ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ

ମୋହନା,୧୯/୦୯: କମଳାପୁର ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୨ ଜଣ ପ୍ରାଣ ହରାଇଛନ୍ତି । ଉଭୟ ପଣସଢିଅ ଗାଁର ବାସିନ୍ଦା ହୋଇଥିବା ବେଳେ ତନ୍ମଧ୍ୟରୁ ଜଣେ ଭାସ୍କର ଦଲାଇ ବୋଲି ଜଣା ପଡ଼ିଛି ।  ବୁଧବାର ସନ୍ଧ୍ୟାରେ ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ କମଳାପୁର ଛକରେ ଏହି ଦୁର୍ଘଟଣା ଘଟିଛି ।

ସୂଚନା ମୁତାବକ, ବୁଧବାର ସନ୍ଧ୍ୟା ସମୟରେ ଏକ ବାଇକ୍‌ରେ ୨ ଜଣ ଯାତ୍ରା କରୁଥିଲେ । ଏହି ସମୟରେ କମଳାପୁର ଛକରେ  ଉକ୍ତ ବାଇକ୍‌ ସହ ଏକ ଟ୍ରକ୍‌ର ଧକ୍କା ହୋଇଥିଲା । ଏହା ଦେଖି ତୁରନ୍ତ ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ ।  ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଥିଲା ।  ଖବର ପାଇ ମୋହନା ପୋଲିସ ପହଞ୍ଚି ଅନ୍ୟଜଣେ ବାଇକ୍‌ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଇଥିଲେ । ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ବୁଧବାର ରାତିରେ ପ୍ରାଣ ହରାଇଥିଲେ । ଘଟଣାସ୍ଥଳରେ ପୋଲିସ ଉପସ୍ଥିତ ରହି ତଦନ୍ତ ଜାରି ରଖିଛି ।  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.