ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଡିସେମ୍ବର ୧୪ରୁ ସୋଆରେ ଦୁଇ ଦିନିଆ ଆନ୍ତର୍ଜାତିକ ଫିଜିଓଥେରାପି ସମ୍ମିଳନୀ

Published By : Ladu Kishor | December 9, 2024 10:04 PM

ଭୁବନେଶ୍ୱର ୯/୧୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ଫିଜିଓଥେରାପି ବିଭାଗ, ଇଣ୍ଡିଆନ୍‌ ଆସୋସିଏସନ୍‌ ଅଫ୍‌ ଫିଜିଓଥେରାପି (ଆଇଏପି) ଉତ୍କଳ ଶାଖା ଏବଂ ଆଇଏପିର ମହିଳା ଶାଖା ପକ୍ଷରୁ ଆସନ୍ତା ଡିସେମ୍ବର ୧୪ ଓ ୧୫ ଦୁଇ ଦିନ ଧରି ସୋଆ କ୍ୟାମ୍ପସ୍‌ ୨ରେ ଏକ ଆନ୍ତର୍ଜାତିକ ଫିଜିଓଥେରାପି ସମ୍ମିଳନୀର ଆୟୋଜନ କରାଯାଉଛି। ଓଡ଼ିଶାର ପ୍ରଥମ ଥର ପାଇଁ ଆୟୋଜନ କରାଯାଇଥିବା ଏହି ଆନ୍ତର୍ଜାତିକ ସମ୍ମିଳନୀରେ ଓଡ଼ିଶା ଏବଂ ଭାରତ ସମେତ ବିଦେଶରୁ ପ୍ରାୟ ୧୦୦୦ ରୁ ଊଦ୍ଧ୍ୱର୍ ପ୍ରତିନିଧି ସାମିଲ ହେବେ ବୋଲି ସୋମବାର ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଆଇଏମ୍‌ଏସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ର ମେଡିକାଲ୍‌ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର ସୂଚନା ଦେଇଛନ୍ତି ।

ଏହି ଅବସରରେ ସମ୍‌ ହସ୍ପିଟାଲ୍‌ର ଫିଜିଓଥେରାପି ବିଭାଗର ମୁଖ୍ୟ ତଥା ସମ୍ମିଳନୀର ଅର୍ଗାନାଇଜିଂ ଚେୟାରପର୍ସନ୍‌ ଓ ଆଇଏପି ଓଡ଼ିଶା ଶାଖାର ରାଜ୍ୟ ସଭାପତି ଡାକ୍ତର ସ୍ତିତିପ୍ରଜ୍ଞା ଦଳ ବେହେରା କହିଛନ୍ତି ଯେ ଏହି ସମ୍ମିଳନୀର ପ୍ରସଙ୍ଗ ରହିଛି  ‘ଆଡ୍‌ଭାନ୍ସମେଂଟ ଇନ୍‌ ଫିଜିଓଥେରାପି ଇନ୍‌ ନ୍ୟୁରୋମସ୍‌କୁଲୋସ୍କେଲିଟାଲ୍‌ ଡିଜ୍‌ଅଡର୍ସ’ । ସମ୍ମିଳନୀରେ ମୁଖ୍ୟତଃ ସ୍ନାୟୁ ରୋଗ ଏବଂ ଦୁର୍ଘଟଣାରେ ପୀଡ଼ିତ ହୋଇଥିବା ରୋଗୀମାନଙ୍କର ଫିଜିଓଥେରାପି ଚିକିତ୍ସା, ମହିଳାଙ୍କ ସ୍ୱାସ୍ଥ୍ୟ, ମଣିଷ ନୀରବରେ ସହ୍ୟ କରୁଥିବା ଅନେକ ଶାରୀରିକ କଷ୍ଟ ଏବଂ ଶିଶୁମାନଙ୍କ କ୍ଷେତ୍ରରେ ଫିଜିଓଥେରାପିର ଗୁରୁତ୍ୱ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯିବ ବୋଲି ଡାକ୍ତର ଦଳବେହେରା କହିଛନ୍ତି। 

ସମ୍ମିଳନୀରେ ନେପାଳ ଓ ନ୍ୟୁଜିଲ୍ୟାଣ୍ଡ ଭଳି ଦେଶରୁ ମହିଳା ପ୍ରତିନିଧି ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ହାଇବ୍ରିଡ୍‌ ମୋଡରେ ମଧ୍ୟ ପରିଚାଳନା କରାଯିବ । ସାମ୍ବାଦିକ ସମ୍ମିଳନୀରେ ଆଇଏପିର ସଭାପତି ଭୁବନାନନ୍ଦ ପାଣି, କାର୍ଯ୍ୟକର୍ତା ପ୍ରଭଞ୍ଜନ ରାୟସାମନ୍ତ ଏବଂ ପ୍ରୟାସ ରଥ ପ୍ରମୁଖ ଉପସ୍ଥିତ ଥିଲେ।

 

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.