ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ପୁରୀରେ ଗୃହପାଳିତ ପ୍ରାଣୀଙ୍କ ସଂଖ୍ୟା ଗଣନା ପ୍ରଶିକ୍ଷଣ, ଯୋଗ ଦେବେ କେନ୍ଦ୍ର ପ୍ରାଣୀ ସମ୍ପଦ ରାଷ୍ଟ୍ର ମନ୍ତ୍ରୀ

ଭୁବନେଶ୍ୱର/ପୁରୀ, ୨୦।୭: ଗୃହପାଳିତ ପ୍ରାଣୀଙ୍କ ଉପରେ ଏକବିଂଶତମ ଆଞ୍ଚଳିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆସନ୍ତାକାଲି (ଶନିବାର) ପୁରୀରେ ଆୟୋଜିତ ହେବ । ଓଡ଼ିଶା, ପଶ୍ଚିମବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ ଓ ବିହାରର ରାଜ୍ୟ ଓ ଜିଲ୍ଲାସ୍ତରୀୟ ନୋଡାଲ ଅଧିକାରୀମାନେ ଏଠାରେ ପ୍ରଶିକ୍ଷଣ ନେବେ । ସଫ୍ଟୱେର୍‌ ବିଶେଷକରି ମୋବାଇଲ ଆପ୍‌ ଓ ଡାସ୍‌ ବୋର୍ଡ ଉପରେ ଏହି ତାଲିମ ଦିଆଯିବ । ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ସମାରୋହରେ କେନ୍ଦ୍ର ମତ୍ସ୍ୟ ପାଳନ, ପ୍ରାଣୀ ସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନ ରାଷ୍ଟ୍ରମନ୍ତ୍ରୀ ପ୍ରଫେସର ଏସ୍‌.ପି. ସିଂ ବାଘେଲ ଦୀକ୍ଷାନ୍ତ ଅଭିଭାଷଣ ରଖିବେ । 

ସେହିପରି ଓଡ଼ିଶା ସରକାରଙ୍କ ମତ୍ସ୍ୟପାଳନ, ପ୍ରାଣୀସମ୍ପଦ ଓ ଦୁଗ୍ଧ ଉତ୍ପାଦନ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମଧ୍ୟ କାର୍ଯ୍ୟକ୍ରମରେ ଅଭିଭାଷଣ ରଖିବେ । ଭାରତ ସରକାରଙ୍କ ପ୍ରାଣୀ ସମ୍ପଦ ଓ ଦୁଗ୍ଧ ଉତ୍ପାଦନ ବିଭାଗ ସଚିବ ଅଳକା ଉପାଧ୍ୟାୟ, ଉପଦେଷ୍ଟା (ପରିସଂଖ୍ୟାନ) ଜଗତ ହଜାରିକା, ଆଇସିଏଆର-ଏନବିଏଜିଆର ନିର୍ଦ୍ଦେଶକ ଡକ୍ଟର ବି.ପି. ମିଶ୍ର, ଓଡ଼ିଶା ସରକାରଙ୍କ ମତ୍ସ୍ୟପାଳନ, ପ୍ରାଣୀ ସମ୍ପଦ ଓ ଦୁଗ୍ଧ ଉତ୍ପାଦନ ବିଭାଗ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ପ୍ରାଣୀ ସମ୍ପଦ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରାମାଶିଷ ହାଜରା ପ୍ରମୁଖ ଉପସ୍ଥିତ ରହିବେ । କାର୍ଯ୍ୟକ୍ରମରେ ଓଡ଼ିଶା, ପଶ୍ଚିମବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ ଓ ବିହାରରେ ବିଭିନ୍ନ କିସମର ଗୃହପାଳିତ ପ୍ରାଣୀଙ୍କ ଗଣନା ସମ୍ପର୍କରେ ତାଲିମ ଦିଆଯିବ ।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.