ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

‘ମୁଁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଦୌଡ଼ରେ ନାହିଁ’: ଉମା ଭାରତୀ

Published By : Ladu Kishor | July 14, 2025 10:54 PM

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମା ଭାରତୀ ସେହୋରର ଗଣେଶ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି । ଏହି ସମୟରେ ସେ ସାମ୍ବାଦିକ ମାନଙ୍କ ପ୍ରଶ୍ନର ଉତ୍ତର ରଖି ସ୍ପଷ୍ଟ କରିଥିଲେ ଯେ, ମୁଁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଦୌଡ଼ରେ ନାହିଁ। ସେ କହିଥିଲେ ଯେ ଜଣେ ଛୋଟ କର୍ମୀ ମଧ୍ୟ ବିଜେପିରେ ସଭାପତି ହୋଇପାରିବ। କିନ୍ତୁ ମୁଁ ଏହି ଦୌଡ଼ରେ ନାହିଁ।

ଉମା ଭାରତୀ ଉଜ୍ଜୟିନୀର ମହାକାଳେଶ୍ୱର ମନ୍ଦିର ମଧ୍ୟ ପରିଦର୍ଶନ କରିଥିଲେ। ଶ୍ରାବଣ ମାସର ପ୍ରଥମ ସୋମବାରରେ ସେ ଭଗବାନ ମହାକାଳଙ୍କ ଦର୍ଶନ କରିଥିଲେ। ହିନ୍ଦୁ ରାଷ୍ଟ୍ର ପାଇଁ ବଢ଼ୁଥିବା ଦାବି ବିଷୟରେ ପଚରାଯାଇଥିବା ପ୍ରଶ୍ନର ଉତ୍ତର ଦେଇଥିଲେ ସେ। ପୂର୍ବତନ ମୁଖ୍ୟମନ୍ତ୍ରୀ ହିନ୍ଦୁ ରାଜ୍ୟ ଏବଂ ହିନ୍ଦୁ ରାଷ୍ଟ୍ର ମଧ୍ୟରେ ପାର୍ଥକ୍ୟ ମଧ୍ୟ ବ୍ୟାଖ୍ୟା କରିଥିଲେ।

ଉଜ୍ଜୟିନୀରେ ଗଣମାଧ୍ୟମ ସହିତ କଥାବାର୍ତ୍ତା ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଉମା ଭାରତୀ କହିଥିଲେ ଯେ,"ଏହା ଏକ ହିନ୍ଦୁ ରାଷ୍ଟ୍ର, ହିନ୍ଦୁ ରାଜ୍ୟ ନୁହେଁ। ଉଭୟ ମଧ୍ୟରେ ପାର୍ଥକ୍ୟ ଅଛି। ହିନ୍ଦୁ ରାଜ୍ୟର ଅର୍ଥ ହେଉଛି କେବଳ ହିନ୍ଦୁ ମାନଙ୍କର ହିଁ ରହିବ, ଯେତେବେଳେ କି ହିନ୍ଦୁ ରାଷ୍ଟ୍ରର ଅର୍ଥ ହେଉଛି ସର୍ବ ସମାବେଶୀ"

ଉଜ୍ଜୟିନୀରେ ମହାକାଳଙ୍କ ଦର୍ଶନ କରିବା ପରେ ଗଣମାଧ୍ୟମ ସହ କଥାବାର୍ତ୍ତା ସମୟରେ ଉମା ଭାରତୀ ଏହା ମଧ୍ୟ କହିଥିଲେ, "ଯେତେବେଳେ ମୁଁ ମହାକାଳଙ୍କୁ ପ୍ରାର୍ଥନା କରେ ଯେ ଯେପରି ତୁମର ପତାକା ଉଡ଼ିଥାଏ, ସେହିପରି ଧର୍ମର ପତାକା ମଧ୍ୟ ଉଡ଼ି ରହୁ। ଏହା ମୋର ଏକମାତ୍ର ଇଚ୍ଛା। ଯେତେବେଳେ ମୁଁ ବାବା ମହାକାଳଙ୍କ ଡାକ ଅନୁଭବ କରେ, ମୁଁ ଦର୍ଶନ ପାଇଁ ଆସେ, କିନ୍ତୁ ମୁଁ ଶ୍ରାବଣ ମାସରେ ଶିବରାତ୍ରିରେ ମନ୍ଦିରକୁ ଆସିବାକୁ ଚେଷ୍ଟା କରେ, କିନ୍ତୁ ଭକ୍ତମାନେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପାଇଁ ମୁଁ ପ୍ରଥମ ସୋମବାର ଦର୍ଶନ କରିବାକୁ ଠିକ୍ ଭାବିଲି।

ଏହା ସହିତ, ସେ ରାଜ୍ୟର ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବଙ୍କ ପ୍ରଶଂସା କରିଥିଲେ। ସେ କହିଥିଲେ, "ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଜଣେ ଅତ୍ୟନ୍ତ ସମ୍ବେଦନଶୀଳ ବ୍ୟକ୍ତି, ସେ ସବୁକିଛି ଗଭୀର ଭାବରେ ବୁଝନ୍ତି। ମୁଁ ତାଙ୍କ ଉପରେ ବହୁତ ଖୁସି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.