ପ୍ରମୂଖ ଖବର
  • ପ୍ୟାରିସ୍‌ ଅଲିମ୍ପିିକ୍ସରେ ଭାରତକୁ ପ୍ରତିନିଧିତ୍ଵ କରିବେ ୨ ଓଡ଼ିଆ କ୍ରୀଡ଼ାବିତ୍‌, ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ମଣିପୁର ଗସ୍ତରେ ଯିବେ ରାହୁଲ ଗାନ୍ଧି, ହିଂସା ପୀଡିତ ଓ ବନ୍ୟା ପୀଡ଼ିତଙ୍କ ସହ କରିବେ ଆଲୋଚନା
  • ||
  • ଦୁଇ ଦିନିଆ ଋଷ୍‌ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ପୁଟିନ୍‌ଙ୍କ ସହ ଦ୍ୱିପାକ୍ଷିକ ବୈଠକରେ ଆଲୋଚନା
  • ||
  • ପୁରୀ ବେଳାଭୂମିରେ ମର୍ଣ୍ଣିଂଓ୍ବାକ କଲେ ରାଷ୍ଟ୍ରପତି, ଅପରାହ୍ନରେ ଖଣ୍ଡଗିରି-ଉଦୟଗିରି କରିବେ ପରିଦର୍ଶନ
  • ||
  • ୧୪ରେ ଆଉ ଏକ ଲଘୁଚାପ ସମ୍ଭାବନା, ଆଜି କୋରାପୁଟ, ରାୟଗଡ଼ା ଓ ଗଜପତିରେ ବର୍ଷିବ
  • ||

ଭରସାମ୍ୟ ହରାଇ ଓଲଟିଲା ଟୁରିଷ୍ଟ ମିନି ବସ୍, ୭ଜଣ ଆହତ

ଭଞ୍ଜନଗର,୫/୭ : ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅନ୍ତର୍ଗତ ଖୁଣ୍ଟେଶ୍ଵରି ମନ୍ଦିର ରାସ୍ତାରେ ଭରସାମ୍ୟ ହରାଇ ଓଲଟିଲା ଟୁରିଷ୍ଟ ମିନି ବସ୍ । ଏହି ଦୁର୍ଘଟଣାରେ ୭ଜଣ ଆହତ ହୋଇଛନ୍ତି । ଆହତମାନେ ହେଲେ ପ୍ରଶାନ୍ତ କଲଙ୍କ, ମୋନାଲିସା ଘୋଷ, ସନ୍ତା ଘୋଷ , ପ୍ରୀତି ଘୋଷ, ସାୟନିକା ଡୁନ, ରବୀନ୍ଦ୍ର ନାଥ ଘୋଷ, କୋରାନିଆ କର୍ମା । 

ସୂଚନା ଅନୁସାରେ ପଶ୍ଚିମବଙ୍ଗରୁ ୧୩ଜଣ ପର୍ଯ୍ୟଟକ ବ୍ରହ୍ମପୁରରୁ ଏକ ମିନି ବସ୍ ଯୋଗେ ଦାରିଙ୍ଗବାଡ଼ି ବୁଲିବା ପାଇଁ ଆସିଥିଲେ । ସୋରଡ଼ାରେ ଥିବା ଖୁଣ୍ଟେଶ୍ୱରି ମନ୍ଦିର ପାହାଡ ଉପରକୁ ବୁଲିବା ପାଇଁ ଯାଇ ଫେରିବାବେଳେ ଗାଡ଼ିର ବ୍ରେକ ଫେଲ ହୋଇଯାଇଥିଲା । ଫଳରେ ଭାରସାମ୍ୟ ହରାଇ ଗାଡ଼ିଟି ଓଲଟି ପଡିଥିଲା । ସୂଚନାପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ଓ ୧୦୮ପହଞ୍ଚି ଆହତଙ୍କୁ ଉଦ୍ଧାର କରି ସୋରଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ୭ ଜଣ  ଆହତଙ୍କୁ ଉତ୍ତମ ଚିକିତ୍ସା ପାଇଁ ବ୍ରହ୍ମପୁର ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.