ପ୍ରମୂଖ ଖବର
  • ଚାଉଁରପୁର ଦ୍ବିତୀୟ ସେତୁରେ ଚପଲ ରଖି ଡେଇଁପଡିଲେ ମହିଳା, ଆତ୍ମହତ୍ୟାର କାରଣ ଅସ୍ପଷ୍ଟ
  • ||
  • IPLରେ ତମାଖୁ ବିଜ୍ଞାପନ ପ୍ରସାରଣ ମନା, ଚିଠି ଲେଖିଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ
  • ||
  • ବଜ୍ରକବାଟି ଛକ ନିକଟରେ ସିରିଜ୍ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଦୁଇ ବାଇକ୍ ଆରୋହୀ
  • ||
  • ବ୍ରହ୍ମପୁରର ଅଧିଷ୍ଠାତ୍ରୀ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୨ ମଧ୍ୟରାତ୍ରରେ ଶୁଭଖୁଣ୍ଟି ସ୍ଥାପନ ହେବ
  • ||
  • ମଦ ଦୁର୍ନୀତିରେ ଇଡି ଆକ୍ସନ; ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ଘରେ ରେଡ୍
  • ||
  • ଅଟୋ ଚାଳକଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ସ୍ଵାମୀ ସହ ମିଶି ପ୍ରେମିକା ରଚିଥିଲା ହତ୍ୟାକାଣ୍ଡ
  • ||
  • ସୋମବାରଠୁ ସଂସଦର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ, ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ମାର୍କ କାନି ହେବେ କାନାଡ଼ା ନୂଆ ପ୍ରଧାନମନ୍ତ୍ରୀ, ୮୬ ପ୍ରତିଶତ ଭୋଟ ପାଇ ଲିବେରାଲ୍ ପାର୍ଟିର ନେତା ନିର୍ବାଚିତ
  • ||
  • ରାଜ୍ୟରେ ଉପରମୁହାଁ ପାରଦ, ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୫ ଡିଗ୍ରୀ ବଢ଼ିବ: ସବୁ ଜିଲ୍ଲାପାଳଙ୍କୁ ସତର୍କ କଲେ ଏସ୍‌ଆରସି
  • ||

ଭୟଙ୍କର ସଡକ ଦୁର୍ଘଟଣା; କାରକୁ ପିଟିଲା ଟ୍ରକ୍, ଚାଲିଗଲା ୮ ଜୀବନ

Published By : Ankita S | March 10, 2025 12:15 PM

ଭୋପାଳ,୧୦ /୦୩ :  ମଧ୍ୟପ୍ରଦେଶ ସିଦ୍ଧି ଜିଲ୍ଲା କୋଟ୍ଟୱାଲିରେ ଏକ ଭୟଙ୍କର ସଡକ ଦୁର୍ଘଟଣା ହୋଇଛି । ଏକ ଏସୟୁଭି କାର ଓ ଟ୍ରକ୍ ମଧ୍ୟରେ ଦୁର୍ଘଟଣା ଘଟିଛି । ଏଥିରେ ୮ ଜଣଙ୍କର ମୃତ୍ୟୁ ହୋଇଛି । ୧୩ ଜଣ ଆହତ ହୋଇଛନ୍ତି । ୯ ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି । ସମସ୍ତେ ଏକ ମୁଣ୍ଡନ କାର୍ଯ୍ୟକ୍ରମରେ ସାମିଲ ହେବାକୁ ଯାଉଥିବା ବେଳେ ବାଟରେ ମୃତ୍ୟୁ ଜଗି ବସିଥିଲା । ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ପୋଲିସ ସୂଚନା ଅନୁସାରେ, କିଛି ଲୋକ ଏକ ଏସୟୁଭି କାରରେ ଏକ ମୁଣ୍ଡନ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିଲେ । ମେହର ମାତାଙ୍କ ଦର୍ଶନରେ ବାହାରିଥିଲେ । ହେଲେ ବାଟରେ ମୃତ୍ୟୁ ଜଗି ବସିଥିଲା । ଅଧାରେ ରହିଗଲା ଦର୍ଶନ । ଦ୍ରୁତ ଗତିରେ ମାଡି ଆସିଥିଲା ଏକ ଟ୍ରକ । କାରକୁ ଧକ୍କା ଦେଇଥିଲା । ଏହି ଭୟଙ୍କର ଦୁର୍ଘଟଣାରେ  ୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି । ୯ଜଣଙ୍କ ଅବସ୍ଥା ସଂଙ୍କଟାପନ୍ନ ରହିଛି । ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି ।

ଗୁରୁତରଙ୍କୁ ସଞ୍ଜୟ ଗାନ୍ଧୀ, ରିବା ହସ୍ପିଟାରେ ଭର୍ତ୍ତି କରାଯାଇଛି । ଜିଲ୍ଲା ହସ୍ପିଟାଲରେ ଆହତଙ୍କ ଚିକିତ୍ସା ଚାଲିଛି । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଅଞ୍ଚଳରେ ଚିତ୍କାର ଶୁଣାଯାଇଥିଲା । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା ।  କିଛି ଲୋକଙ୍କ ସହାୟତାରେ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲେ ।

ଅଧିକ ପଢନ୍ତୁ...ରାଜସ୍ଥାନରେ ହୃଦୟ ବିଦାରକ ସଡ଼କ ଦୁର୍ଘଟଣା, ଟ୍ରଲିକୁ ଧକ୍କା ଦେଲା କାର୍, ୬ ମୃତ…

ମୁଖ୍ୟମନ୍ତ୍ରୀଙ୍କ ଶୋକ- ଦୁର୍ଘଟଣାକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଯାଦବ । ଦୁର୍ଘଟଣାରେ ୮ଜଣଙ୍କର ମୃତ୍ୟୁ ଦୁଃଖଦ । ମୃତକଙ୍କ ପରିବାରକୁ ମୋର ସମବେଦନା  ଜଣାଉଛି । ଭଗବାନ ତାଙ୍କୁ ଶକ୍ତି ଦିଅନ୍ତୁ ବୋଲି ଏକ୍ସରେ କହିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ । ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା ହୋଇଛି । ସେହିପରି ଗୁରୁତର ଆହତଙ୍କୁ ୧ ଲକ୍ଷ ଲେଖାଏଁ ଓ ସାମାନ୍ୟ ଆହତଙ୍କୁ ୫୦ ହଜାର ଲେଖାଏଁ ସହାୟତା ରାଶି ପ୍ରଦାନ କରିବାକୁ ନିର୍ଦ୍ଦେଶ ହୋଇଛି  ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.