ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଫୁଟପାଥ୍‌ରେ ଶୋଇଥିବା ବ୍ୟକ୍ତିଙ୍କ ଉପରେ ମାଡ଼ିଗଲା ଟ୍ରକ୍‌, କ୍ଷତିପୂରଣ ପାଇଁ ଦାବି କଲେ ଲୋକେ

Published By : Harapriya Sethi | July 2, 2025 7:20 AM

ରାଉରକେଲା,୦୨/୦୭: ଫୁଟପାଥରେ ଶୋଇଥିବା ଜଣେ ବ୍ୟକ୍ତିଙ୍କ ଉପରେ ମାଡ଼ିଗଲା ଟ୍ରକ୍‌ । ଘଟଣାସ୍ଥଳରେ ଚାଲିଗଲା ଜୀବନ । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ମଙ୍ଗଳବାର ରାତି ପ୍ରାୟ ୧୧ଟା ସମୟରେ ରାଉରକେଲା ସହରର ପୁରୁଣା ଷ୍ଟେସନ ରୋଡର ଗଣେଶ ଚୌକ ନିକଟରେ ଫୁଟପାଥରେ ଶୋଇଥିବା ଜଣେ ବ୍ୟକ୍ତିଙ୍କୁ ଟ୍ରକ୍‌ ଚାପି ଦେଇଛି । 

ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଟ୍ରକ୍‌ ଚାଳକ ଦ୍ରୁତ ଗତିରେ ବେପରୁଆ ଭାବରେ ଗାଡ଼ି ଚଲାଇ ଫୁଟପାଥ୍‌ରେ ଗାଡ଼ି ଚଢାଇ ଦେଇଥିଲେ । ଫଳରେ ଫୁଟପାଥ୍‌ ଉପରେ ଶୋଇଥିବା ବ୍ୟକ୍ତିଙ୍କ ଉପରେ ଟ୍ରକ୍‌ଟି ଚଢ଼ି ଯାଇଥିଲା । ଘଟଣାସ୍ଥଳରେ ଉକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା । ପ୍ଲାଣ୍ଟ ସାଇଟ୍ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଇବାକୁ ଚେଷ୍ଟା କରିଥିଲେ । ଲୋକମାନେ ଟ୍ରକ୍‌ଟିକୁ ଅଟକ ରଖିବା ସହ ଚାଳକଙ୍କୁ ଠେଲାପେଲା କରିଥିଲେ। ଏହି ଦୁର୍ଘଟଣା ପରେ ଆନ୍ଦୋଳନକାରୀମାନେ ଉକ୍ତ ଅଞ୍ଚଳରେ ଭାରୀ ଯାନ ଚଳାଚଳ ଉପରେ ରୋକ ଲଗାଇବାକୁ ଦାବି କରିଛନ୍ତି । ଏହା ସହିତ ମୃତକଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଦେବା ପାଇଁ  ଦାବି କରିଛନ୍ତି । ପୁଲିସ ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.