ପ୍ରମୂଖ ଖବର
  • ଜଷ୍ଟିସ୍‌ ଯଶୱନ୍ତ ବର୍ମାଙ୍କୁ ଶକ୍ତ ଝଟକା; ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ ଆବେଦନ ଖାରଜ୍
  • ||
  • କଟକ : ଅସହ୍ୟ ହେଲା ପ୍ରେମିକଙ୍କ ବ୍ଲାକମେଲ୍! ଫ୍ୟାନ୍‌ରେ ଝୁଲିପଡ଼ିଲେ ଯୁବତୀ
  • ||
  • କଟକ ଏସ୍‌ସିବି ମେଡିକାଲରେ ପହଞ୍ଚିଲା ପଟ୍ଟାମୁଣ୍ଡାଇ ଛାତ୍ରୀଙ୍କ ମୃତଦେହ, କରାଯିବ ବ୍ୟବଚ୍ଛେଦ
  • ||
  • ପଟ୍ଟାମୁଣ୍ଡାଇ ଛାତ୍ରୀ ଆତ୍ମହୁତି ଘଟଣାରେ ଆକ୍ସନ୍, ASI ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି ନିର୍ଦ୍ଦେଶ
  • ||
  • ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ପୁରୀ ବନ୍ଦ ଡାକରା, ସକାଳ ୬ଟାରୁ ଦିନ ୧୨ଟା ଯାଏ ଚାଲିବ
  • ||
  • ଜଗତସିଂହପୁର ରଘୁନାଥପୁର ଥାନା ଅଞ୍ଚଳରେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିରୋଧ କରିବାରୁ ଲହୁ ଲୁହାଣ କଲେ ଦୁର୍ବୃତ୍ତ
  • ||
  • ଆସନ୍ତା ୮ରେ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ, ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ନୟାଗଡ଼: ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ, ଚିକିତ୍ସାଧିନ ଅବସ୍ଥାରେ ୭୦ ବର୍ଷ ବୟସରେ କଲେ ଶେଷ ନିଶ୍ବାସ ତ୍ୟାଗ
  • ||

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ

Published By : Rasmita Pradhan | August 6, 2025 7:32 AM

ତେଲକୋଇ, ୦୬/୦୮ : ଝିଅକୁ ସ୍କୁଲ ଛାଡ଼ିବାକୁ ଯାଉଥିବା ବେଳେ ବେଳେ ଦୁର୍ଘଟଣା। ବାଇକ୍‌କୁ ଧକ୍କା ଦେଲା ଟ୍ରକ୍। ଗୋଟିଏ ପରିବାରର ବାପା, ମା' ଓ ନାବାଳିକା ଝିଅର ମୃତ୍ୟୁ। ବୁଧବାର ସକାଳ ପ୍ରାୟ ୫ଟା ବେଳେ କେନ୍ଦୁଝର ଜିଲ୍ଲା ତେଲକୋଇ ୪୯ନଂ ଜାତୀୟ ରାଜପଥ ଜଗମୋହନପୁର ଛକରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

ସୂଚନାନୁଯାୟୀ, ବୁଧବାର ସକାଳେ ଦେବଗଡ଼ ଜିଲ୍ଲା ବାରକୋଟ ଥାନା ବାହାଡାପଶି ଗାଁର ଟଙ୍କ ପାତ୍ର ଓ ତାଙ୍କ ସ୍ତ୍ରୀ ବାଇକ୍ ଯୋଗେ ଝିଅକୁ କାଞ୍ଜିପାଣି ସ୍ଥିତ ଆଶ୍ରମ ସ୍କୁଲରେ ଛାଡ଼ିବାକୁ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି। ୪୯ନଂ ଜାତୀୟ ରାଜପଥ ଜଗମୋହନପୁର ଛକରେ ଏକ ଟ୍ରକ୍ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ବାପା, ମା ଓ ଝିଅର ମୃତ୍ୟୁ ଘଟିଛି। ଉତ୍ୟକ୍ତ ଲୋକେ ଜାତୀୟ ରାଜପଥକୁ ଅବରୋଧ କରିବା ସହ ଶବକୁ ଉଠାଇବାକୁ ଦେଉନାହାନ୍ତି। ପୁଲିସ ଘଟଣା ସ୍ଥଳରେ ପହଁଚି ଲୋକଙ୍କୁ ବୁଝାସୁଝା କରିବା ପରେ ୫ ରୁ ୬ ଘଣ୍ଟା ବିଳମ୍ବରେ ରାସ୍ତା ଅବରୋଧ ହଟିଛି। ଟ୍ରକଟି ଦୁର୍ଘଟଣା ଘଟାଇ ପଳାଇ ଯାଉଥିବା ବେଳେ ରୁଗୁଡିହ ଟୋଲଗେଟ୍ ନିକଟରୁ ଧରାପଡ଼ିଛି। ଡ୍ରାଇଭର ଫେରାର ହୋଇଯାଇଛି। ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଜଗମୋହନପୁର ବଜାରର ଉଭୟ ପାର୍ଶ୍ଵରେ ହମ୍ପସ ନିର୍ମାଣ ସହିତ ରାସ୍ତାରେ ଲାଇଟ୍ ବ୍ୟବସ୍ଥା ପାଇଁ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.