ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଦୁର୍ଘଟଣାଗ୍ରସ୍ତ ହୋଇ ଓଭର୍ ବ୍ରିଜ୍‌ରୁ ତଳକୁ ଖସିଲା ଦୁଇ ଟ୍ରକ୍‌, ୩ ଗୁରୁତର

Published By : Harapriya Sethi | February 26, 2025 8:21 AM

ଭୁବନେଶ୍ୱର,୨୬/୦୨: କଣ୍ଟେନରକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ୍‌ । ଦୁର୍ଘଟଣା ପରେ ଓଭର୍ ବ୍ରିଜ୍‌ ଉପରୁ ଖସି ପଡ଼ିଲା ଉଭୟ ଗାଡ଼ି । ଘଟଣାରେ ୩ ଜଣ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ଚିକିତ୍ସା ପାଇଁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଭଦ୍ରକ ଜିଲ୍ଲା ୧୬ ନମ୍ୱର୍ ଜାତୀୟ ରାଜପଥ ଗେଲପୁର ଛକ ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ୧୬ ନମ୍ୱର୍ ଜାତୀୟ ରାଜପଥ ଗେଲପୁର ଛକ ନିକଟରେ ଏକ କଣ୍ଟେନର ଛିଡ଼ା ହୋଇଥିଲା । ଉକ୍ତ କଣ୍ଟେନରରେ ବହୁ ମୂଲ୍ୟବାନ ବିଦ୍ୟୁତ ସାମଗ୍ରୀ, ବଡ ଡିଜି ଭର୍ତ୍ତି ହୋଇ ରହିଥିଲା। ଏହି ସମୟରେ ଏକ ବାଲି ବୋଝେଇ ଟ୍ରକ୍‌ ଆସି ଉକ୍ତ କଣ୍ଟେନରକୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ଉଭୟ ଗାଡ଼ି ଓଭର ବ୍ରିଜ ଉପରୁ ତଳକୁ ଖସି ପଡ଼ିଥିଲା ଏବଂ ୩ ଜଣ ଗୁରୁତର ହୋଇଥିଲେ । ଏହି ଦୁର୍ଘଟଣା ହେବା ଫଳରେ ଭୀଷଣ ଶବ୍ଦ ସୃଷ୍ଟି ହୋଇଥିଲା । ଶବ୍ଦ ଶୁଣି ସ୍ଥାନୀୟଲୋକେ ତୁରନ୍ତ ଦୌଡ଼ି ଆସି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚିଛି । ସେଠାରେ ପହଞ୍ଚି ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରିଛି ପୋଲିସ । ଏହା ସହ ଘଟଣାର ତଦନ୍ତ ମଧ୍ୟ କରୁଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.