ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ଭାରସାମ୍ୟ ହରାଇ ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ, ଜଣେ ମୃତ ଦୁଇ ଗୁରୁତର

ଯାଜପୁର,୦୮/୦୯: ଭାରସାମ୍ୟ ହରାଇ ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଆମ୍ବୁଲାନ୍ସ । ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ କର୍ମଚାରୀ ହେମନ୍ତ ଆଚାର୍ଯ୍ୟଙ୍କ ମୃତ୍ୟୁ ହୋଇଥିବାବେଳେ ଆମ୍ବୁଲାନ୍ସ ଡ୍ରାଇଭର ଗୋବର୍ଦ୍ଧନ ଜେନା ଓ ଫାର୍ମାସିଷ୍ଟ ଗିରିଜା ସେଠୀ ଗୁରୁତର ହୋଇଛନ୍ତି । ୧୬ ନମ୍ୱର ଜାତୀୟ ରାଜପଥ ରଥିଆ ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି । 

ସୂଚନା ମୁତାବକ, ୧୦୮ ଆମ୍ବୁଲାନ୍ସଟି କଟକ ସ୍ଥିତ ଶିଶୁ ଭବନରେ ରୋଗୀଙ୍କୁ ଛାଡ଼ି ରବିବାର ସକାଳୁ କେନ୍ଦୁଝର ଫେରୁଥିଲା । ଏହି ସମୟରେ କେନ୍ଦୁଝର ଫେରୁଥିବା ରାସ୍ତାରେ ରଥିଆ ଛକ ନିକଟସ୍ଥ ପେଟ୍ରୋଲ ପମ୍ପ ପାଖାପାଖି ଭାରସାମ୍ୟ ହରାଇ ଆମ୍ୱୁଲାନ୍ସଟି ଟ୍ରକ୍‌କୁ ପଛ ପଟୁ ଧକ୍କା ଦେଇଥିଲା । ଫଳରେ ଆମ୍ୱୁଲାନ୍ସରେ ଥିବା କର୍ମଚାରୀ ହେମନ୍ତ ଆଚାର୍ଯ୍ୟ ପ୍ରାଣ ହରାଇଛନ୍ତି ଏବଂ ଗାଡ଼ିର ଡ୍ରାଇଭର, ଫାର୍ମାସିଷ୍ଟ ଗୁରୁତର ହୋଇଛନ୍ତି । ଏହା ଦେଖି ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏଥି ସହିତ ଗାଡ଼ିର ଡ୍ରାଇଭର ଏବଂ ଫାର୍ମାସିଷ୍ଟଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଇଛି ପୋଲିସ । ଏହା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.