ପ୍ରମୂଖ ଖବର
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

କଣ୍ଟେନର ସହ ଟ୍ରେଲର ମୁହାଁମୁହିଁ ଧକ୍କା, ଜଣେ ମୃତ

କୁଚିଣ୍ଡା, ୨୩/୦୭ : ଜମନକିରା ଥାନା ୫୩ ନମ୍ବର ଜାତୀୟ ରାଜପଥର ବଡରମା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା। ଏକ କଣ୍ଟେନର ସହ ଏକ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ କଣ୍ଟେନର ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଉଛନ୍ତି ମହାରାଷ୍ଟ୍ର ବୁଲଦାନା ଅଞ୍ଚଳର ଶାହରୁଖ ଜେ ସାହା।

ସୂଚନାନୁଯାୟୀ, ୫୩ ନମ୍ବର ଜାତୀୟ ରାଜପଥର ବଡରମା ଘାଟିରେ ଏକ କଣ୍ଟେନର ସହ ଏକ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଗାଡିରେ ଚାପି ହୋଇ କଣ୍ଟେନର ଚାଳକଙ୍କ ମୃତ୍ୟୁ ଘଟିଛି। ସେପଟେ ଦୁର୍ଘଟଣା ପରେ ଟ୍ରେଲର ଡ୍ରାଇଭର୍ ଫେରାର୍ ହୋଇଯାଇଛି। ଖବର ପାଇ ସ୍ଥାନୀୟ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ଝିପିଝିପି ବର୍ଷା ସାଙ୍ଗକୁ ଘାଟି ରାସ୍ତାରେ ବେପରୁଆ ଗାଡି ଚାଳନା ଯୋଗୁଁ ଦୁର୍ଘଟଣା ଘଟିଥିବା ପୋଲିସ ଅନୁମାନ କରୁଛି। ବହୁ ସମୟ ଧରି ଜାତୀୟ ରାଜପଥ ଅବରୋଧ ହୋଇ ରହିଥିବା ବେଳେ ଧୀରେଧୀରେ ଯାନବାହାନ ଚଳାଚଳ ସ୍ୱାଭାବିକ ହେବାରେ ଲାଗିଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.