ପ୍ରମୂଖ ଖବର
  • ICCର ଗ୍ରୀନ୍ ସିଗନାଲ: ୩୪ ଓଭର ପରେ ଗୋଟିଏ ବଲ୍, ୫ ବ୍ୟାକଅପ୍ ପ୍ଲେୟାର, କ୍ରିକେଟରେ ବଦଳିବ ନିୟମ
  • ||
  • 'ଆତଙ୍କୀ ନାରୀ ଶକ୍ତିକୁ ଚ୍ୟାଲେଞ୍ଜ କରିଥିଲେ, ସେମାନଙ୍କ ବିନାଶ ହେଲା': ପ୍ରଧାନମନ୍ତ୍ରୀ
  • ||
  • ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ ପାଇଁ ଫ୍ରି ପବ୍ଲିକ ଟ୍ରାନ୍ସପୋର୍ଟ ସେବା ଦେବାକୁ କଂଗ୍ରେସର ଦାବି, ଜୁନ୍ ୧୦ ସୁଦ୍ଧା କାର୍ଯ୍ୟକାରୀ ନହେଲେ ଆନ୍ଦୋଳନ
  • ||
  • ଉତ୍ତରପୂର୍ବ ରାଜ୍ୟରେ ପ୍ରକୃତି କୋପ; ଘରେ ପଶିଲା ପାଣି- ବୁଡ଼ିଲା ଗାଡ଼ି, ୩ ମୃତ
  • ||
  • କରୋନା ଆତଙ୍କ; ରାଜଧାନୀରେ ପ୍ରଥମ ମୁଣ୍ଡ ନେଲା ନୂଆ ଭାରିଏଣ୍ଟ, ୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଶିଆଳି ନିକଟରେ କୂଳ ଲଙ୍ଘିଲା ସମୂଦ୍ର, ବଜାର ଏବଂ ଜନ ବନତିରେ ମାଡ଼ିଗଲା ପାଣି
  • ||
  • ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||
  • ମୟୂରଭଞ୍ଜ : ବାଙ୍ଗିରିପୋଷିରୁ ଚୋରି ଗାଡି ଝାଡଖଣ୍ଡରୁ ଉଦ୍ଧାର, ଜଣେ ଗିରଫ
  • ||
  • 'ଆମେ କଥା ହେଲୁ ଯୁଦ୍ଧ ରୋକିଲା'; ଭାରତ-ପାକିସ୍ତାନ ସିଜଫାୟାରକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ
  • ||
  • ଗଞ୍ଜାମ : ଗୁହାଳରେ ଅଗ୍ନିକାଣ୍ଡ, ୧୫ ରୁ ଉର୍ଦ୍ଧ୍ୱ ଛେଳି ଏବଂ ମେଣ୍ଢା ଜୀବନ୍ତ ଦଗ୍ଧ
  • ||
  • ଟ୍ରମ୍ପଙ୍କ ବଡ଼ ଘୋଷଣା; ଚୀନ୍‌ ଷ୍ଟିଲ ଉପରେ ଡବଲ୍ ଟାରିଫ୍‌, ଜୁନ୍‌ ୪ରୁ ଲାଗୁ
  • ||
  • ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହ ମା' ପାର୍ବତୀଙ୍କ ବିବାହ ସମ୍ପନ୍ନ, ଆଜି ରାତି ୧୦ଟାରେ ଶୀତଳ ଷଷ୍ଠୀ ଶୋଭାଯାତ୍ର
  • ||
  • କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି, ବେକରେ ଫାଶୀ ଲଗାଇ ଝୁଲିପଡ଼ିଲେ ଦମ୍ପତି
  • ||
  • ଦୁର୍ବଳ ହେଉଛି ଅବପାତ: ଆଜି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସପ୍ତାହେ ଯାଏ ବିଶେଷ ବର୍ଷା ନାହିଁ
  • ||

ଭୁଶୁଡ଼ୁଛି ମାଓ ସଂଗଠନ; ରାୟଗଡ଼ା ଏସପିଙ୍କ ନିକଟରେ ଆତ୍ମସମର୍ପଣ କଲା ଟପ୍ ନକ୍ସଲ ନେତା ବିଜୟ ପୁନେମ

Published By : Prameya | May 27, 2025 1:19 PM

ରାୟଗଡା,୨୭/୦୫: ସୁରକ୍ଷା ବାହିନୀର ନକ୍ସଲ ହଟାଓ ଅଭିଯାନରେ ଥରହର ମାଓ ସଂଗଠନ । ଲଗାତାର ଏନକାଉଣ୍ଟରରେ ଶେଷ ନିଶ୍ବାସ ନେଉଛି ଲାଲ୍‌ ବାହିନୀ । ଭୟରେ ଜଣେ ପରେ ଜଣେ ନକ୍ସଲ ନେତା ଆତ୍ମସମର୍ପଣ କରୁଛନ୍ତି । ମଙ୍ଗଳବାର ଟପ୍ ମାଓବାଦୀ ବିଜୟ ପୁନେମ ଓରଫ୍ ଅଜୟ ରାୟଗଡା ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛି । ତା'ଠାରୁ ଗୋଟିଏ ପିସ୍ତଲ, ଆଠ ରାଉଣ୍ଡ ଅଫୁଟା ଗୁଳି, ୱାକିଟକି ଓ ଘଣ୍ଟା ଜବତ କରିଛି ପୁଲିସ୍ । ଅଜୟର ଘର ଛତିଶଗଡ଼ର ବିଜାପୁର ଜିଲ୍ଲା ବାଟିଗୁଡେମ ଗାଁରେ । ସେ ବାସଧରା-ଘୁମସର-ନାଗାବଳୀ ଡିଭିଜନର କ୍ୟାଡର ମାଓବାଦୀ ରହିଥିଲା । 

୨୦୦୯ ମସିହାରେ ଅଜୟ ନକ୍ସଲ ସଂଗଠନରେ ମିଶିଥିଲା‌ । ସେ ଛତିଶଗଡ଼, ମାଲକାନଗିରି, କୋରାପୁଟ, ନୂଆପଡା, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ ଓ ରାୟଗଡା ଜିଲ୍ଲାରେ ଘଟିଥିବା ବିଭିନ୍ନ ନକ୍ସଲ ହିଂସାରେ ଜଡ଼ିତ ରହିଛି । ତା' ଉପରେ ୪ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା । ସରକାରଙ୍କ ନକ୍ସଲ ଥଇଥାନ ନୀତି ଅନୁଯାୟୀ, ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ଏକ ସାମ୍ୱାଦିକ ସମ୍ମୀଳନିରେ ଏସପି ସ୍ବାଥୀ ଏସ୍. କୁମାର ସୂଚନା ଦେଇଛନ୍ତି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.