ପ୍ରମୂଖ ଖବର
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଜ୍ଵାଇଁ ଘର ସାମ୍ନାରେ ଚଢିଗଲା ଟ୍ରକ୍, ଚାଲିଗଲା ଶାଶୁ, ଶ୍ଵଶୁର ଏବଂ ଶାଳକଙ୍କ ଜୀବନ

Published By : Prameya | March 15, 2025 10:03 AM

ଭୁବନେଶ୍ଵର, ୧୫/୦୩ : ଜ୍ଵାଇଁ ଘରକୁ ଯିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା। ନିଶ୍ଚିହ୍ନ ହୋଇଗଲା ଗୋଟିଏ ପରିବାର। ଟ୍ରକ୍ ଧକ୍କାରେ ଚାଲିଗଲା ବାପା, ମାଆ ସହ ପୁଅର ଜୀବନ। କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଦୋଳିତା ଛକ ନିକଟରେ ଘଟିଛି ଏଭଳି ମର୍ମନ୍ତୁଦ ଦୁର୍ଘଟଣା। ଟାୟାର ଜାଳି ରାସ୍ତାରୋକ କଲେ ଉତ୍ତ୍ୟକ୍ତ ଲୋକେ। 

ସୂଚନାନୁଯାୟୀ, ଚମ୍ପୁଆ ଥାନା, ସାନନଈ ଗାଁର ଐବନ ପ୍ରଧାନ ସ୍ତ୍ରୀ ମଥାମଣି ପ୍ରଧାନ ଓ ପୁଅ ମଙ୍ଗଲ ପ୍ରଧାନ ଏକ ବାଇକ୍ ଯୋଗେ ଦୋଳିତା ଛକ ନିକଟରେ ଥିବା ନିଜ ଜ୍ବାଇଁ ସୁବ୍ରତ କୁମାର ଯାଦବଙ୍କ ଘରକୁ ଯାଉଥିଲେ। ସେମାନେ ମିଶି କୌଣସି ଏକ ସ୍ଥାନକୁ ଯିବାର ଥିଲା । ମାତ୍ର ଏହା ପୂର୍ବରୁ ଜ୍ବାଇଁଙ୍କ ଘର ସାମ୍ନାରେ ହିଁ ଛାତିଥରା ଦୁର୍ଘଟଣା ଘଟିଲା। ରିମୁଳି ପଟୁ ଆସୁଥିବା ଏକ ଟ୍ରକ୍ ସେମାନଙ୍କୁ ଜୋରଦାର ଧକ୍କା ଦେଇଥିଲା । ସେହିଠାରେ ହିଁ ଶ୍ୱଶୁର ଐବନ ପ୍ରଧାନଙ୍କ ମୃତ୍ୟୁ ହୋଇଥିଲା। ଶାଶୁ ମଥାମଣି ଓ ଶାଳକ ମଙ୍ଗଲ ପ୍ରଧାନଙ୍କୁ ଗୁରୁତର ଅବସ୍ଥାରେ ଚମ୍ପୁଆ ମେଡିକାଲକୁ ନିଆଯାଇଥିଲା। ମାତ୍ର ସେଠାରେ ମଥାମଣିଙ୍କ ମୃତ୍ୟୁ ଘଟିଥିଲା । ସେପଟେ ମଙ୍ଗଲଙ୍କୁ କେନ୍ଦୁଝର ସ୍ଥାନାନ୍ତର କରାଯାଇଥିବା ବେଳେ, ବାଟରେ ତାଙ୍କର ମଧ୍ୟ ମୃତ୍ୟୁ ଘଟିଥିଲା।

ଏକା ସାଙ୍ଗରେ ୩ ଜଣଙ୍କ ମୃତ୍ୟୁ ପରେ ଏବେ ଐବନଙ୍କ ପରିବାର ପୁରାପୁରି ନିଶ୍ଚିହ୍ନ ହୋଇଯାଇଛି। ଅନ୍ୟପଟେ ଦୁର୍ଘଟଣା ଘଟାଇଥିବା ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହେଇଯାଇଛି। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଏବଂ ହମ୍ପସ୍ ନିର୍ମାଣ ପାଇଁ ଦାବି କରାଯାଇଛି। ଚମ୍ପୁଆ ତହସିଲଦାର ଓ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛନ୍ତି।

ଏହି ଖବରଟିକୁ ପଢନ୍ତୁ-ସାଇକେଲ୍‌ ଆରୋହୀଙ୍କୁ ପଛପଟୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ଜୀବନ


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.