ପ୍ରମୂଖ ଖବର
  • ଚାଉଁରପୁର ଦ୍ବିତୀୟ ସେତୁରେ ଚପଲ ରଖି ଡେଇଁପଡିଲେ ମହିଳା, ଆତ୍ମହତ୍ୟାର କାରଣ ଅସ୍ପଷ୍ଟ
  • ||
  • IPLରେ ତମାଖୁ ବିଜ୍ଞାପନ ପ୍ରସାରଣ ମନା, ଚିଠି ଲେଖିଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ
  • ||
  • ବଜ୍ରକବାଟି ଛକ ନିକଟରେ ସିରିଜ୍ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଦୁଇ ବାଇକ୍ ଆରୋହୀ
  • ||
  • ବ୍ରହ୍ମପୁରର ଅଧିଷ୍ଠାତ୍ରୀ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୨ ମଧ୍ୟରାତ୍ରରେ ଶୁଭଖୁଣ୍ଟି ସ୍ଥାପନ ହେବ
  • ||
  • ମଦ ଦୁର୍ନୀତିରେ ଇଡି ଆକ୍ସନ; ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ଘରେ ରେଡ୍
  • ||
  • ଅଟୋ ଚାଳକଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ସ୍ଵାମୀ ସହ ମିଶି ପ୍ରେମିକା ରଚିଥିଲା ହତ୍ୟାକାଣ୍ଡ
  • ||
  • ସୋମବାରଠୁ ସଂସଦର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ, ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ମାର୍କ କାନି ହେବେ କାନାଡ଼ା ନୂଆ ପ୍ରଧାନମନ୍ତ୍ରୀ, ୮୬ ପ୍ରତିଶତ ଭୋଟ ପାଇ ଲିବେରାଲ୍ ପାର୍ଟିର ନେତା ନିର୍ବାଚିତ
  • ||
  • ରାଜ୍ୟରେ ଉପରମୁହାଁ ପାରଦ, ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୫ ଡିଗ୍ରୀ ବଢ଼ିବ: ସବୁ ଜିଲ୍ଲାପାଳଙ୍କୁ ସତର୍କ କଲେ ଏସ୍‌ଆରସି
  • ||

ଆମ୍ବୁଲାନ୍ସକୁ ଧକ୍କା ଦେଲା ମାଲବାହୀ ଟ୍ରେନ, ଅଳ୍ପକେ ବର୍ତ୍ତିଲେ ରୋଗୀ

Published By : Prameya | March 10, 2025 4:48 PM

ରାୟଗଡା,୧୦।୩ : ରାୟଗଡାରୁ କୋରାପୁଟ  ଯାଇଥିବା କେଆର ରେଳ ଲାଇନର କଞ୍ଜାମଯୋଡି ନିକଟରେ  ଏକ ଆମ୍ବୁଲାନ୍ସକୁ  ମାଲବାହୀ ଟ୍ରେନ ଧକ୍କା ଦେଇଛି। ତେବେ ଆମ୍ବୁଲାନ୍ସରେ ଥିବା ଆଶା ଦିଦିଙ୍କ ସହ ୮ ରୋଗୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। 

କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତର କାଣିପାଇ, କଞ୍ଜ।ମଯୋଡି ,ଝାକୁଡୁ, ବେତଲାଙ୍ଗ ଓ ଚକ୍ରକଲାଙ୍ଗ ଗ୍ରାମର କେତେ ଜଣ  ଲୋକଙ୍କ ଆଖି ଅପରେସନ ପାଇଁ ଅନନ୍ତ ଚକ୍ଷୁ ଚିକିତ୍ସାଳୟକୁ ଆମ୍ବୁଲାନ୍ସରେ ଅଣାଯାଉଥିଲା। ଶିକରପାଇ ଓ ଭାଲୁମସ୍କା ଷ୍ଟେସନ ମଝିରେ  ଥିବା ରେଳ ଲାଇନ ଦେଇ ଚକ୍ଷୁ ଆମ୍ବୁଲାନ୍ସ ଆସୁଥିବା ବେଳେ କଞ୍ଜାମଯୋଡି ନିକଟରେ  ହଠାତ ଏକ ମାଲବାହୀ ଟ୍ରେଡ଼ ଆସି ଗାଡିକୁ ୧୦୦ମିଟର ପର୍ଯ୍ୟନ୍ତ ଘୋଷାରି ନେଇ ଯାଇଥିଲା। କିନ୍ତୁ ଆମ୍ବୁଲାନ୍ସରେ ଥିବା ଚାଳକ ସମେତ ଜଣେ ଆଶା ଦିଦି ଓ ୮ଜଣ ରୋଗୀ ଅଳ୍ପକେ ବର୍ତ୍ତିଯାଇଥିବା ଜଣାପଡ଼ିଛି । ମାଲବାହୀ ଟ୍ରେନଟି ବ୍ରେକ ମାରିବାରୁ   ଆମ୍ବୁଲାନ୍ସରେ ଥିବା ଲୋକଙ୍କ ପ୍ରାଣ ଅଳ୍ପକେ ବଞ୍ଚିଯାଇଛି । 

ପ୍ରକାଶ ଥାଉକି ଉକ୍ତ  ସ୍ଥାନରେ ପ୍ରାୟ ୩ଥର ଦୁର୍ଘଟଣା ଘଟିଲାଣି ।ଉକ୍ତ ରେଳ ଲାଇନ ଉପରେ  ଓଭର ବ୍ରିଜ ନଚେତ  ତଳ ବ୍ରିଜ କରିବା ପାଇଁ ରେଳବାଇ ,ସାଂସଦ ଓ ବିଧାୟକ ,ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀରେ  ବାରମ୍ବାର ଲିଖିତ ଦେବାପରେ ମଧ୍ୟ କୌଣସି କାର୍ଯ୍ୟକାରୀ ହେଉନାହିଁ ବୋଲି ଅଞ୍ଚଳବାସୀ କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.