ପ୍ରମୂଖ ଖବର
  • ମାଲକାନଗିରିରେ ବଡ଼ ଧରଣର ଚୋରି, କାନ୍ଥ ଭାଙ୍ଗି ୧ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ମୋବାଇଲ୍‌ ନେଇଗଲେ ଲୁଟେରା
  • ||
  • ରାଜଧାନୀରେ ହତ୍ୟା ଘଟଣା: ୩ ଜଣଙ୍କୁ ଅଟକ ରଖି ଜେରା କରୁଛି ପୋଲିସ
  • ||
  • ରାଜଧାନୀରେ ହତ୍ୟା ଘଟଣା: ଦୋଷୀଙ୍କୁ ନିଶ୍ଚିତ ଧରାଯିବ ବୋଲି କହିଲେ ଆଇନ୍‌ମନ୍ତ୍ରୀ
  • ||
  • ବୈପାରିଗୁଡ଼ା : ଆମଟିଗୁଡା ହତ୍ୟା ମାମଲା, ୫ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ରାଜଧାନୀରେ ଚାଞ୍ଚଲ୍ୟ: ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ଭି. ନାରାୟଣନ ଇସ୍ରୋର ନୂଆ ଅଧ୍ୟକ୍ଷ, ଏସ୍ ସୋମନାଥଙ୍କ ସ୍ଥାନରେ ନିଯୁକ୍ତି
  • ||
  • ଆଗକୁ ବଢିବ ରାତି ତାପମାତ୍ରା, ଆହୁରି କମିବ ଶୀତ
  • ||
  • ରାଜ୍ୟରେ ବାର୍ଡ-ଫ୍ଲୁ ଭୟ, ଜନସ୍ୱାସ୍ଥ୍ୟ ବିଭାଗର ସ୍ଥିତି ସମୀକ୍ଷା
  • ||

ମଙ୍ଗଳବାର ରାଶିଫଳ : ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ

Published By : Prameya | January 6, 2025 9:21 PM

ମେଷ : ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ। ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ। ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବେ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ। ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବେ। ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୩, ଆରାଧନା: ମା’ ଚଣ୍ଡୀ ।

ବୃଷ : ଏକାଦଶ ଚନ୍ଦ୍ର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରି ପାଇବେ। ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ସମସ୍ତ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ। ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ।

ମିଥୁନ : ଦଶମ ଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଆଗ୍ରହ ରହିବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ।

କର୍କଟ : ନବମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ। ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ। ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। କର୍ମରେ ଆଶା ଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବେ। ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ।

ସିଂହ : ଅଷ୍ଟମ ଚନ୍ଦ୍ର, ଅଷ୍ଟମୀ ତିଥି ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ। ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ। ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ମା’ ମାତଙ୍ଗୀ।

କନ୍ୟା : ସପ୍ତମ ଚନ୍ଦ୍ର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ମିଳିବ। ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ। ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା।

ତୁଳା : ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନାରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ। ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୨, ଆରାଧନା : ମା’ ସମଲେଶ୍ୱରୀ।

ବିଛା : ପଞ୍ଚମ ଚନ୍ଦ୍ର ଏବଂ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ନୂତନ ବିଦ୍ୟା, କଳା, ସଂସ୍କୃତି ପ୍ରତି ମନରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ। ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : ଲାଲ୍‌, ସଂଖ୍ୟା: ୩, ଆରାଧନା : ମା’ ବଗଳାମୁଖୀ।

ଧନୁ : ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଯାନବାହନ ଆରୋହଣ କାଳରେ ସତର୍କ ହେବେ। ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ସ୍ୱଜନ, ପରିଜନଙ୍କ ସହ ବିବାଦ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ। କର୍ମରେ ବିଫଳତା, ସହକର୍ମୀଙ୍କ ସହ ମତାନ୍ତର ଏବଂ ବହୁବିଧ ସମସ୍ୟା ଦେଖାଦେବ। ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ। ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ମା’ ତାରା।

ମକର : ତୃତୀୟ ଚନ୍ଦ୍ର, ଘାତବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ।

କୁମ୍ଭ : ଦ୍ୱିତୀୟ ଚନ୍ଦ୍ର ଯୋଗୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଧନ ଓ ଆୟ ପ୍ରତି ମନରେ ଅହେତୁକ ଦୁର୍ବଳତା ପ୍ରକାଶ ପାଇବ। ଧନର ସତ୍‌ବିନିଯୋଗ କରିବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ। ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ।

ମୀନ :   ଶ୍ରୀଚନ୍ଦ୍ର, ମଙ୍ଗଳବାର ଯୋଗୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ। ଯେଉଁମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ

ମୋବାଇଲ : ୯୪୩୭୧୩୩୪୭୩

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.