ପ୍ରମୂଖ ଖବର
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ଚାଳକ ମୃତ

Published By : Anindita Ratha | July 18, 2025 1:43 PM

ସୁନ୍ଦରଗଡ଼,୧୮/୦୭: ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡା ଥାନା ଅନ୍ତର୍ଗତ ବଡଖଲିଆ ଗ୍ରାମରେ ଦୁର୍ଘଟଣା। ଏକ ବିଲରେ ଟ୍ରାକ୍ଟର ଓଲଟି ଚାଳକ ମୃତ । ମୃତକ ଜଣକ ଉକ୍ତ ଗ୍ରାମର ଅନୀଲ ପଟେଲ ବୋଲି ଜଣାପଡ଼ିଛି। 

ସୂଚନା ମୁତାବକ, ଅନୀଲ  ତାଙ୍କ ବିଲରେ ନିଜ ଟ୍ରାକ୍ଟରରେ ଜମି ଚାଷ କରୁଥିବା ବେଳେ ଟ୍ରକଟି ଦିନ ପ୍ରାୟ ୧ଟା ସମୟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଏଥିରେ ସେ ଟ୍ରାକ୍ଟର ତଳେ ଚାପି ହୋଇ ଯାଇଥିଲେ । ଗ୍ରାମବାସୀଙ୍କ ସହାୟତାରେ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତକଙ୍କ ସମ୍ପର୍କୀୟ ଦୀପକ ପଟେଲ ଆଜି ସନ୍ଧ୍ୟାରେ ଏ ନେଇ ଥାନାରେ ଏତଲା ଦେବା ପରେ ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ଆସନ୍ତାକାଲି ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ପୁଲିସ କହିଛି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.