ପ୍ରମୂଖ ଖବର
  • ମୋ ବସ୍‌ରେ ଭୟାବହ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • ଦିଲ୍ଲୀ: ପ୍ରବଳ ବର୍ଷାରେ ଭୁଶୁଡିଲା ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତ, ଜଣେ ମୃତ
  • ||
  • ଜୁଲାଇ ୪ରେ ବ୍ରିଟେନ୍‌ ସାଧାରଣ ନିର୍ବାଚନ, ଶେଷ ବିତର୍କରେ ଷ୍ଟାର୍ମରଙ୍କ ଉପରେ ସୁନକ୍‌ ଭାରୀ
  • ||
  • ଦାରୁବ୍ରହ୍ମଙ୍କ ଶ୍ରୀଅଙ୍ଗରେ ଫୁଲୁରି ତେଲ ଲେପନ ପରେ ଉପଶମ, ଆଜି ମହାପ୍ରଭୁଙ୍କ ଓଷ ଲାଗି ନୀତି
  • ||
  • ଆଗକୁ ଆଉ ଦୁଇଟି ଘୂର୍ଣ୍ଣିବଳୟ ସମ୍ଭାବନା: ଆଜି ୧୪ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା, ୩୦ ଯାଏଁ ବର୍ଷିବ
  • ||

ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା, ସାରା ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା

ଭୁବନେଶ୍ୱର, ୨୩।୬: ସାରା ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା । ଓଡ଼ିଶାର ସବୁ ମହିଳା ପାଇବେ ଏହି ସୁବିଧା । ରାଜ୍ୟର ସବୁ ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କା । ଶହେ ଦିନ ଭିତରେ ଓଡ଼ିଶାରେ କାର୍ଯ୍ୟକାରୀ ହେବ ସୁଭଦ୍ରା ଯୋଜନା । ସୁଭଦ୍ରା ଯୋଜନା ନେଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା ।

ଓଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ କଲ୍ୟାଣ ବିଭାଗ ମନ୍ତ୍ରୀ ପ୍ରଭାତୀ ପରିଡ଼ା ରାଜ୍ୟରେ ସୁଭଦ୍ରା ଯୋଜନା ନେଇ ବଡ଼ ବୟାନ ରଖିଛନ୍ତି । ସୁଭଦ୍ରା ଯୋଜନା କ୍ୟାବିନେଟ ମୋହର ବାଜିବା ପରେ ଡ୍ରାପଟିଙ୍ଗ ଷ୍ଟେଜରେ ଅଛି । ଆଗାମୀ ୧୦୦ ଦିନ ମଧ୍ୟରେ ନିଶ୍ଚିତ ଭାବେ ଶୁଭଦ୍ରା ଲଞ୍ଚ ହେବ । ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସବୁ ମହିଳାଙ୍କୁ ମିଳିବ ଶୁଭଦ୍ରା ସ୍କିମ୍ ଟଙ୍କା । ଏହି ସ୍କିମ୍‌କୁ ମହିଳାମାନଙ୍କ ପାଖରେ ପହଞ୍ଚାଇବା ପାଇଁ ମହିଳା ଓ ଶିଶୁ ବିଭାଗ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିଛି । ଆଉ ସ୍କିମ୍ ପାଇଁ ଯେଉଁ ବଜେଟର ଆବଶ୍ୟକତା ରହିଛି ସେନେଇ ଆମେ ଜିଏସଟି କାଉନସିଲ ବୈଠକରେ କେନ୍ଦ୍ର ସରକାରଙ୍କୁ ଅବଗତ କରାଇଛୁ ବୋଲି କହିଛନ୍ତି ଉପ-ମୁଖ୍ୟମନ୍ତ୍ରୀ  । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.