ପ୍ରମୂଖ ଖବର
  • ବାଲେଶ୍ୱର : ଯାତ୍ରା ଦେଖିବାକୁ ଯାଇ ଫେରିଲେନି ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଖସିଲା ସୁନା ଦର, ୨୪ କ୍ୟାରେଟ୍ ୧୦ ଗ୍ରାମ ପିଛା ୮୮, ୪୦୧ ଟଙ୍କାକୁ ହ୍ରାସ , ରୂପା ଦର କିଲେ ପିଛି ୮୮, ୩୭୫ ଟଙ୍କାକୁ ଖସିଲା
  • ||
  • ଦକ୍ଷିଣ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଉତ୍ତରପଶ୍ଚିମ ଦିଗରେ ଗତି କରିବ
  • ||
  • କଟକ : ବସ୍-ଅଟୋ ମୁହାଁମୁହିଁ ଧକ୍କା, ୩ ଗୁରୁତର
  • ||
  • ପୁରୀ : ସର୍ଟ ସର୍କିଟରୁ ଆମ୍ୱୁଲାନ୍ସରେ ଲାଗିଲା ନିଆଁ, ଅଳ୍ପରେ ବର୍ତ୍ତିଲେ ରୋଗୀ
  • ||
  • ବୌଦ୍ଧ : ୨ କୁଇଣ୍ଟାଲ ଗଞ୍ଜେଇ ସହିତ କାର୍‌ ଏବଂ ବାଇକ୍ ଜବତ, ୩ ଗିରଫ
  • ||
  • ଖୋର୍ଦ୍ଧା : ଷଢେଇଗଡ ଗାଁରେ ବୋମା ବିସ୍ଫୋରଣ: ଜଣେ ମୃତ, ଜଣେ ଗୁରୁତର
  • ||
  • ହାଇଦ୍ରାବାଦର ଚତୁର୍ଥ ପରାଜୟ, ୭ ୱିକେଟ୍‌ରେ ଜିତିଲା ଗୁଜରାଟ, ଆଜି ମୁମ୍ବାଇକୁ ଭେଟିବ ବେଙ୍ଗାଲୁରୁ
  • ||
  • ଓଡ଼ିଆ ନୂଆବର୍ଷ ପୂର୍ବରୁ ବିଜେଡି ସାଙ୍ଗଠନିକ ନିର୍ବାଚନ, ଆଜି ଶଙ୍ଖ ଭବନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ଗଞ୍ଜାମ : ବିଷ ପିଇ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ, ଛାନଭିନ୍‌ କରୁଛି ପୋଲିସ
  • ||

ବିକାନେର୍-ବିଳାସପୁର ସୁପରଫାଷ୍ଟ ଏକ୍ସପ୍ରେସରେ ନିଆଁ, କାରଣ ଅସ୍ପଷ୍ଟ…

Published By : Prameya | April 6, 2025 9:58 PM

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଉଜ୍ଜୟିନୀ ନିକଟରେ ବିକାନେର-ବିଳାସପୁର ସୁପରଫାଷ୍ଟ ଏକ୍ସପ୍ରେସ ଟ୍ରେନରେ ନିଆଁ ଲାଗିଯାଇଛି। ଅଗ୍ନିକାଣ୍ଡ ଯୋଗୁଁ ଟ୍ରେନ୍‌ର ଦୁଇଟି ବଗି ଜଳି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି । ନିଆଁକୁ ନିୟନ୍ତ୍ରଣ କରାଯାଇଛି ଏବଂ ରେଳ ଅଧିକାରୀମାନେ ଘଟଣାର ତଦନ୍ତ କରୁଛନ୍ତି।

ରିପୋର୍ଟ ମୁତାବକ ଉଜ୍ଜୟିନୀ ଜିଲ୍ଲାରେ ରବିବାର ସନ୍ଧ୍ୟାରେ ଯାତ୍ରୀ ଭର୍ତ୍ତି ବିକାନେର-ବିଳାସପୁର ସୁପରଫାଷ୍ଟ ଏକ୍ସପ୍ରେସ (୨୦୮୪୬)ର ଏକ ଅଂଶରେ ନିଆଁ ଲାଗିଯାଇଥିଲା। ଅଧିକାରୀ କହିଛନ୍ତି ଯେ ନିଆଁକୁ ନିୟନ୍ତ୍ରଣ କରାଯାଇଛି ଏବଂ ଅଗ୍ନିକାଣ୍ଡରେ କେହି ଆହତ ହୋଇନାହାଁନ୍ତି।

ପଶ୍ଚିମ ରେଳବାଇର ରତଲାମ ଡିଭିଜନର ଲୋକସମ୍ପର୍କ ଅଧିକାରୀ ଖେମରାଜ ମୀନା ପିଟିଆଇକୁ କହିଛନ୍ତି ଯେ, ସନ୍ଧ୍ୟା ପ୍ରାୟ ୫ଟା ସମୟରେ ତରାନା ଏବଂ ତାଜପୁର ଷ୍ଟେସନ ମଧ୍ୟରେ ବିକାନେର-ବିଳାସପୁର ସୁପରଫାଷ୍ଟ ଏକ୍ସପ୍ରେସ (୨୦୮୪୬)ର ପାୱାର କାର୍ (ଟ୍ରେନର ଅଂଶ ଯାହା ଟ୍ରେନ୍‌କୁ ବିଦ୍ୟୁତ୍ ଯୋଗାଣ କରେ)ରେ ନିଆଁ ଲାଗିଯାଇଥିଲା। ତେବେ ଟ୍ରେନର 'ପାୱାର କାର୍'ରେ ଲାଗିଥିବା ନିଆଁକୁ ନିୟନ୍ତ୍ରଣ କରାଯାଇଥିଲା ଏବଂ ମରାମତି ପରେ, ସନ୍ଧ୍ୟା ୬.୩୦ ରେ ଟ୍ରେନକୁ ତା'ର ଗନ୍ତବ୍ୟସ୍ଥଳକୁ ପଠାଯାଇଥିଲା।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.