ପ୍ରମୂଖ ଖବର
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପ୍ରାର୍ଥୀବ ଶରୀରର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • କଟକ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରେଭେନ୍ସା ବିଶ୍ୱବିଦ୍ୟାଳୟ ୧୩ ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ
  • ||
  • ମଙ୍ଗଳବାରଠୁ ଆଧାର ଓଟିପିରୁ ବୁକ୍‌ ହେବ ତତ୍କାଳ ଟିକଟ, ପ୍ରଥମ ୩୦ ମିନିଟ୍‌ ଏଜେଣ୍ଟ କରିପାରିବେନି ବୁକିଂ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ପୋଖରୀରେ ଗାଧୋଇବା ବେଳେ ଅଘଟଣ, ଗଭୀର ପାଣିରେ ବୁଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ

Published By : Harapriya Sethi | April 24, 2025 1:01 PM

ଭଦ୍ରକ,୨୪/୦୪: ଭଦ୍ରକ ଜିଲ୍ଲା କସିଆ ସାମୁଦ୍ରିକ ଥାନା ଅନ୍ତର୍ଗତ ଚାନ୍ଦିମାଳ ଡିହସାହି ଗ୍ରାମର ଅଘଟଣ। ପୋଖରୀରେ ପଡି ଦୁଇ ଭଉଣୀ ମୃତ । ମୃତ ଦୁଇ ଭଉଣୀ ହେଲେ ସାନକୃଷ୍ଣପୁର ପଞ୍ଚାୟତ ଡିହସାହି ଗାଁର ବସନ୍ତ ମଳିକଙ୍କ ଦୁଇ ଝିଅ କ୍ରିଷ୍ଣା ରାଣୀ (୭) ଓ କୋଏଲ ମଳିକ(୫) ବୋଲି ଜଣାପଡିଛି । 

ସୂଚନା ମୁତାବକ, ଗୁରୁବାର ସକାଳେ ଦୁଇ ଭଉଣୀ ଜେଜେମା ସହିତ ନିକଟସ୍ଥ ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ଜେଜେମା ପୋଖରୀରେ ଗାଧୋଇ ଉଠିଆସି ଘରକୁ ଚାଲି ଆସିଥିଲେ। ହେଲେ ଦୁଇ ଝିଅ ଘରକୁ ଫେରି ନଥିଲେ । ଘରକୁ ନଫେରିବାରୁ ପରିବାର ଲୋକେ ଆସି ଖୋଜିଥିଲେ । ପରେ ପରିବାର ଲୋକେ ଉଭୟଙ୍କୁ ସଂଜ୍ଞାହୀନ ଅବସ୍ଥାରେ ପାଇ ତୁରନ୍ତ ବାସୁଦେବପୁର ଡାକ୍ତରଖାନା ନେଇଆସିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.