବିଧେୟକକୁ ରାଜ୍ୟପାଳଙ୍କ ସ୍ୱୀକୃତି, ଓଡ଼ିଶାରେ ଲାଗୁହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ
  • ||
  • ଏଥର ରାଜ୍ୟରେ ଠିକ୍‌ ସମୟରେ ପହଞ୍ଚିବ ମୌସୁମୀ ବାୟୁ: ଜୁନ୍‌ରେ ସ୍ୱାଭାବିକ ବର୍ଷା, ଜୁଲାଇ ଅଧାରୁ ଅଗଷ୍ଟ ଅଧା ଯାଏ ବର୍ଷା କମିବ
  • ||
  • ଭୁବନେଶ୍ୱର : ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ, ଅଳ୍ପକେ ବର୍ତ୍ତିଲେ ସାଙ୍ଗ
  • ||
  • ବ୍ରହ୍ମପୁର : ଟ୍ରେ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||

ଓଡ଼ିଶାରେ ଆଜିଠୁ ଆୟୁଷ୍ମାନ ଭାରତ ଯୋଜନା, କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ ପି ନଡ୍ଡା

Published By : Prameya | April 11, 2025 8:53 AM

ଭୁବନେଶ୍ୱର/କଟକ,୧୧/୦୪:  ସବୁ ପ୍ରତୀକ୍ଷାର ଅନ୍ତ ‌ । ଓଡ଼ିଶାରେ ଲୋକାର୍ପଣ  ହେବ ଆୟୁଷ୍ମାନ ଭାରତ ଯୋଜନା । ଏହା  ସହ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା  (ଜିଜେଏୱାଇ) ଏବଂ ଆୟୁଷ୍ମାନ ବୟୋବନ୍ଦନାର ମଧ୍ୟ ଶୁଭାରମ୍ଭ ହେବ । ରାଜ୍ୟର ସାଢ଼େ ୩ କୋଟି ଲୋକ ପାଇବେ ମାଗଣା ସ୍ୱାସ୍ଥ୍ୟସେବା । କଟକର  ଐତିହାସିକ ବାଲିଯାତ୍ରା ପଡ଼ିଆରେ ଏଥିପାଇଁ  ମେଗା ଆୟୋଜନ କରାଯାଇଛି । କେନ୍ଦ୍ରମନ୍ତ୍ରୀ ଜେ  ପି ନଡ୍ଡା ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ  ୩ଟି ଯାକ ଯୋଜନାର ଲୋକାର୍ପଣ କରିବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଜୁଏଲ ଓରାମ,  ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ପ୍ରଭାତୀ  ପରିଡ଼ା ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ  ସଭାରେ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ଅଛି ।  ୧୨ ଜିଲ୍ଲାରେ ମଧ୍ୟ ଏଥିପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ରାଜ୍ୟ ସରକାରଙ୍କ ୧୨  ଜଣ ମନ୍ତ୍ରୀ ଏଥିରେ ଅତିଥି ଭାବେ ଯୋଗଦେଇ  ସ୍ୱାସ୍ଥ୍ୟକାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। 

ଓଡିଶାବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା  ଯୋଗାଇଦେବାକୁ ରାଜ୍ୟ ସରକାର ୩ଟି  ଯୋଜନାର ଲୋକାର୍ପଣ କରିବାକୁ ଯାଉଛନ୍ତି ।  ରାଜ୍ୟର ସମସ୍ତ ୧୪୦୫ ପ୍ରାଥମିକ ସ୍ୱାସ୍ଥ୍ୟ  କେନ୍ଦ୍ରରେ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେବ ।  ୩ଟି ଯୋଜନାରେ ରାଜ୍ୟର ୧.୩ କୋଟି  ପରିବାରର ସାଢ଼େ ୩ କୋଟି ଲୋକ ଯୋଡ଼ି  ହେବେ । ୭୦ ବର୍ଷ ବୟସରୁ ଉଧ୍ୱର୍ ଲୋକମାନଙ୍କୁ  ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ସାମିଲ  କରାଯିବ । ରାଜ୍ୟରେ ଏମାନଙ୍କ ସଂଖ୍ୟା ୨୩  ଲକ୍ଷ ୧୩ ହଜାର । ପ୍ରାୟ ୧୭ ଲକ୍ଷ ଆୟୁଷ୍ମାନ  ଏବଂ ଜିଜେଏୱାଇରେ ସାମିଲ ଥିବାରୁ ଆଉ  ୬ ଲକ୍ଷ ହିତାଧିକାରୀ ଏହି ଯୋଜନାରେ ଯୋଡ଼ି  ହେବେ । ପ୍ରତି ପରିବାର ପିଛା ୫ ଲକ୍ଷ ଟଙ୍କା  ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ । ତେବେ  ପରିବାରର ମହିଳା ହିତାଧିକାରୀଙ୍କ ପାଇଁ  ଅତିରିକ୍ତ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସେବା  ପ୍ରଦାନ କରାଯିବ । ଗୋଟିଏ ପରିବାରରେ ୭୦ ବର୍ଷରୁ ଅଧିକ ବୟସର ହିତାଧିକାରୀ ଥିଲେ, ପରିବାର ପ୍ରତି ଚିକିତ୍ସା ଖର୍ଚ୍ଚ ସର୍ବାଧିକ ୧୫ ଲକ୍ଷ ଟଙ୍କା ମିଳିବ । 

ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ଼ ମିଳୁଥିଲା । ଏବେ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ ଲେଖାଏଁ କାର୍ଡ ମିଳିବ । ଏହାଦ୍ୱାରା ରାଜ୍ୟ ବାହାରେ ରହୁଥିବା ହିତାଧିକାରୀମାନଙ୍କୁ ଆଉ ମାଗଣା ସ୍ୱାସ୍ଥ୍ୟ ସେବା ପାଇବାରେ କୌଣସି ଅସୁବିଧା ହେବନି । ବୟୋବନ୍ଦନା ହିତାଧିକାରୀମାନେ ଅଲଗା ସ୍ୱତନ୍ତ୍ର କାର୍ଡ ପାଇବେ । ପୂର୍ବରୁ ୯୦୦ଟି ତାଲିକାଭୁକ୍ତ ହସ୍ପିଟାଲରେ ସ୍ୱାସ୍ଥ୍ୟ ସେବା ମିଳୁଥିଲା । ଏବେ  ଦେଶର ୨୯ହଜାର ଅଗ୍ରଣୀ ଘରୋଇ ଏବଂ ସରକାରୀ  ହସପିଟାଲରେ ଦେୟମୁକ୍ତ ଚିକିତ୍ସା ସେବା ମିଳିବ ।  

ତଳ ବାଲିଯାତ୍ରା ପଡ଼ିଆରେ ପ୍ରାୟ ୩୦ ହଜାର  ଲୋକଙ୍କ ଉପସ୍ଥିତିରେ ରାଜ୍ୟସ୍ତରୀୟ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ । ଏନେଇ ବ୍ୟାପକ ପ୍ରସ୍ତୁତି କରାଯାଇଛି । ପଡ଼ିଆରେ ତିନିଟି ବଡ଼ ହ୍ୟାଙ୍ଗର  ସହ ତିନିଟି ମଞ୍ଚ ନିର୍ମାଣ ହୋଇଛି । ମୁଖ୍ୟମଞ୍ଚରେ  ଅତିଥି ରହିବେ ଓ ଅନ୍ୟ ଦୁଇ ମଞ୍ଚରେ ସାଂସ୍କୃତିକ  କାର୍ଯ୍ୟକ୍ରମ ହେବ । ଦିନ ସାଢ଼େ ୨ଟାରୁ ସାଢ଼େ ୪ଟା  ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଚାଲିବ । ଅପରାହ୍ନ ପ୍ରାୟ ୨ଟା  ବେଳେ ଅତିଥିମାନେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । 

ଆୟୁଷ୍ମାନ ଭାରତ ଲୋକାର୍ପଣ ଉତ୍ସବରେ  ଯୋଗଦେବାକୁ କେନ୍ଦ୍ରମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ  ଅଧ୍ୟକ୍ଷ ଶ୍ରୀ ନଡ୍ଡା ଶୁକ୍ରବାର ଅପରାହ୍ନ ଗୋଟାଏରେ  ଭୁବନେଶ୍ୱରରେ ପହଞ୍ଚିବେ । ସେଠାରୁ ସେ ସିଧାସଳଖ  କଟକ ଯାଇ ଲୋକାର୍ପଣ ଉତ୍ସବରେ ଯୋଗ ଦେବେ ।  କାର୍ଯ୍ୟକ୍ରମ ପରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ  ସ୍ନାତକୋତ୍ତର ପ୍ରତିଷ୍ଠାନ ‘ଶିଶୁ ଭବନ’ର ନୂଆ  କୋଠାର ଉଦ୍‌ଘାଟନ କରିବେ । ୭ ମହଲା ବିଶିଷ୍ଟ କୋଠାରେ ଚିକିତ୍ସା ପାଇଁ ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା  ରହିଛି । ଏହାପରେ ଶ୍ରୀ ନଡ୍ଡା ସିପେଟ୍‌ ଓ ଏମ୍‌ସ ଯିବାର  କାର୍ଯ୍ୟକ୍ରମ ରହିଛି । ୧୨ରେ ସେ ପୁରୀରେ ଆୟୋଜିତ  ରାଜ୍ୟର ସାଂସଦ ଓ ବିଧାୟକମାନଙ୍କ ପ୍ରଶିକ୍ଷଣ  କାର୍ଯ୍ୟକ୍ରମକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.