ପ୍ରମୂଖ ଖବର
  • ଭଦ୍ରକ : ଭଦ୍ରକ ସହରର ଏଲେଖା ନିକଟ ଏକ ଘରୁ ମିଳିଲା ବ୍ରାଉନସୁଗାର ସହ ପୁଳା ପୁଳା ଟଙ୍କା
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଖଣ୍ଡଗିରି ସବରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣୀ
  • ||
  • ବେତନଟୀ : ଟ୍ରକ୍‌ ଧକ୍କାରେ ବୁଲେଟ୍‌ ଚାଳକଙ୍କ ମୃତ୍ୟୁ, ଜଣେ ଆହତ
  • ||
  • ଭଦ୍ରକ : ଶିଶୁ ମହୋତ୍ସବ ମହକ୍‌ ଉଦ୍‌ଘାଟିତ, ଅଂଶ ଗ୍ରହଣ କଲେ ୪୨୨ ଛାତ୍ରଛାତ୍ରୀ
  • ||
  • ମୁନିଗୁଡ଼ା : ଦୋକାନ ଖୋଲିବା ବେଳେ ଲୁଟ୍‌, ସୁନା ବ୍ୟାଗ୍‌ ଧରି ଚମ୍ପଟ ମାରିଲେ ଦୁର୍ବୃତ୍ତ
  • ||
  • ଆଠଗଡ : ୧୪ ଲିଟର ଦେଶୀ ମଦ ଜବତ, ମହିଳା ଗିରଫ
  • ||
  • କନ୍ଧମାଳ : ମୋବାଇଲ ଟାୱାର ପାଇଁ ଆନ୍ଦୋଳନକୁ ଓହ୍ଲାଇଲେ ଗ୍ରାମବାସୀ, ଟାୟାର ଜାଳି ରାସ୍ତାରୋକ
  • ||
  • ରିଆମାଳ : ସନ୍ଦେହ ଜନକ ଭାବେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର
  • ||
  • ତେଲକୋଇରେ କଙ୍ଗାରୁ କୋର୍ଟ, ଦୁଇ ଧାନ ଚୋରଙ୍କ ମୁହଁରେ କାଳି ବୋଳି ଶାସ୍ତି ଦେଲେ ଲୋକେ
  • ||
  • ଚିତ୍ରକୋଣ୍ଡା : ମାଓବାଦୀଙ୍କ ନାଁରେ ଆଦାୟ କରୁଥିଲେ ବଟି, ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • କନ୍ଧମାଳରେ ଅପରେସନ୍‌ ନୀଳ ଜହର, ୧୩୦ ଏକର ଜମିରୁ ଗଞ୍ଜେଇ ଚାଷ ନଷ୍ଟ
  • ||
  • ସାଲେପୁର : ଅଜଣା ଗାଡି ଧକ୍କାରେ ୩ ଆହତ
  • ||
  • ଆଠମଲ୍ଲିକ : ଟ୍ରକ୍‌ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
  • ||
  • ରାଜ୍ୟରେ ଲୁଚକାଳି ଖେଳୁଛି ଶୀତ: ଆଜି ୧୧ ଜିଲ୍ଲାରେ ବର୍ଷା ସମ୍ଭାବନା, ବୁଧବାରଠାରୁ ୪ ଡିଗ୍ରୀ କମିବ ତାପମାତ୍ରା
  • ||

ଖୋଲିଲା କୁଳଡିହା ଅଭୟାରଣ୍ୟ, ନେଚର୍ସକ୍ୟାମ୍ପରେ ପ୍ରକୃତିର ମଜା ନେଇପାରିବେ ପର୍ଯ୍ୟଟକ

ନୀଳଗିରି, ୦୧/୧୧ : ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଶୁକ୍ରବାରଠୁ ଖୋଲିଲା କୁଳଡିହା ଅଭୟାରଣ୍ୟ। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ନେଚର୍ସକ୍ୟାମ୍ପ। ଏନେଇ ବନବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। 

ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ଥିବା ୨୭୨.୭୫ ଵର୍ଗ କିଲୋମିଟର ପରିଧି ବିଶିଷ୍ଟ କୁଳଡିହା ଅଭୟାରଣ୍ୟ ଦୀର୍ଘମାସ ପରେ ପୁଣି ଚଳଚଞ୍ଚଳ ହୋଇଉଠିବ। ଗତ ଜୁନ ମାସ ଠାରୁ ବର୍ଷା ଋତୁ କାରଣରୁ ପର୍ଯ୍ୟଟକଙ୍କ ପାଇଁ ଅଭୟାରଣ୍ୟ ବନ୍ଦ ରହିଥିଲା। ପୁଣି ନଭେମ୍ବର ୧ ତାରିଖରେ ଏହା ଖୋଲୁଥିବା ବେଳେ ଚଳିତ ବର୍ଷ ବିଭିନ୍ନ ପ୍ରଜାତିର ଜୀବଜନ୍ତୁ ପୁଣି ଦେଖିବାକୁ ପାଇବେ ପର୍ଯ୍ୟଟକ। ଅଭୟାରଣ୍ୟରେ ହାତୀ, ହରିଣ, ସମ୍ବର, ଗୟଳ, ଠେକୁଆ, ବେଲରା ମୂଷା, ନୀଳଗାଈ, ସମେତ ବିଭିନ୍ନ ପ୍ରଜାତିର ପକ୍ଷୀ ଦେଖିବା ପାରିବେ।

