ପ୍ରମୂଖ ଖବର
  • ପୋପ୍ ଫ୍ରାନ୍‌ସିସଙ୍ ପରଲୋକ, ୮୮ ବର୍ଷ ବୟସ​‌ରେ କଲେ ଶେଷ ନିଶ୍ବାସ୍ତ ତ୍ୟାଗ
  • ||
  • ଜଘନ୍ୟ ହତ୍ୟାକାଣ୍ଡ ଢେଙ୍କାନାଳ : ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା କଲେ ଦୁର୍ବୃତ୍ତ
  • ||
  • BCCI ଜାରି କଲା ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ; ଆୟରଙ୍କୁ ବଡ଼ ଉପହାର, ରୋ-କୋଙ୍କୁ A+ ଗ୍ରେଡ଼
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ପାପୁଲି କାଟିଦେଲେ ଦୁର୍ବୃତ୍ତ
  • ||
  • ପରିବାର ସହ ଭାରତରେ ଆମେରିକା ଉପରାଷ୍ଟ୍ରପତି ଜେ ଡି ଭାନ୍ସ, ପ୍ରଧାନମନ୍ତ୍ରୀଙ୍କୁ ସହ କରିବେ ଡିନର
  • ||
  • ପୁରୀ : ଛାତ୍ରଙ୍କ ଉପରେ ଚଢିଗଲା ଟ୍ରକ୍‌, ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ୱର : ଟ୍ରେନ୍‌ ଆଗକୁ ଯାଇ କରିଥିଲେ ଆତ୍ମହତ୍ୟା, ଭଦ୍ରକରୁ କଟି ଆସି ଭୁବନେଶ୍ୱର ଷ୍ଟେସନରେ ପଡ଼ିଲା ମୁଣ୍ଡ
  • ||
  • IPL 2025: ଟାଇଟନ୍ସକୁ ଭେଟିବ ନାଇଟ୍‌ ରାଇଡର୍ସ, ଲଢ଼ିବେ ଗିଲ୍- ରାହାଣେ
  • ||
  • ଲୋକଙ୍କ ପାଖରେ ପହଞ୍ଚିବ ଲୋକଙ୍କ ସରକାର, ଆଜି ପଶ୍ଚିମ ଓଡ଼ିଶାବାସୀଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀଙ୍କ ସହ ୧୦ ମନ୍ତ୍ରୀ
  • ||
  • ପୁରୀ : ୭ ଦିନ ପରେ ମିଳିଲା ନିଖୋଜ ନାବାଳକର ମୃତଦେହ, ହତ୍ୟା ସନ୍ଦେହ
  • ||
  • ରାଜ୍ୟରେ କମିଲା କାଳବୈଶାଖୀ: ୨୫ ଯାଏ ତାତିରୁ ନିସ୍ତାର ନାହିଁ,୪୪ ଡିଗ୍ରୀ ଡେଇଁପାରେ ତାପମାତ୍ରା
  • ||

ଛାତ୍ରଙ୍କ ଉପରେ ଚଢିଗଲା ଟ୍ରକ୍‌, ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ

Published By : Harapriya Sethi | April 21, 2025 10:08 AM

ଭୁବନେଶ୍ୱର, ୨୧/୦୪: ଗୋପ ଚାରିଛକ ରୋଡ଼ ବସ୍ତି ନିକଟରେ ଦୁର୍ଘଟଣା । ୧୨ବର୍ଷର ଛାତ୍ର ଉପରେ ଚଢ଼ିଗଲା ମାଲ୍ ବୋଝେଇ ଟ୍ରକ୍‌ । ଛାତ୍ର ଜଣକ ଗୋପ ବସ୍ତି ଅଞ୍ଚଳର ମହମଦ ଜୁନେଦ (ନବମ ଶ୍ରେଣୀର ଛାତ୍ର) ବୋଲି ଜଣାପଡ଼ିଛି । ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ଉତ୍ୟକ୍ତ ଲୋକେ ଗୋପ ଚାରିଛକଠାରେ ରାସ୍ତାରୋକ କରିଛନ୍ତି । 

ସୂଚନା ମୁତାବକ, ଗୋପ ବସ୍ତି ଅଞ୍ଚଳର ମହମଦ ଜୁନେଦ ବଜାରକୁ ଯାଉଥିଲେ । ଏହି ସମୟରେ ହଠାତ ଏକ ମାଲ୍ ବୋଝେଇ ଟ୍ରକ୍‌ ଆସି ତାଙ୍କ ଉପରେ ଚଢିଯାଇଥିଲା । ଟ୍ରକ୍‌ଟି ତାଙ୍କ ଗୋଡ଼ ଉପରେ ଚଢିଯାଇଥିବାରୁ ସେ ଯନ୍ତ୍ରଣାରେ ଚିତ୍କାର କରିଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଛାତ୍ରଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ସେପଟେ ଦୁର୍ଘଟଣା ପରେ ଉତ୍ୟକ୍ତ ଲୋକେ ଗୋପ ଚାରିଛକ ରାସ୍ତାରୋକ କରିଥିଲେ । ଏନେଇ ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି । ସେଠାରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ଘଟଣାର ତଦନ୍ତ କରୁଛି ପୋଲିସ ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.