ପ୍ରମୂଖ ଖବର
  • ପାରାଦୀପ ଜିରୋ ପଏଣ୍ଟ ପାଖରେ ଗଚ୍ଛିତ ପାଇପରେ ଭୟଙ୍କର ଅଗ୍ନିକାଣ୍ଡ
  • ||
  • ରାଜଧାନୀରୁ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ରାଉରକେଲାରେ ପୋଲିସ ଡିଜି ୱାଇବି ଖୁରାନିଆ, ରାଉରକେଲାରେ ଚାଲିଛି ସମୀକ୍ଷା ବୈଠକ
  • ||
  • ପହଲଗାମ ଆତଙ୍କୀ ହମ୍‌ଲା ପରେ ରାଜଧାନୀରେ ହାଇଆଲର୍ଟ, ଭୁବନେଶ୍ୱର ରେଲ୍‌ ୱେ ଷ୍ଟେସନ୍‌ରେ ଫ୍ଲାଗ୍ ମାର୍ଚ୍ଚ
  • ||
  • ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ, ଟଙ୍କା ମାଗିବାରୁ ଦହିବରା ବେପାରୀଙ୍କୁ ନିସ୍ତୁକ ପିଟିଲେ
  • ||
  • ସମ୍ୱଲପୁର : ପାଣିରେ ବୁଡ଼ି ଜୀବନ ହାରିଥିଲେ ଭିସୁଟ୍‌ ଛାତ୍ରୀ: ୧୦୦ ଜଣଙ୍କ ଉପରେ ସର୍ବକାଳୀନ ଛାତ୍ର କାର୍ଯ୍ୟାନୁଷ୍ଠାନ
  • ||
  • ଚଳିବନି ପାକ୍ ପ୍ରୋପାଗଣ୍ଡା, ଭାରତରେ ୧୬ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ୍ ବ୍ୟାନ୍
  • ||
  • ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା, ୧୨ ଯାଏ ୩ଟି ସିଫ୍ଟରେ ହେବ ଏକ୍ସଜାମ୍
  • ||
  • ବାଙ୍ଗିରିପୋଷି-ପୁରୀ ସୁପରଫାଷ୍ଟ ଟ୍ରେନ୍‌ରେ ଏଲଏଚବି କୋଚ୍‌ର ଶୁଭାରମ୍ଭ
  • ||
  • କେନ୍ଦୁଝର : ବାଇକ୍‌କୁ ଧକ୍କା ଦେଲା ଆଡିସନାଲ୍‌ CSOଙ୍କ ବୋଲେରୋ, ବାଇକ୍‌ ଚାଳକ ମୃତ
  • ||
  • ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୭ ତମ ଜନ୍ମଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ବିଜେଡି ନେତା ଓ କର୍ମୀ
  • ||
  • ଅନୁଗୁଳ : ୫୫ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ ଗିରଫ
  • ||
  • IPL 2025: ଆଜି ରାଜସ୍ଥାନ- ଗୁଜରାଟ ଲଢ଼େଇ, ରୟାଲ୍ସ ପାଇଁ ‘କର ବା ମର’
  • ||
  • ତାତି କମିଲା, ଆହୁରି କମିବ: ଆଜି ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା,୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||
  • ସୁନ୍ଦରଗଡ଼ : ବସ୍‌ ଓଲଟି ଜଣେ ମୃତ, ୫ ରୁ ଉର୍ଦ୍ଧ୍ୱ ଗୁରୁତର
  • ||

ବରିଷ୍ଠ ସାମ୍ବାଦିକ ଏସଏ କଲିମଙ୍କୁ ଶ୍ରଦ୍ଧାଞ୍ଜଳି

Published By : Prameya | April 27, 2025 11:13 PM

ଭୁବନେଶ୍ୱର,୨୭/୪: ଦୈନିକ ସମ୍ବାଦପତ୍ର ସମ୍ବାଦ କଳିକାର ଦିବଙ୍ଗତ ବାର୍ତ୍ତା ସମ୍ପାଦକ, ବରିଷ୍ଠ ସାମ୍ବାଦିକ ଏସ୍ ଏ କଲିମ୍ ଜଣେ ଅନନ୍ୟ ବ୍ୟକ୍ତିତ୍ଵର ଅଧିକାରୀ ଥିଲେ। ନୂତନ ପିଢ଼ିର ସାମ୍ବାଦିକଙ୍କ ପାଇଁ ସେ ପ୍ରେରଣାର ଉତ୍ସ ଥିଲେ ବୋଲି ଆଜି ଏଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସ୍ମୃତି ସଭାରେ ମତ ପ୍ରକାଶ ପାଇଛି।

