ପ୍ରମୂଖ ଖବର
  • କୋରାପୁଟ : ଜଲାପୁଟ ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା
  • ||
  • ଅଣାୟତ୍ତ ଡାଇରିଆ ସ୍ଥିତି; ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଗୃହ ଏବଂ ନଗର ଉନ୍ନୟନ ବିଭାଗର ଆଲର୍ଟ
  • ||
  • ରଥଯାତ୍ରାକୁ ନେଇ କଠୋର ହେଲେ ସରକାର, ରଥ ଉପରକୁ ଅଣସେବାୟତ ଚଢିଲେ ହେବେ ଗିରଫ
  • ||
  • ସୁନ୍ଦରଗଡ଼ରେ ଲୁଟେରାଙ୍କ ଆତଙ୍କରାଜ, ବନ୍ଧୁକ ଦେଖାଇ ନେଇଗଲେ ଅଳଙ୍କାର ଓ ନଗଦ ଟଙ୍କା
  • ||
  • ଅଣସର ଦର୍ଶନର ଚତୁର୍ଥ ଦିନ, ରଜ ସଂକ୍ରାନ୍ତି ପାଇଁ ଅଲାରନାଥ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
  • ||
  • ଇସ୍ରାଏଲ-ଇରାନ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି, ତେହେରାନରେ ପ୍ରତିରକ୍ଷା ମନ୍ତ୍ରଣାଳୟ କୋଠା ଓ ପରମାଣୁ ମୁଖ୍ୟାଳୟ ଧ୍ୱଂସ
  • ||
  • କେଦାରନାଥ ନିକଟରେ ହେଲିକପ୍ଟର୍ ଦୁର୍ଘଟଣା, ୬ ମୃତ
  • ||
  • ନାଇଜେରିଆରେ ଗୁଳିମାଡ କଲେ ବନ୍ଧୁକଧାରୀ, ୧୦୦ ଜଣଙ୍କର ମୃତ୍ୟୁ
  • ||
  • ଆଗେଇବ ମୌସୁମୀ ବାୟୁ, ୨୦ ଲଘୁଚାପରେ ଆଗକୁ ହେବ ଅଗ୍ରସର: ଆଜି ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାକୁ ଆଲର୍ଟ
  • ||

୨ ବାଇକ୍‌ ମୁହାଁମୁହିଁ ଧକ୍କା: ୨ ମୃତ , ଦୁଇ ଗୁରୁତର

Published By : Harapriya Sethi | June 12, 2025 10:50 AM

ଅନୁଗୁଳ, ୧୨/୦୬ (ଜଗଦୀଶ ନାୟକ): ଅନୁଗୁଳ ସଦର ଥାନା ଅନ୍ତର୍ଗତ ସାକସିଂହା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ୨ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଛନ୍ତି । ମୃତକ ନତଡା ଗାଁରେ ଅଜୟ ବେହେରା (୧୯), ଅନୀଲ ବଂଥଲା ଏବଂ ଗୁରୁତର ସୁବ୍ରତ ପ୍ରଧାନ(୧୮), ସୁନୀଲ ବେହେରା (୨୦)  ବୋଲି ଜଣାପଡ଼ିଛି । 

ସୂଚନା ମୁତାବକ, ନତଡା ଗ୍ରାମର ଅଜୟ ବେହେରା, ସୁବ୍ରତ ପ୍ରଧାନ ଓ ସୁନୀଲ ବେହେରା ଏକ ବାଇକ ଯୋଗେ ଅନୁଗୁଳ ଆଡ଼କୁ ଆସୁଥିଲେ । ଅପର ପକ୍ଷରୁ ଅନୀଲ ବଂଥଲା ନାମକ ଯୁବକ ଆସୁଥିବା ବେଳେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ନତଡା ଗ୍ରାମର ଅଜୟ ବେହେରାଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟ ମାନଙ୍କୁ ଆମ୍ବୁଲାନ୍ସ ଯୋଗେ ସ୍ଥାନୀୟ ଲୋକେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଡାକ୍ତରଖାନାରେ ଅନୀଲ ବଂଥଲାଙ୍କ ମୃତ୍ୟୁ ହୋଇଛି । ଅନୀଲଙ୍କ ଘର ତେଲେଙ୍ଗାନା ହୋଇଥିବା ବେଳେ ସେ ଏଠାରେ ଏକ କୋଇଲା ଖଣିରେ କାର୍ଯ୍ୟ କରୁଥିବା ଜଣାପଡ଼ିଛି । ଗୁରୁତର ସୁବ୍ରତ ପ୍ରଧାନ ଓ  ସୁନୀଲ ବେହେରାଙ୍କ ଚିକିତ୍ସା ଜାରି ରହିଛି। ପୁଲିସ ମୃତଦେହ ଜବତ କରି ତଦନ୍ତ ଚଳାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.