ବାଲିଶଙ୍କରା,୨/୬ : ଅଜଣା ଗାଡ଼ି ଧକ୍କାରେ ଦୁଇ ଯୁବକ ମୃତ। ରବିବାର ରାତି ପ୍ରାୟ ସାଢେ ୧୦ଟା ବେଳେ ସୁନ୍ଦରଗଡ଼ ଜିଲ୍ଲା ତଳସରା ଥାନା ଅନ୍ତର୍ଗତ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବାଲିଶଙ୍କରା ୨୩ ମାଇଲ ଠାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୂଚନାନୁଯାୟୀ, ରବିବାର ରାତି ପ୍ରାୟ ସାଢେ ୧୦ଟା ବେଳେ ତଳସରା ଥାନା ଅନ୍ତର୍ଗତ ବାଲିଶଙ୍କରା ୨୩ ମାଇଲ ଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ମାଳିଡିହି ଗ୍ରାମର ଅବିନାଶ ପ୍ରଧାନ ଓ ବିରଞ୍ଚି ପ୍ରଧାନ। ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ତଳସରା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିଛି। ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।