'ଅନ୍ତରଙ୍ଗ ପରିବାର' ପକ୍ଷରୁ ଆଜି ଅପରାହ୍ନରେ ୟୂନିଟ -୯ସ୍ଥିତ ଉତ୍କଳ କରାଟେ ସ୍କୁଲ୍ ସଭାଗୃହରେ ଭାଷାବିତ୍ ଦେବାଶିଷ ମହାପାତ୍ରଙ୍କ ସଂଯୋଜନାରେ ସ୍ବର୍ଗତ କଲିମଙ୍କ ପାଇଁ ଅନୁଷ୍ଠିତ ସ୍ମୃତି ସଭାରେ ବହୁ ବିଶିଷ୍ଟ ବ୍ୟକ୍ତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।  ଏହି ଅବସରରେ ଅବସରପ୍ରାପ୍ତ ପ୍ରଶାସକ ଭାରତ ଭୂଷଣ ଜଗଦେବ, ସାମ୍ବାଦିକ ଶିଶିର ଭଟ୍ଟ ମିଶ୍ର, ବିରୂପାକ୍ଷ ତ୍ରିପାଠୀ, ପୂର୍ବତନ ବିଧାୟକ ରାଧାକାନ୍ତ ସେଠି, ଫକୀର କୁମାର ଉଦଗାତା, ବରିଷ୍ଠ ସାମ୍ବାଦିକ ଦିନବନ୍ଧୁ ସାହୁ, ଭାଗବତ ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ଲୋକ ସମ୍ପର୍କ ଅଧିକାରୀ ଦେବାଶିଷ ପଟ୍ଟନାୟକ, ଶୁଭମୟ ପଣ୍ଡା, ବିଶିଷ୍ଟ କବି ଦୁର୍ଗା ଷଡଙ୍ଗୀ, ପଦ୍ମନାଭ ତ୍ରିପାଠୀ, ବରିଷ୍ଠ ସାମ୍ବାଦିକ ବିବେକ ଜେନା, ନୀଳାମ୍ବର ରଥ, ଆଲୋକ ନାୟକ, ପ୍ରକାଶ ସେଠି, ବିଘ୍ନେଶ୍ୱର ସାହୁ, ଇପ୍ସିତ ପ୍ରତିହାରୀ, ଦୁର୍ଗା ପ୍ରସାଦ ସାମନ୍ତରାୟ, ପଲିଟିକାଲ ମହାନ୍ତି, ଧ୍ରୂତିକାମ ମହାନ୍ତି, ଅପୂର୍ବ ମହାନ୍ତି, ପ୍ରଶାନ୍ତ ମିଶ୍ର ପ୍ରମୁଖ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । 

କଲିମଙ୍କ ପୂର୍ବତନ ସହକର୍ମୀ ତଥା ବରିଷ୍ଠ ସାମ୍ବାଦିକ ଗିରିଜା ଶଙ୍କର ଦାଶ କଲିମ ବାବୁଙ୍କ ସ୍ମୃତିରେ ଜଣେ ଡେସ୍କ ସାମ୍ବାଦିକଙ୍କୁ ପ୍ରତିବର୍ଷ ପୁରସ୍କାର ଦେବେ ବୋଲି ଘୋଷଣା କରିଥିଲେ। ଶେଷରେ ଅନ୍ତରଙ୍ଗ ପରିବାର ପକ୍ଷରୁ ଶତ୍ରୁଜିତ୍ ଧନ୍ୟବାଦ ଅର୍ପଣ କରିଥିଲେ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.