ପ୍ରମୂଖ ଖବର
  • ବିହାରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୪ ମୃତ, ୧୦ରୁ ଅଧିକ ଆହତ
  • ||
  • ଚିତ୍ରକୋଣ୍ଡା ପରେ ଯାଜପୁରରେ ଲଜ୍ଜ୍ୟା, ମା' ହେଲେ ଦଶମ ଶ୍ରେଣୀ ଛାତ୍ରୀ
  • ||
  • ଦାରିଙ୍ଗବାଡିରେ ପ୍ରଥମ ଜିଲ୍ଲା ସ୍ତରୀୟ 'ଇନଭେଷ୍ଟମେଣ୍ଟ ମିଟ୍‌-ଇନଭେଷ୍ଟ କନ୍ଧମାଳ' ଉଦ୍‌ଘାଟିତ
  • ||
  • ଢେଙ୍କାନାଳ : ସୁନା ଦୋକାନର ସଟର ତାଡି ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • କ୍ୟାପିଟାଲ ହସ୍ପିଟାଲ ଏକ୍ସରେ ରୁମ୍‌ରୁ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଆଠଗଡ଼ ବନଖଣ୍ଡରେ ଅଘଟଣ, ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ଦନ୍ତା ହାତୀର ଜୀବନ
  • ||
  • ମାର୍ଚ୍ଚ ୧୩ରୁ ସିୟୁଇଟି ପିଜି ପରୀକ୍ଷା, ୧୫୭ ବିଷୟରେ ୪ ଲକ୍ଷ ୧୨ ହଜାର ପରୀକ୍ଷାର୍ଥୀ ଦେବେ ଏକ୍ସଜାମ୍
  • ||
  • କୋରାପୁଟ : ଭାରସାମ୍ୟ ହରାଇ ବ୍ରିଜ୍‌ରୁ ଖସିଲା ବାଇକ୍‌: ୨ ମୃତ, ଜଣେ ଗୁରୁତର
  • ||
  • ଆଇସିସି ଚାମ୍ପିଅନ୍ସ ଟ୍ରଫି: ଆଜି ମୁହାଁମୁହିଁ ହେବେ ପାକିସ୍ତାନ- ବାଂଲାଦେଶ, ବିଜୟ ପାଇଁ ସବୁ ଶକ୍ତି ଖଟାଇବେ
  • ||
  • ଆସାମରେ ଭୂକମ୍ପ ଝଟ୍‌କା ଅନୁଭୂତ,ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୦ ରେକର୍ଡ
  • ||
  • ଗୁରୁବାର ଓଡ଼ିଶା ଆସିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା, କାଲି ପୁରୀରେ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ ଉଦ୍‌ଘାଟନ କରିବେ
  • ||
  • ଆଗକୁ ୮୦ଦିନ ଗ୍ରୀଷ୍ମ ଲହରି, ୨୦୦୯ରୁ ଓଡ଼ିଶାରେ ତାପମାତ୍ରାରେ ସାଂଘାତିକ ବୃଦ୍ଧି
  • ||

ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର , କାରଣ ଅସ୍ପଷ୍ଟ

Published By : Prameya | February 27, 2025 11:22 PM

ଆଠଗଡ଼,୨୭/୨ : ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର। ମାତ୍ର ଏବେ ଯାଏ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଆଠଗଡ଼ ବ୍ଲକ୍ ଗୁରୁଡ଼ିଝାଟିଆ ପଞ୍ଚାୟତର ସାଉରିଆ ହରିଜନ ସାହିରେ ଅଗ୍ନିକାଣ୍ଡରେ ଦୁଇ ବଖରା ଘର ସହ ସମସ୍ତ ଆସବାବପତ୍ର ସଂପୂର୍ଣ୍ଣ ପୋଡ଼ି ଜଳି ପାଉଁଶ‌ ହୋଇଯାଇଛି । ସାଉରିଆ ଗାଁର ନାରାୟଣ ନାଏକଙ୍କ ଘରେ କେହି ନ ଥିବାବେଳେ ହଠାତ୍ ନିଆଁ ଲଗାଯାଇଥିଲା । ସ୍ଥାନୀୟ ଲୋକେ ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା କରି ବିଫଳ ହୋଇଥିଲେ । 

ଫଳରେ ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବରପାଇ ଆଠଗଡ଼ ଏବଂ ଚୌଦ୍ୱାରରୁ ଦୁଇଟି ଅଗ୍ନିଶମ ବିଭାଗର ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ହେଲେ ସେତେବେଳକୁ ସମ୍ପୂର୍ଣ୍ଣ ଘର ପୋଡ଼ି ଜଳି ପାଉଁଶ ହୋଇଯାଇଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.