ପ୍ରମୂଖ ଖବର
  • ‘ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇପାରେ ଡ୍ରୋନ୍ ଆକ୍ରମଣ’: ଆମେରିକା ରାଷ୍ଟ୍ରପତିଙ୍କୁ ଇରାନର ଧମକ
  • ||
  • ଗଗନଯାନ ମିଶନକୁ ବଡ଼ ସଫଳତା, ଇଞ୍ଜିନର ହଟ୍ ଟେଷ୍ଟ ସଫଳ; ସୂଚନା ଦେଲା ଇସ୍ରୋ
  • ||
  • ଡଙ୍କି ରୁଟ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ହରିୟାଣା ଓ ପଞ୍ଜାବର ୧୧ ଠିକଣାରେ ଚଢ଼ାଉ
  • ||
  • ପଞ୍ଚମ , ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ : ଫେଲ ହେଲେ ଆଉ ଥରେ ପରୀକ୍ଷା ଦେବେ
  • ||
  • ଆଇପିଏସ୍ ସ୍ତରରେ ଅଦଳ ବଦଳ: ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍
  • ||
  • ରାଜସ୍ଥାନରେ ଫାଇଟର ଜେଟ୍ କ୍ରାସ୍, ୨ ମୃତ
  • ||
  • ମୟୂରଭଞ୍ଜ : ବୁଢ଼ାବଳଙ୍ଗରେ ଗାଧୋଇବା ବେଳେ ଅଘଟଣ, ନଦୀରେ ଭାସି ଯୁବକ ମୃତ
  • ||
  • BMC ଅଧିକାରୀଙ୍କୁ ମାଡ଼ ମାମଲା; ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ
  • ||
  • ପୁରୀ : ସର୍ବଭାରତୀୟ ଧର୍ମଘଟର ପ୍ରଭାବ; ସୂର୍ଯ୍ୟମନ୍ଦିର ବନ୍ଦ କଲା ଶ୍ରମିକ ସଂଗଠନ
  • ||
  • କଳାହାଣ୍ଡି : ବିଦ୍ୟୁତ ସଂସ୍ପର୍ଶରେ ଆସି ଦାଦନ ଶ୍ରମିକ ମୃତ, ଭିଟାମାଟିକୁ ଫେରୁଛି ମୃତଦେହ
  • ||
  • ଟାର୍ଗେଟରେ ଚୀନ-ପାକ୍‌; ଆତଙ୍କବାଦ ଉପରେ ଡବଲ୍‌ ଷ୍ଟାଣ୍ଡାର୍ଡ କାମ କରିବ ନାହିଁ, ବ୍ରାଜିଲରୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ସନ୍ଦେଶ
  • ||
  • ଜଳ ପ୍ରଳୟରେ ବେହାଲ ଟେକ୍ସାସ, ମୃତ୍ୟୁ ସଂଖ୍ୟା ୧୦୯କୁ ବୃଦ୍ଧି
  • ||
  • ୧୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା, ଗୁରୁବାରଠୁ କମିବ
  • ||
  • ସର୍ବଭାରତୀୟ ଧର୍ମଘଟ : ବିଜେଡିର ସମର୍ଥନ, ସାମିଲ ହେବ କଂଗ୍ରେସ
  • ||

ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ଦିନ , କର୍ମରେ ଉନ୍ନତି ଓ ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ

Published By : Prameya | November 11, 2024 9:01 PM

ମେଷ: ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ଅଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: ଗୋଲାପୀ, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ହନୁମାନ ।

ବୃଷ: ଏକାଦଶ ଚନ୍ଦ୍ର ଓ ଏକାଦଶୀ ତିଥି ଏବଂ ସକାଳ ୭ଟା ୫୨ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଏବଂ ହୃତଧନ ଫେରି ପାଇବେ। ମନରେ ଉନ୍ନତ ଚିନ୍ତାଧାରା ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବେ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା: ୪, ଆରାଧନା: ମା’ କମଳା ।

ମିଥୁନ: ଦଶମ ଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି ଏବଂ ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ। ଆଜି ଯେକୌଣସି କର୍ମ କରିବେ ସେଥିରେ ଶତ ପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ: ଚକୋଲେଟ୍‌, ସଂଖ୍ୟା: ୬, ଆରାଧନା: ଭଗବାନ ବିଷ୍ଣୁ।

କର୍କଟ: ନବମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ। ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ: ଧଳା, ସଂଖ୍ୟା: ୫, ଆରାଧନା: ଭଗବାନ ଶିବ।

ସିଂହ: ଅଷ୍ଟମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା: ୩, ଆରାଧନା: ମା’ ମାତଙ୍ଗୀ ।

କନ୍ୟା: ସପ୍ତମ ଚନ୍ଦ୍ର ଏବଂ ସକାଳ ୭ଟା ୫୨ ମିନିଟ୍‌ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ବସନଭୂଷଣ, ଯାନବାହନ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ: ମେରୁନ୍‌, ସଂଖ୍ୟା: ୬, ଆରାଧନା: ମା’ ଷୋଡ଼ଶୀ ।

ତୁଳା: ଷଷ୍ଠ ଚନ୍ଦ୍ର ଏବଂ ସକାଳ ୭ଟା ୫୨ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ପଞ୍ଚମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ବିଦ୍ୟାରେ ବିଚକ୍ଷଣତା, ବଚନରେ ମଧୁରତା, ଚାଲିଚଳନାରେ ସଂଯମତା ଏବଂ ପିତାମାତାଙ୍କ କୃପାଲାଭ କରିବେ । ନୂତନ ବିଦ୍ୟା ଓ କର୍ମ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ପଦସ୍ଥ ଅଧିକାରୀଙ୍କ ସହ କଥାବାର୍ତ୍ତା, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ଆର୍ଥିକ ଠକାମି ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୭, ଆରାଧନା : ମା’ ମାଣିକେଶ୍ୱରୀ ।

ମକର : ଘାତବାର ଏବଂ ସକାଳ ୭ଟା ୫୨ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇ ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଓ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : କଫି, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଖର୍ଚ୍ଚ ପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ବିମଳା ।

ମୀନ : ଶ୍ରୀଚନ୍ଦ୍ର, ମଙ୍ଗଳବାର ଯୋଗୁ ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ । ପରିବାରର କୌଣସି ସଦସ୍ୟଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାତୀତ ସଫଳତା ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ,
ମୋବାଇଲ ନଂ.: ୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.