ପ୍ରମୂଖ ଖବର
  • ଗାଁ ନିକଟରେ ବୁଲୁଛନ୍ତି ଗୋଠଛଡ଼ା ମା’-ଛୁଆ ହାତୀ, ଭୟଭୀତ ଲୋକେ
  • ||
  • ଝିଅ ବାହାଘର ପାଇଁ ଜମି ବିକ୍ର କରି ରଖିଥିଲେ ଟଙ୍କା ଏବଂ ସୁନା, କଳାକନା ବୁଲାଇଦେଲେ ଦୁର୍ବୃତ୍ତ
  • ||
  • ବ୍ଲାକ୍‌ମେଲ୍‌ ଓ ସେକ୍ସଟର୍ସନ୍‌ର ଶିକାର ମହିଳା ଡାକ୍ତରଙ୍କ ଆତ୍ମହତ୍ୟା ମାମଲା, ୫ ଦିନିଆ ରିମାଣ୍ଡରେ ନାଇଜେରୀୟ ଠକ
  • ||
  • ବିଧାନସଭା ବଜେଟ ଅଧିବେଶ, ଗିନି ଘଣ୍ଟମାଡ଼ ଧୋଇଗଲା ପ୍ରଶ୍ନକାଳ, ଦିନ ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ
  • ||
  • ଆଇପିଏଲ୍ ୨୦୨୫: ଆଜି ଗୁଜରାଟ ଟାଇଟନ୍ସ-ପଞ୍ଜାବ କିଙ୍ଗ୍‌ସ ଲଢ଼େଇ, ଫୋକସ୍‌ରେ ପଣ୍ଟିଂ-ଆୟର ଯୋଡ଼ି
  • ||
  • ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଟଙ୍କାର ପାହାଡ଼, ଫ୍ଲାଟରୁ ନଗଦ ୧୭ ଲକ୍ଷ ଠାବ
  • ||
  • ବିଧାନସଭାରେ ଅଚଳାବସ୍ଥା ଜାରି, ଶାସକ-ବିରୋଧୀଙ୍କ ଜିଦ ଯୋଗୁଁ ଚାଲିପାରୁନି ଗୃହ
  • ||
  • ନନ୍ଦନକାନନ ଅସ୍ଥାୟୀ କର୍ମଚାରୀଙ୍କ ଧାରଣା, ସ୍ଥାୟୀ ନିଯୁକ୍ତି ଦାବିରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ
  • ||
  • ରାଜ୍ୟରେ ବଦଳିବ ପାଗର ମିଜାଜ୍, ଉପରମୁହାଁ ​‌ହେବ ପାରଦ: ୩ ଦିନରେ ୫ ଡିଗ୍ରୀ ବଢ଼ିବ ତାତି
  • ||

ସୋଆରେ ଦୁଇ ଦିନିଆ ‘ବିକଶିତ ଭାରତ ଯୁବ ସଂସଦ ୨୦୨୫’ କାର୍ଯ୍ୟକ୍ରମ

Published By : Prameya | March 22, 2025 11:16 AM

ଭୁବନେଶ୍ୱର, ୨୨।୦୩ : ସୋଆରେ ଦୁଇ ଦିନିଆ ‘ବିକଶିତ ଭାରତ ଯୁବ ସଂସଦ ୨୦୨୫’ କାର୍ଯ୍ୟକ୍ରମ ଉଦ୍‌ଘାଟିତ । ଖୋର୍ଦ୍ଧା ଜିଲ୍ଲା ପାଇଁ ଆରମ୍ଭ ହେବାକୁ ଯାଉଥିବା ସୋଆ ଏନ୍‌ଏସ୍‌ଏସ୍ ବ୍ୟୁରୋ ଦ୍ୱାରା ଆୟୋଜିତ ‘ବିକଶିତ ଭାରତ ଯୁବ ସଂସଦ ୨୦୨୫’ କାର୍ଯ୍ୟକ୍ରମ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) କ୍ୟାମ୍ପସର ବାଂଶୁରୀଗୁରୁ ଅଡିଟୋରିୟମ୍‌ରେ ଆରମ୍ଭ ହୋଇଛି। 

