ପ୍ରମୂଖ ଖବର
  • ପୁରୀ : ଏଥର ମିଳିବନି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ୧୦ରେ ମିଳିବ ଆଡ଼ପ ଅବଢ଼ା
  • ||
  • ଭୁବନେଶ୍ଵର : କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ, ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା
  • ||
  • ଭୁବନେଶ୍ଵର : ସ୍କୁଲରେ ପଢ଼ାଇବେ ଅତିଥି ଶିକ୍ଷକ, ନିଯୁକ୍ତ ହେବେ ୪୫୮୦ ଅବସରପ୍ରାପ୍ତ ଶିକ୍ଷକ
  • ||

ମଙ୍ଗଳବାର ରାଶିଫଳ ; ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଏବଂ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ...

ମେଷ : ସପ୍ତମଚନ୍ଦ୍ର, ମଙ୍ଗଳବାର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ ଏବଂ ପରିବାରପ୍ରତି ଅଧିକ ଯତ୍ନବାନ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ପ୍ରଭୁହନୁମାନ ।

ବୃଷ : ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ଚାଲିଚଳନାରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ରୋଗ, ଋଣ ଓ ଶତ୍ରୁ ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂରହେବ । ଯେଉଁ ମାନଙ୍କର କୃତ୍ତିକା ଓ ମୃଗଶିରାବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ନୀଳ, ସଂଖ୍ୟା : ୪, ଆରାଧନା : ମା’ ସମଲେଶ୍ୱରୀ ।

ମିଥୁନ : ପଞ୍ଚମ ଚନ୍ଦ୍ରଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ସନ୍ତାନ ମାନଙ୍କ ଶିକ୍ଷା, ଦୀକ୍ଷା ଓ କର୍ମକୁ ନେଇ ଗର୍ବିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ମୃଗଶିରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଚତୁର୍ଥ ଚନ୍ଦ୍ରଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ସ୍ୱଜନ, ପରିଜନଙ୍କ ସହ ବିବାଦ ଏବଂ ପଡ଼ୋଶୀଙ୍କ ସହ ତିକ୍ତତା ଦେଖାଦେବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଏବଂ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ି ଯିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା : ଭଗବାନ ଶିବ ।

ସିଂହ : ତୃତୀୟଚନ୍ଦ୍ର, ମଙ୍ଗଳବାର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ  ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ପଦବୀ ମିଳିବ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା : ୬, ଆରାଧନା: ପ୍ରଭୁଶ୍ରୀଜଗନ୍ନାଥ ।

କନ୍ୟା : ଦ୍ୱିତୀୟ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ବିିଭିନ୍ନ ଉତ୍ସରୁ ଧନ ପ୍ରାପ୍ତି ହେବ । ଅନ୍ୟକୁ ଦେଇଥିବା ଧନ ଓ ବକେୟା ପଡ଼ିଥିବା ଧନ ଆଦାୟ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖା ଦେବ । ଯେଉଁ ମାନଙ୍କର ଉତ୍ତରା ଫାଲଗୁନୀ ଓ ହସ୍ତାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ଶ୍ରୀଚନ୍ଦ୍ର ଯୋଗୁ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହ ସମ୍ପର୍କ ନିବିଡ଼ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତିଏବଂ ଆମୋଦ ପ୍ରମୋଦରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ସ୍ୱାତୀତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା :  ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ ମନରେ ବ୍ୟସ୍ତତା, ବ୍ୟଗ୍ରତା ବୃଦ୍ଧି ପାଇବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତାର ପଶ୍ଚାତ୍‌ଧାବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ଧନୁ: ଏକାଦଶ ଚନ୍ଦ୍ର, ସକାଳ ୬ଟା ୨୫ ମିନିଟ୍‌ ପରେ ଘାତତିଥି ଯୋଗୁ ଘାତତିଥିର ପ୍ରଭାବ କମ୍‌ ରହିବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନ ବାହନ କ୍ରୟ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା ଓ କର୍ମସ୍ଥାନରେ ସମସ୍ତ ସୁବିଧା, ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୭, ଆରାଧନା : ମା’ ମାତଙ୍ଗୀ ।

ମକର : ଘାତବାର ଏବଂ ସକାଳ ୬ଟା ୨୫ ମିନିଟ୍‌ ପରେ ଘାତତିଥି ଯୋଗୁ ସମସ୍ତକର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ମିଳିବ ନାହିଁ । ଦଶମ ଚନ୍ଦ୍ର ଯୋଗୁ କେବଳ କର୍ମରେ ଶୁଭଫଳ ମିଳିବ ଏବଂ ଅନ୍ୟ ସମସ୍ତ କ୍ଷେତ୍ରରେ ବିଘ୍ନ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା :  ମା’ କାଳୀ ।

କୁମ୍ଭ : ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ପରୋପକାର, ସମାଜସେବା ଓ ଧାର୍ମିକକର୍ମରେ ଅଧିକ ଆଗ୍ରହ ରହିବ ଏବଂ ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ଧନିଷ୍ଠାକୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

ମୀନ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ ପ୍ରକାଶ ପାଇବ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଅଗ୍ରସର ହେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମରେ ଅଯଥା ବିଳମ୍ବ ଦେଖାଦେବ ।ଯେଉଁ ମାନଙ୍କର ପୂର୍ବଭାଦ୍ର ଓ ରେବତୀମୀନ, ସେମାନେ ସତର୍କହେବେ ।ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.