ଅଦ୍ୟ ତା.୨୭.୦୫.୨୦୨୫ରିଖ, ବୃଷ ୧୩ ଦିନ, ଜ୍ୟେଷ୍ଠ ମାସ ଅମାବାସ୍ୟା, ମଙ୍ଗଳବାର। ଅମାବାସ୍ୟା: ସକାଳ ୮ଟା ୩୨ମିନିଟ୍। କୃତ୍ତିକା: ସକାଳ ୫ଟା ୩୨ ମିନିଟ୍। ମେଷଚନ୍ଦ୍ର : ୬୦ ଦଣ୍ଡ ଅହୋରାତ୍ର। ସୂର୍ଯ୍ୟୋଦୟ : ସକାଳ ୫ଟା ୦୯ମିନିଟ୍ ୧୧ସେକେଣ୍ଡ, ସୂର୍ଯ୍ୟାସ୍ତ: ସନ୍ଧ୍ୟା ୬ଟା ୧୮ମିନିଟ୍ ୩୬ସେକେଣ୍ଡ। ଯୋଗିନୀ ଐଶାନ୍ୟେ, ସକାଳ ୮ଟା ୩୨ମିନିଟ୍ ଗତେ ପୂର୍ବେ। ମୃତେ ଦ୍ୱିପାଦ, ସକାଳ ୫ଟା ୩୨ମିନିଟ୍ ଗତେ ଏକ ପାଦ, ନିଶାନ୍ତ ୫ଟା ୦୩ ମିନିଟ୍ ଗତେ ଦ୍ୱିପାଦ ପୁଷ୍କର ଦୋଷ। ପାଣିକଖାରୁ ଖାଇବା ମନା, ଖାଇଲେ ଅର୍ଥ ହାନି। ଅମୃତବେଳା : ସକାଳ ୮ଟା ୪୪ ମିନିଟ୍ ଗତେ, ୧୧ଟା ୧୮ ମିନିଟ୍ ମଧ୍ୟେ, ଅପରାହ୍ନ ୪ଟା ୩୬ ମିନିଟ୍ ଗତେ, ସନ୍ଧ୍ୟା ୬ଟା ୨୧ ମିନିଟ୍ ମଧ୍ୟେ।
ଆଜିର ରାଶିଫଳ
ମେଷ : ଦ୍ୱିତୀୟ ଚନ୍ଦ୍ର ଏବଂ ସକାଳ ୮ଟା ୩୨ମିନିଟ୍ ପରେ ଶୁକ୍ଳପକ୍ଷ ଭୋଗ ହେଉଥିବାରୁ ଧନ ଓ ଆୟ ପ୍ରତି ମନରେ ଅହେତୁକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ। ଖର୍ଚ୍ଚପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତିମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ପ୍ରଭୁ ଗଜାନନ।
ବୃଷ : ଶ୍ରୀଚନ୍ଦ୍ର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ। ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ନିଜକୁ ସାମିଲ କରିବେ ଏବଂ ଆମୋଦପ୍ରମୋଦ, ମଉଜମଜଲିସରେ ଅଧିକ ଧ୍ୟାନ ଦେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : କଫି, ସଂଖ୍ୟା : ୨, ଆରାଧନା : ମା’ କମଳା।
ମିଥୁନ : ଦ୍ୱାଦଶ ଚନ୍ଦ୍ର ଏବଂ ସକାଳ ୮ଟା ୩୨ମିନିଟ୍ ପରେ ଶୁକ୍ଳପକ୍ଷ ଭୋଗ ହେଉଥିବାରୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ। ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ। ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ। ଶୁଭରଙ୍ଗ :ମେରୁନ୍, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ।
କର୍କଟ : ଏକାଦଶ ଚନ୍ଦ୍ର, ମଙ୍ଗଳବାର ଏବଂ ସକାଳ ୫ଟା ୩୨ମିନିଟ୍ ପରେ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ। ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ଆର୍ଥିକସ୍ଥିତିରେ ସୁଧାର ଆସିବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେସମର୍ଥ ହେବେଏବଂଉନ୍ନତିମୂଳକକର୍ମରେ ଧ୍ୟାନ ଅଧିକଦେବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ସୁଯୋଗ ଜୁଟିବ। କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ। ଯେଉଁମାନଙ୍କର ପୁଷ୍ୟାକର୍କଟ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୧, ଆରାଧନା : ମା’ ସମଲେଶ୍ୱରୀ।
ସିଂହ : ଦଶମ ଚନ୍ଦ୍ର, ମଙ୍ଗଳବାର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ। ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ। ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ମା’ ମାତଙ୍ଗୀ।
କନ୍ୟା : ନବମ ଚନ୍ଦ୍ର ଏବଂ ସକାଳ ୫ଟା ୩୨ ମିନିଟ୍ ପରେ ଶୁକ୍ଳପକ୍ଷ ଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ। ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ। କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୦୮, ଆରାଧନା : ମା’ ଛିନ୍ନମସ୍ତା।
ତୁଳା : ଅଷ୍ଟମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ ମଧ୍ୟମ ଧରଣର ଶୁଭଫଳ ମିଳିଲେ ମଧ୍ୟ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ସ୍ୱଜନ, ପରିଜନଙ୍କ ସହ ବିବାଦ ଓ ପଡ଼ୋଶୀଙ୍କ ସହ ତିକ୍ତତା ଦେଖାଦେବ। ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ା ପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖା ଦେବ। ଯେଉଁମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଚକୋଲେଟ୍, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ।
ବିଛା : ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଦାମ୍ପତ୍ୟ ଜୀବନରେ ଝଡ଼ର ସୂତ୍ରପାତ ହେବ। ପରିଚିତ ମହିଳାଙ୍କ ଠାରୁ ଅପମାନ କିମ୍ବା ତାଙ୍କ ସହ ବିବାଦ ହୋଇପାରେ। ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ। ଯେଉଁମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ।
ଧନୁ : ଷଷ୍ଠ ଚନ୍ଦ୍ର, ମଙ୍ଗଳବାର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ। ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ ଓ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ। ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ।
ମକର : ପଞ୍ଚମ ଚନ୍ଦ୍ର ଏବଂ ସକାଳ ୮ଟା ୩୨ ମିନିଟ୍ ପରେ ଶୁକ୍ଳପକ୍ଷ ଭୋଗ ହେଉଥିବାରୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ। ସନ୍ତାନମାନଙ୍କ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ କର୍ମକୁ ନେଇ ଗର୍ବ ଅନୁଭବ କରିବେ ଏବଂ ପିତାମାତାଙ୍କ କୃପା ଲାଭ କରିବେ।ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ ଓ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ।
କୁମ୍ଭ : ଚତୁର୍ଥ ଚନ୍ଦ୍ର ଏବଂ ସକାଳ ୮ଟା ୩୨ମିନିଟ୍ ପରେ ଶୁକ୍ଳପକ୍ଷ ଭୋଗହେଉଥିବାରୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ପୁରାତନ ବିବାଦ, ଜମିଜମା ବିବାଦ ଲାଗି ରହିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ। ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ କିମ୍ବା ଆର୍ଥିକ ଠକାମିରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ। ଶୁଭରଙ୍ଗ :ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।
ମୀନ : ତୃତୀୟ ଚନ୍ଦ୍ର, ମଙ୍ଗଳବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ। ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣହେବ ଏବଂ ସମସ୍ତ ଈପ୍ସିତ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ। ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ ଓ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ସେମାନେ ଉପକୃତହେବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ତାରା।
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଯୋଗାଯୋଗ.: ୯୪୩୭୧୩୩୪୭୩