ପ୍ରମୂଖ ଖବର
  • ହିନ୍ଦୋଳ : ବେଡ଼ାପଡ଼ା ଗାଁରେ ବିଏନ୍‌ଏସ୍‌-୧୬୩ ଧାରା ଲାଗୁ, ନିୟମ ନମାନିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
  • ||
  • କଟକ : ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ୱାଟର୍‌ ମାର୍କ କୋଡ୍‌, ଭାଇରାଲ୍‌ ରୋକିବାକୁ ବୋର୍ଡର ପଦକ୍ଷେପ
  • ||
  • ନବରଙ୍ଗପୁର : ଯାତ୍ରୀବାହି ବସ୍‌ ଓ ପାଇପ ବୋଝେଇ ଟ୍ରକ୍‌ ମଧ୍ୟରେ ଧକ୍କା,୪ ଆହତ
  • ||
  • ବୁଧବାର ଅପରାହ୍ନରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ
  • ||
  • ବୌଦ୍ଧ : ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌, ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର ବିମାନବନ୍ଦରରୁ ୪ କୋଟିର ନିଶାଦ୍ରବ୍ୟ ଜବତ, ଜଣେ ଗିରଫ
  • ||

ମଙ୍ଗଳବାର ରାଶିଫଳ; ଜାଣନ୍ତୁ ମକର ସଂକ୍ରାନ୍ତିରେ କେଉଁ ରାଶିରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଛି...

Published By : Bijay Swain | January 14, 2025 12:26 AM

ଅଦ୍ୟ ତା.୧୪.୦୧.୨୦୨୫ରିଖ, ମକର ୧ ଦିନ, ମାଘ ମାସ କୃଷ୍ଣ ପକ୍ଷ, ପ୍ରତିପଦା, ମଙ୍ଗଳବାର। ପ୍ରତିପଦା: ରାତ୍ରି ୩ଟା ୨୧ ମିନିଟ୍‌, ପୁନର୍ବସୁ: ଦିବା ୧୦ଟା ୧୭ ମିନିଟ୍‌, କର୍କଟ ଚନ୍ଦ୍ର : ୬୦ ଦଣ୍ଡ ଅହୋରାତ୍ର। ସୂର୍ଯ୍ୟୋଦୟ : ୬ଟା ୨୫ ମିନିଟ୍‌ ୦୮ ସେକେଣ୍ଡ, ସୂର୍ଯ୍ୟାସ୍ତ : ୫ଟା ୨୫ ମିନିଟ୍‌ ୨୬ ସେକେଣ୍ଡ, ଯୋଗିନୀ ପୂର୍ବେ, ରାତ୍ରି ୩ଟା ୨୧ମିନିଟ୍‌ ଗତେ ଉତ୍ତରେ। ମୃତେ ଦ୍ୱିପାଦ, ଦିବା ୧୦ଟା ୧୨ ମିନିଟ୍‌ ଗତେ ଏକପାଦ, ରାତ୍ରି ୩ଟା ୨୧ ମିନିଟ୍‌ ଗତେ ଦ୍ୱିପାଦ ପୁଷ୍କର ଦୋଷ। ପାଣି କଖାରୁ ଖାଇବା ମନା, ଖାଇଲେ ଅର୍ଥହାନୀ। ଅମୃତ ବେଳା : ଦିବା ୧୦ଟା ୦୫ ମିନିଟ୍‌ ଗତେ, ଅପରାହ୍ଣ ୧୨ଟା ୧୭ ମିନିଟ୍‌ ମଧ୍ୟେ, ୩ଟା ୧୩ମିନିଟ୍‌ ଗତେ, ୪ଟା ୪୧ ମିନିଟ୍‌ ମଧ୍ୟେ।

ଆଜିର ରାଶିଫଳ

ମେଷ : ଚତୁର୍ଥ ଚନ୍ଦ୍ର, କୃଷ୍ଣ ପକ୍ଷ ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ।  ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନ ପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ।

ବୃଷ : ତୃତୀୟ ଚନ୍ଦ୍ର ଏବଂ ଦିବା ୧୦ଟା ୧୭ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ। ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ। ଭାଇ ଭଉଣୀଙ୍କ ସାହାଯ୍ୟ, ସହଯୋଗ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ନିବିଡ଼ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ। ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୨, ଆରାଧନା : ମା’ କମଳା।

ମିଥୁନ : କୃଷ୍ଣ ପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନ, ପରିଜନଙ୍କ ସହ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ। ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗିରହିବ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ। ଶୁଭରଙ୍ଗ :କଫି, ସଂଖ୍ୟା : ୬, ଆରାଧନା : ମା’ ତ୍ରିପୁର ସୁନ୍ଦରୀ।

କର୍କଟ : ଶ୍ରୀଚନ୍ଦ୍ର, ମଙ୍ଗଳବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ। ଆମୋଦ ପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ। ଯେଉଁ ମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୩, ଆରାଧନା : ଭଗବାନ ଶିବ ।

ସିଂହ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ସାମୟିକ ମୁକ୍ତି ମିଳିବ। ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଲୋପ ପାଇବ ଏବଂ ମନ ପ୍ରଫୁଲ୍ଲ ରହିବ। ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ। ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୧୧, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

କନ୍ୟା : ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ରହିବ ଏବଂ ବିଭିନ୍ନ ଉତ୍ସରୁ ଧନ ପ୍ରାପ୍ତି ହେବ। ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ। ନୂତନ କର୍ମାରମ୍ଭ, ବିଦେଶ ଯାତ୍ରା ଆଦିର ସୁଯୋଗ ଜୁଟିବ ଏବଂ ସମସ୍ତ ଉନ୍ନତି ମୂଳକ କର୍ମରେ ଧ୍ୟାନ ଅଧିକ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ।

ତୁଳା: ଦଶମ ଚନ୍ଦ୍ର ଯୋଗୁ ଚଳଚଞ୍ଚଳ ଓ କର୍ମତତ୍ପର ରହିବେ। କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କର୍ମ  ନିପୁଣତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଚାଲିଚଳନ, ବ୍ୟବହାର ଓ କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବେ। ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ସମଲେଶ୍ୱରୀ।

ବିଛା : କୃଷ୍ଣପକ୍ଷର ନବମ ଚନ୍ଦ୍ରଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ। ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ। ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ।

ଧନୁ : ଅଷ୍ଟମ ଚନ୍ଦ୍ର, ମକର ସଂକ୍ରାନ୍ତି ଏବଂ ଦିବା ୧୦ଟା ୧୭ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ। ମନରେ ଅସ୍ଥିରତା, ପରିବାରରେ ଅଶାନ୍ତି ଏବଂ ଶାରୀରିକ ପୀଡ଼ା ଭୋଗିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖାଦେବ। ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କହେବେ।ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ।

ମକର : ସପ୍ତମ ଚନ୍ଦ୍ର, ଘାତବାର ଏବଂ ଦିବା ୧୦ଟା ୧୭ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ। ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ। ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ :କଳା, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା।

କୁମ୍ଭ : ଷଷ୍ଠ ଚନ୍ଦ୍ର, ଦିବା ୧୦ଟା ୧୭ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ। ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବେ। ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ କାଳୀ।

ମୀନ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର, ସ୍ୱଜନରେ ବିବାଦ ଏବଂ ଇତର ଜନଠାରୁ ଅପମାନ ପାଇବେ। ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ସନ୍ତାନମାନେ ବିଶୃଙ୍ଖଳିତ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ରହେବେ। ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କହେବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ଧୂମାବତୀ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ, ଯୋଗାଯୋଗ: ୯୪୩୭୧୩୩୪୭୩

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.