ପ୍ରମୂଖ ଖବର
  • କଟକ : ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ
  • ||
  • ଇସ୍ରୋକୁ ମିଳିଲେ ନୂଆ ମୁଖ୍ୟ, ଦାୟିତ୍ବ ନେଲେ ଭି. ନାରାୟଣନ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବୈତରଣୀରେ ପକାଇବେ ମକର ବୁଡ଼
  • ||
  • ଶ୍ରୀଲିଙ୍ଗରାଜ ମନ୍ଦିରରେ ବଡ଼ୁ ସେବାୟତ ଓ ମହାସୁଆରଙ୍କ ବିବାଦ, ରାତି ୮ଟାରୁ ପ୍ରଭୁଙ୍କ ନୀତିକାନ୍ତି ବନ୍ଦ
  • ||
  • ଶ୍ରୀମନ୍ଦିରରେ ପବିତ୍ର ମକର ସଂକ୍ରାନ୍ତି, ଶ୍ରୀବିଗ୍ରହଙ୍କୁ ମକରଚୂଳ ଓ ମାଳ ଲାଗି କରାଯାଇ ହେବ ସ୍ୱତନ୍ତ୍ର ବେଶ
  • ||
  • ରାଜ୍ୟରେ ସାମାନ୍ୟ କମିଲା ଶୀତ, ୪ ଦିନ ଯାଏ ପାଗରେ କୌଣସି ପରିବର୍ତ୍ତନ ନାହିଁ
  • ||

UGC-NET ପରୀକ୍ଷା ସ୍ଥଗିତ ରଖିଲା ଏନଟିଏ, ଖୁବଶୀଘ୍ର ଘୋଷଣା ହେବ ନୂଆ ତାରିଖ

Published By : Anindita | January 14, 2025 10:01 AM

ନୂଆଦିଲ୍ଲୀ,୧୪/୦୧: ଆସନ୍ତାକାଲି ଅର୍ଥାତ ଜାନୁଆରୀ ୧୫ ତାରିଖରେ ହେବାକୁ ଥିବା ୟୁଜିସି ନେଟ୍ ପରୀକ୍ଷା ସ୍ଥଗିତ । ପୋଙ୍ଗଲ, ମକର ସଂକ୍ରାନ୍ତି ଏବଂ ଅନ୍ୟାନ୍ୟ ପର୍ବପର୍ବାଣୀ ଯୋଗୁଁ ପରୀକ୍ଷାକୁ ସ୍ଥଗିତ ରଖିଛି ଏନଟିଏ ।  ଜାନୁଆରୀ ୧୫ ତାରିଖରେ ନେଟ୍ ପରୀକ୍ଷା ହେବାର ଥିଲା । ଯାହାକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି । ଖୁବଶୀଘ୍ର ପରୀକ୍ଷାର ନୂଆ ତାରିଖ ଘୋଷଣା କରାଯିବ । ହେଲେ ଜାନୁଆରୀ ୧୬ ତାରିଖରେ ହେବାକୁ ଥିବା ପରୀକ୍ଷା ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଅନୁଷ୍ଠିତ ହେବା ନେଇ ସୂଚନା ରହିଛି। 

ଏହା ମଧ୍ୟ ପଢନ୍ତୁ-ଜାନୁଆରୀ ୩ରୁ ୟୁଜିସି ନେଟ୍‌, ସିବିଟି ମୋଡ୍‌ରେ ପରୀକ୍ଷା ଦେବେ ପ୍ରାର୍ଥୀ

ତେବେ ଏନଟିଏ ସରକାରୀ ବିଜ୍ଞପ୍ତି ଜାରି କରିଛି ଯେଉଁଥିରେ କୁହାଯାଇଛି ଯେ ୧୫ ଜାନୁଆରୀ ୨୦୨୫ରେ ପୋଙ୍ଗଲ, ମକର ସଂକ୍ରାନ୍ତି ଏବଂ ଅନ୍ୟାନ୍ୟ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ୟୁଜିସି ନେଟ୍ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ନୂତନ ତାରିଖ ସୂଚନା ଖୁବଶୀଘ୍ର ଅଫିସିଆଲ ୱେବସାଇଟ ugcnet.nta.ac.inରେ ଉପଲବ୍ଧ ହେବ । ପ୍ରାର୍ଥୀମାନଙ୍କୁ ଅଫିସିଆଲ ୱେବସାଇଟ୍ ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି ଯାହା ଦ୍ୱାରା ସେମାନେ ପରୀକ୍ଷା ସମ୍ବନ୍ଧୀୟ କୌଣସି ନୂତନ ସୂଚନା ବିଷୟରେ ଅବଗତ ହୋଇପାରିବେ । ଡିସେମ୍ବର ଅଧିବେଶନ ପାଇଁ ୟୁଜିସି ନେଟ୍ ପରୀକ୍ଷା ପାଇଁ ସମସ୍ତ ତାରିଖ ପାଇଁ ଏନଟିଏ ଆଡମିଟ୍ କାର୍ଡ ଜାରି କରିଥିବା ଏନଟିଏ କହିଛି ।ତେବେ UGC NET ଆଡମିଟ୍ କାର୍ଡ ପୂର୍ବରୁ ଜାରି ହୋଇସାରିଛି। ପରୀକ୍ଷାର୍ଥୀମାନେ ଜାନୁଆରୀ ୧୬ ତାରିଖରେ ପରୀକ୍ଷା ପାଇଁ ସେମାନଙ୍କର ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.