ଏହି କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଖୋର୍ଦ୍ଧା ଜିଲ୍ଲା ପାଇଁ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟକୁ ‘ବିକଶିତ ଭାରତ ଯୁବ ସଂସଦ ୨୦୨୫’ର ନୋଡାଲ କେନ୍ଦ୍ର ଭାବେ ଚୟନ କରିଥିବାରୁ ନେହେରୁ ଯୁବ କେନ୍ଦ୍ର ସଂଗଠନ ଭୁବନେଶ୍ୱର ଓ ଏନ୍‌ଏସ୍‌ଏସ୍ ଭୁବନେଶ୍ୱରକୁ ସାଧୁବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ସୋଆ ଆଉଟ୍‌ରିଚ୍ ନିର୍ଦ୍ଦେଶକ ତଥା ଏନ୍‌ଏସ୍‌ଏସ୍ ବ୍ୟୁରୋର କାର୍ଯ୍ୟକ୍ରମ ସଂଯୋଜକ ପ୍ରଫେସର ଡକ୍ଟର ନଚିକେତା ଶର୍ମା ସମସ୍ତ ଅତିଥିବୃନ୍ଦଙ୍କୁ ସ୍ୱାଗତ କରି ସେମାନଙ୍କର ପରିଚୟ ପ୍ରଦାନ କରିଥିଲେ । ଏନଏସ୍‌ଏସ୍ ଭୁବନେଶ୍ୱରର ଯୁବ ଅଧିକାରୀ ଅଜିତ କୁମାର ଯୁବ ସଂସଦ କାର୍ଯ୍ୟକ୍ରମର ଗଠନ ଉପରେ ବକ୍ତବ୍ୟ ରଖିଥିଲେ । 

ଏନଏସଏସ୍ ଭୁବନେଶ୍ୱରର ଆଞ୍ଚଳିକ ନିର୍ଦ୍ଦେଶିକା ସୁଶ୍ରୀ ସରିତା ପଟେଲ ତାଙ୍କ ବକ୍ତବ୍ୟରେ କହିଥିଲେ ‘ଭାରତ ସରକାରଙ୍କର ଏହି ‘ବିକଶିତ ଭାରତ ଯୁବ ସଂସଦ ୨୦୨୫’ କାର୍ଯ୍ୟକ୍ରମ ଅନେକ ଯୁବାପ୍ରତିଭାଙ୍କୁ ଆଗକୁ ଆସିବାର ସୁଯୋଗ ପ୍ରଦାନ କରିଛି  । ସେମାନଙ୍କ ପ୍ରତିଭା ଓ ବିଚାରକୁ ସର୍ବ ସମ୍ମୁଖରେ ଉପସ୍ଥାପିତ କରିବାର ସୁଯୋଗ ମଧ୍ୟ ପ୍ରଦାନ କରିଛି । ସେହିପରି ନେହେରୁ ଯୁବ କେନ୍ଦ୍ର ସଂଗଠନ ଭୁବନେଶ୍ୱର (ପୂର୍ବାଂଚଳ)ର ଆଂଚଳିକ ନିର୍ଦ୍ଦେଶକ ଶିବାଜୀ ମୁରଲୀଧର ଖରାଟ କହିଥିଲେ ଯେ ଆମ ଯୁବ ବକ୍ତାଙ୍କୁ ଶୁଣିଲେ ଲାଗେ ଆମ ଭାରତରେ କେତେ ପ୍ରତିଭାପୂର୍ଣ୍ଣ ଯୁବକ ଅଛନ୍ତି । 

ନେହେରୁ ଯୁବ କେନ୍ଦ୍ର ସଂଗଠନର ଜିଲ୍ଲା ଯୁବ ଅଧିକାରୀ ବିପିନ କୁମାର ଅଭିଭାଷଣରେ କହିଥିଲେ ଯେ କରୋନା ସମୟରେ ଏହି କାର୍ଯ୍ୟକ୍ରମ ଅନ୍‌ଲାଇନ୍ ମାଧ୍ୟମରେ ହେଉଥିଲା । ଏବେ ଅଫଲାଇନ୍ ମାଧ୍ୟମରେ ହେଉଛି । ଏଥିରେ ଭାଗ ନେଇଥିବା ଯୁବାମାନେ ଭାରତର ବିକାଶ ପାଇଁ ବକ୍ତବ୍ୟ ରଖିବେ ଏବଂ ଯୁବ ସଂସଦ ପାଇଁ ମନୋନୀତ ହେବେ। 

ଏହି କାର୍ଯ୍ୟକ୍ରମର ସଂଯୋଜକ ସୋଆ ଏନଏସଏସ୍ ବ୍ୟୁରୋ ଡକ୍ଟର କମଳଲୋଚନ ମହାନ୍ତ ଧନ୍ୟବାଦ ଅର୍ପଣ କରିଥିଲେ । ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରୁ ପ୍ରାୟ ୧୨୦ଜଣ ଛାତ୍ରଛାତ୍ରୀ  ଅଂଶ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମର ମୁଖ୍ୟ ବିଷୟ ‘ଏକ ଦେଶ, ଏକ ନିର୍ବାଚନ’ ରହିଛି । ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଉଥିବା ବେଳେ ୫ ଜଣ ବିଚାରକ ଭୂମିକା ତୁଲାଇବେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.