କୁଳଡିହାକୁ ଲାଗି ରହିଥିବା ଡ୍ୟାମ୍ ସାତଘାଟି, ରିସିଆ, ପୁରୁଣାପାଣି, ଜୋଡ଼ାଚୁଆ, ମୁଖଚତୁରି, କଇମଚତୁରୀ ଅଞ୍ଚଳରେ ୨୫୦ରୁ ଅଧିକ ସଂଖ୍ୟାରେ ଦେଶୀ, ବିଦେଶୀର ପକ୍ଷୀ ଦେଖିବାକୁ ମିଳେ । ପ୍ରାକୃତିକ ସୌନ୍ଦର୍ଯ୍ୟ ଭରା ଏହି ଅଭୟାରଣ୍ୟରେ ପର୍ଯ୍ୟଟନର ବିକାଶ ଲାଗି ଗୋହିରାଭୋଳ ଠାରେ ‘ରିସିଆ ପ୍ରକୃତି ନିବାସ’ ଖୋଲାଯାଇଛି । ରାତ୍ର ରହଣି ନିମନ୍ତେ ୯ଟି ତମ୍ବୁଘର ହୋଇଛି । ଏହା ସହ ନେଚର୍ସ କ୍ୟାମ୍ପ କରାଯାଇ ଖାଦ୍ୟ, ପିଇବା ପାଣି ଏବଂ ଶୌଚାଳୟର ବ୍ୟବସ୍ଥା କରାଯାଇଛି । ଅନ୍ୟପକ୍ଷେ ମାଦକଦ୍ରବ୍ୟ ଉପରେ କଟକଣା ରହିଛି । 

ବନ୍ୟପ୍ରାଣୀ ପଶି ନ ଆସିବା ପାଇଁ ଚାରିପାଖରେ ଟ୍ରେଞ୍ଚ ମଧ୍ୟ ଖୋଳାଯାଇଛି।ଏହି ନେଚର୍ସ କ୍ୟାମ୍ପରେ ରହି ରାତ୍ରିଯାପନ କରି ପର୍ଯ୍ୟଟକମାନେ ବୁଲିବା ସମୟରେ ୪ଟି କୃତ୍ରିମ ସଲ୍ଟପିଟ, ୫ଟି ୱାଚ ଟାୱାରରୁ କୁଲଡିହା ଅଭୟାରଣ୍ୟ ପଶୁପକ୍ଷୀଙ୍କୁ ଦେଖିବା ସହ ପ୍ରକୃତିର ମଜା ନେଇପାରିବେ।ନେଚର୍ସ କ୍ୟାମ୍ପରେ ରାତ୍ରିଯାପନ ପାଇଁ ଅନ୍ ଲାଇନରେ ବୁକିଂର ବ୍ୟବସ୍ଥା ରହିଛି। ଏପରିକି ଏହି ବିଷୟରେ ଅଧିକ ଜାଣିବା ପାଇଁ ୱେବ ସାଇଡ଼ www.ecotourodisha.com ରହିଛି। ପୂର୍ବାହ୍ନ ୯ଟା ୩୦ରୁ ଅପରାହ୍ନ ୧ଟାରେ ପ୍ରବେଶ ସହ ୫ଟା ପର୍ଯ୍ୟନ୍ତ ପରିଭ୍ରମଣର ସୁବିଧା ରଖାଯାଇଛି। ଏଠାରେ ଜଣେ ବ୍ୟକ୍ତି ପାଇଁ ୪୦ଟଙ୍କା, କ୍ୟାମେରା ପାଇଁ ୫୦ଟଙ୍କା, ଚାରିଚକିଆ ଯାନ ପାଇଁ ୧୦୦ ଟଙ୍କା ଓ ନେଚର୍ସ କ୍ୟାମ୍ପରେ ରାତ୍ରିଯାପନ ପାଇଁ ୩ ହଜାର ୮୫୪ ଟଙ୍କା ଧାର୍ଯ୍ୟ କରାଯାଇଛି।ତେବେ ଏନେଇ ଆମ ପ୍ରତିନିଧି ସିଧା ସୂଚନା ଦେଉଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.