ପ୍ରମୂଖ ଖବର
  • ମାଲକାନଗିରି : ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀଙ୍କ ୮ ନକ୍ସଲ, ତନ୍ମଧ୍ୟରୁ ଜଣେ ମହିଳା
  • ||
  • କଣ୍ଟାବାଞ୍ଜି : ଘରୋଇ ସ୍କୁଲର ମହିଳା ଆକାଉଣ୍ଟାଣ୍ଟଙ୍କୁ ହତ୍ୟା! ତଦନ୍ତ କରୁଛି ପୋଲିସ
  • ||
  • ସମ୍ୱଲପୁର : ମଶାଣି ନିକଟରୁ ଅଜଣା ଗଳିତ ମୃତଦେହ ଉଦ୍ଧାର, ହତ୍ଯା ସନ୍ଦେହ
  • ||
  • ନୂଆପଡ଼ା : ଜମିବାଡ଼ିକୁ ନେଇ ଗଣ୍ଡଗୋଳ, ୩ ଗୁରୁତର
  • ||
  • ଭରତପୁର ଥାନାରେ ଲାଗିବ ୨୫ ସିସିଟିଭି, ଆରମ୍ଭ ହେଲା ପ୍ରକ୍ରିୟା
  • ||
  • ଭୁବନେଶ୍ୱର : ବନ୍ଦ ଡାକରା ପ୍ରତ୍ୟାହାର କଲା ବିଜେଡି, ହେବନି ଆନ୍ଦୋଳନ
  • ||
  • ବଲାଙ୍ଗୀର : ବଲାଙ୍ଗୀରରେ କମୁନି ଦାଦନ ଦୁଃଖ; ଚାଲାଣ ବେଳେ ୧୨ ଶ୍ରମିକ ଉଦ୍ଧାର, ୨ ଦଲାଲ ଗିରଫ
  • ||
  • ଚୌଦ୍ୱାର : ବିରୂପା ବ୍ୟାରେଜ ନିକଟରେ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ମାଲକାନଗିରି : ଡଙ୍ଗା ଚଳାଇ ଚିତ୍ରକୋଣ୍ଡା ଗାଁକୁ ଗଲେ ବିଧାୟକ, ଲୋକଙ୍କ ଦୁଃଖ ପଚାରି ବୁଝିଲେ
  • ||
  • ଭରତପୁର ଥାନାରେ ହଙ୍ଗାମା ଘଟଣା: କିଏ ସତ କହୁଛି ? ମିଛଧରା ପରୀକ୍ଷାକୁ ଭରସା କରିଛି କ୍ରାଇମ୍‌ବ୍ରାଞ୍ଚ
  • ||
  • ଚାନ୍ଦବାଲି : ଅଙ୍ଗନବାଡ଼ି କେନ୍ଦ୍ରରେ ୧୫ ଦିନ ହେଲା ଝୁଲୁଛି ତାଲା, ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ
  • ||
  • ରାଉରକେଲାରେ ଲଜ୍ଜ୍ୟା: ନାବାଳିକାଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ, ମୋବାଇଲ ଟ୍ରାକିଂରୁ ଧରାପଡ଼ିଲେ ୩ ଅଭିଯୁକ୍ତ
  • ||
  • ନବରଙ୍ଗପୁର : ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା : ୬ ଘଣ୍ଟା ବନ୍ଦ ଡାକରା ଦେଲା ଜୟ ତେନ୍ତୁଳୀଖୁଣ୍ଟି ସାମାଜିକ ସଂଘଠନ, ୨୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି
  • ||
  • ଆଜି ଜନଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ସର୍ବାଧିକ ୧୦୦୦ଟି ଅଭିଯୋଗର ଶୁଣାଣି ହେବ
  • ||
  • ୨୪ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ: ୪ ଦିନ ପ୍ରବଳ ବର୍ଷିବ, ୧୨ ଜିଲ୍ଲାକୁ ଆଲର୍ଟ ଜାରି
  • ||

ମୟୂରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଛଉ ପଡ଼ିଆରେ ବିକାଶ ମେଳାକୁ କରିବେ ଉଦ୍‌ଘାଟନ

ବାରିପଦା,୨୨/୦୯: ରାଜ୍ୟରେ ବିଜେପି ସରକାର ଗଠନ ପରେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ରବିବାର ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ।  ଜିଲ୍ଲା ସଦର ମହକୁମା ବାରିପଦା ଛଉ ପଡ଼ିଆ ଠାରେ ଆୟୋଜିତ ବିକାଶ ମେଳାର ଶୁଭ ଉଦ୍‌ଘାଟନ କରିବେ । ଏଥିସହ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି । ଛଉ ପଡ଼ିଆରେ ବିକାଶ ମେଳା ନିମନ୍ତେ  ସମସ୍ତ ଆୟୋଜନ ସରିଛି । ମୁଖ୍ୟମନ୍ତ୍ରୀଙ୍କ  ହେଲିକପ୍ଟର ଅବତରଣ ପାଇଁ ରିଜର୍ଭ ପୁଲିସ  ପରେଡ ପଡ଼ିଆରେ ଅସ୍ଥାୟୀ ହେଲିପ୍ୟାଡ  ନିର୍ମାଣ ସରିଛି। ବିକାଶ ମେଳାର  ଆୟୋଜନ ଓ ସୁପରିଚାଳନା ନିମନ୍ତେ  ଜିଲ୍ଲାପାଳ ହେମକାନ୍ତ ସୟ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷିକା ଏସ୍‌. ସୁଶ୍ରୀଙ୍କ ଅଧ୍ୟକ୍ଷତାରେ  ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । 

ସୂଚନା ମୁତାବକ ମୁଖ୍ୟମନ୍ତ୍ରୀ କେନ୍ଦୁଝରରୁ ହେଲିକପ୍ଟରରେ ଆସି ଏଠାରେ ଦିନ ସାଢ଼େ ୧ଟାରେ ଅବତରଣ କରିବେ । ସେଠାରୁ ସଡ଼କ ପଥରେ ସର୍କିଟ ହାଉସ୍‌ରେ  ୧ଟା ୫ରେ ପହଞ୍ଚିବେ । ସର୍କିଟ ହାଉସରେ ମଧ୍ୟାହ୍ନଭୋଜନ ସହ ଦିନ ୨ଟା ୫୦  ପର୍ଯ୍ୟନ୍ତ ବିଶ୍ରାମ ନେବେ । ପରେ କାର୍‌ରେ ଛଉ ପଡ଼ିଆ ଅଭିମୁଖେ ଆସି ରାଜ୍ୟ  ସରକାରଙ୍କ ୧୦୦ ଦିନ ପୂର୍ତ୍ତି ଅବସରରେ ବିକାଶମେଳାରେ ଯୋଗଦେବେ । ପରଦିନ  ସକାଳ ୮ଟା ୪୫ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.