ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ, ପର୍ଯ୍ୟଟକ ନିଖୋଜ

Published By : Harapriya Sethi | December 11, 2024 1:42 PM

ପୁରୀ,୧୧/୧୨: ପୁରୀ ସମୁଦ୍ରରେ ଗାଧୋଉଥିବା ସମୟରେ ନିଖୋଜ ହେଲେ ପର୍ଯ୍ୟଟକ । ନିଖୋଜ ହୋଇଥିବା ପର୍ଯ୍ୟଟକ ଜଣକ ମଧ୍ୟପ୍ରଦେଶ ଇନ୍ଦୋରର ପ୍ରଫୁଲ୍ଲ ମହାଳିକ ବୋଲି ଜଣା ପଡ଼ିଛି । ଘଟଣାସ୍ଥଳରେ ସମୁଦ୍ରକୂଳ ଥାନା ପୋଲିସ ପକ୍ଷରୁ ଖୋଜାଖୋଜି ଜାରି ରହିଛି।

ସୂଚନା ମୁତାବକ, ପ୍ରଫୁଲ୍ଲ ଡିସେମ୍ୱର ୯ ତାରିଖରେ ସାତ ଜଣ ସାଙ୍ଗଙ୍କ ସହ ପୁରୀ ବୁଲିବାକୁ ଆସିଥିଲେ । ତେବେ ବୁଧବାର ଚକ୍ରତୀର୍ଥ ବେଳାଭୂମିରେ ସାଙ୍ଗମାନଙ୍କ ସହ ସ୍ନାନ କରୁଥିବା ସମୟରେ ପ୍ରଫୁଲ୍ଲ ଗଭୀର ସମୁଦ୍ର ଭିତରେ ବୁଡି ଯାଇଥିଲେ ।‌ ଏହା ଦେଖି ତାଙ୍କ ସାଙ୍ଗମାନେ ସମୁଦ୍ରକୂଳ ଥାନା ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି ଏବଂ ପ୍ରଫୁଲ୍ଲଙ୍କ ପରିବାର ଲୋକଙ୍କୁ ଖବର ଦେଇଛି । ଏହା ସହ ସର୍ଚ୍ଚ ଅପରେସନ ମଧ୍ୟ ଜାରି ରଖିଛି । ସେପଟେ ଗତ ଏକ ମାସ ମଧ୍ୟରେ ସମୁଦ୍ରରେ ସ୍ନାନ ବେଳେ ତିନିଜଣ ଯୁବକ ନିଖୋଜ ହୋଇଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାଙ୍କର କୌଣସି ପତ୍ତା ମିଳିନାହିଁ । ତେବେ ସମୁଦ୍ର କୂଳରେ ପର୍ଯ୍ୟାପ୍ତ ଲାଇଫ ଗାର୍ଡ ମୁତୟନ ନହେବା, ସମୁଦ୍ର ସ୍ନାନ ସମୟରେ ପର୍ଯ୍ୟଟକ ମାନେ କିଭଳି ସଚେତନ ରହିବେ ସେନେଇ ସାଇନ୍ ବୋର୍ଡ ଲଗା ନଯିବା ତଥା ନିଶା ସେବନ କରି ସମୁଦ୍ରରେ ସ୍ନାନ କରୁଥିବା ଯୋଗୁ ବାରମ୍ବାର ଏଭଳି ଅଘଟଣ ଘଟୁଥିବା ଅଭିଯୋଗ ହୋଇଛି।


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.