ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

ରଜ ସଂକ୍ରାନ୍ତିରେ ଘରେ ଘରେ ମଉଜ: ପିଠା ପଣାରେ ମହକୁଛି ଗାଁଠୁ ସହର, ସବୁଠି ଉତ୍ସବ ମୁଖର

ଭୁବନେଶ୍ୱର ୧୫/୦୬: ରଜ କେବଳ ଗୋଟିଏ ପର୍ବ ନୁହେଁ, ବରଂ  ଗୋଟିଏ ଜାତିର ନିଜସ୍ୱ ପରମ୍ପରାର ନମୁନା ।  ରଜ ଆସିଲେ, ଉତ୍ସବମୁଖର ହୋଇଉଠେ ଓଡ଼ିଶାର  ପୁରପଲ୍ଲୀ । ସାରା ଓଡ଼ିଶା ଖୁସିରେ ପାଳନ କରେ  ତାର ଅତି ପ୍ରିୟ ପର୍ବ ‘ରଜ’ । ସାଙ୍ଗସାଥୀଙ୍କ ମେଳରେ  ରଜଦୋଳି ଖେଳ ଆଉ ତା'ସାଙ୍ଗକୁ ପାନର ପସରା  ଓ ପୋଡ଼ପିଠାର ମହକ । ଚାରିଆଡ଼େ ଖେଳିଯାଏ  ଉତ୍ସବର ମାହୋଲ ।ତିନି ଦିନ ଧରି ଚାଲିଥାଏ ରଜ ଉତ୍ସବ।  ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ତିନି ଦିନିଆ ରଜ ଉତ୍ସବର ଆଜି ଦ୍ୱିତୀୟ ଦିବସ । ଅର୍ଥାତ୍ ରଜ ସଂକ୍ରାନ୍ତି । ରବିବାର ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ । ସେହିଭଳି, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଯାହା ସୋମବାର ପଡିବ ।

ସୂଚନା ଥାଉକି, ଏହା ଚାଷର ଆରମ୍ଭକୁ ସୂଚାଇ ଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।

  • PrameyaOdia
  • prameya
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.