ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଟ୍ରାଫିକ କଟକଣା, ଜାଣନ୍ତୁ କେଉଁ ରାସ୍ତା ଦେଇ କରିପାରିବେ ଯାତ୍ରା...

ଭୁବନେଶ୍ୱର, ୧୬/୦୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ବେଳେ ପ୍ରବଳ  ଜନସମାଗମର ସମ୍ଭାବନା ରହିଛି । କମିଶନରେଟ୍‌ ପୁଲିସ କିଛି ରାସ୍ତାରେ ଟ୍ରାଫିକ୍‌ କଟକଣା ଲାଗୁ କରିଛି । ଜୟଦେବବିହାରରୁ ନାଲ୍‌କୋ ଛକ ରାସ୍ତା ଓ ଏହାର ଗଳି ରାସ୍ତାଗୁଡିକ  ସମ୍ପୂର୍ଣ୍ଣ ବନ୍ଦ ରହିବ । ୧୬ ନଂ ଜାତୀୟ ରାଜପଥ (ଏନ୍‌ଏଚ୍‌)ରେ କ୍ରାଉନ୍‌ ହୋଟେଲ ଓ  ଆଚାର୍ଯ୍ୟବିହାରଠାରୁ ସର୍ଭିସ ରାସ୍ତାରେ ଗାଡିଗୁଡିକ ଜୟଦେବବିହାର ଆଡ଼କୁ ଯାଇପାରିବେନି । 




ନନ୍ଦନକାନନ ପଟୁ ଜୟଦେବବିହାର ଯିବାକୁ ଚାହୁଁଥିବା ଗାଡି଼ ଡମଣା ଛକଠାରୁ ବାମ  ମୋଡ ନେଇ ଗୁରୁ କେଳୁ ଚରଣ ପାର୍କକୁ ଯିବ । ସେଠାରୁ ସୈନିକ ସ୍କୁଲ ରାସ୍ତା ଦେଇ  ଆଚାର୍ଯ୍ୟ ବିହାରକୁ ଯାଇପାରିବେ । ନଚେତ୍‌, ଶିଖରଚଣ୍ଡିରୁ ପଥରଗାଡି଼ଆ ଦେଇ ଡିଏନ୍‌  ସ୍କୁଲଠାରେ ବାହାରି କଳିଙ୍ଗଷ୍ଟୁଡିଓ ଛକ ଦେଇ ଫାୟାରଷ୍ଟେସନ ଛକରେ ଏନ୍‌ଏଚ୍‌-୧୬କୁ  ଛୁଇଁପାରିବେ ।

 ସେହିପରି ଜୟଦେବବିହାରରୁ ନନ୍ଦନକାନନ ଆଡ଼େ ଯାଉଥିବା ଗାଡି଼  ଆଚାର୍ଯ୍ୟବିହାର ପଟେ ସୈନିକ ସ୍କୁଲ ଦେଇ ଗୁରୁ କେଳୁଚରଣ ପାର୍କ ଦେଇ ଡମଣା  ଛକରେ ବାହାରିବେ । ନଚେତ୍‌, ଫାୟାରଷ୍ଟେସନ ଛକରୁ କଳିଙ୍ଗ ଷ୍ଟୁଡିଓ ଛକ ରାସ୍ତାରେ  ଡିଏନ୍‌ ସ୍କୁଲରୁ ପଥରଗାଡି଼ଆ ଦେଇ ଶିଖରଚଣ୍ଡିରେ ବାହାରିପାରିବେ । ବେହେରା ସାହି ପଟୁ  ଜୟଦେବବିହାର ଆଡକୁ ଆସୁଥିବା ଯାନବାହାନଗୁଡି଼କ ଜୟଦେବିହାରକୁ ନ ଯାଇ ବେହେରା  ସାହିଠାରୁ ଆଚାର୍ଯ୍ୟବିହାର କିମ୍ବା ସିଆର୍‌ପି ଛକ ହୋଇ ଯାଇପାରିବେ । ଆସନ୍ତା ୧୭ ତାରିଖ  ସକାଳ ସାଢ଼େ ୭ଟାରୁ ଅପରାହ୍ଣ ୩ଟା ଯାଏଁ ଏହି କଟକଣା ବଳବତ୍ତର ରହିବ। ଜରୁରୀ  ସେବାରେ ନିୟୋଜିତ ଆମ୍ବୁଲାନ୍ସ ଓ ଅଗ୍ନିଶମ ଗାଡି ପାଇଁ ଏହି କଟକଣା ଲାଗୁ ହେବନି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.