ପ୍ରମୂଖ ଖବର
  • କଟକର ବିଭିନ୍ନ ହୋଟେଲ୍‌ରେ ଚଢାଉ, ଖାଦ୍ୟର ମାନ ସହ ଲାଇସେନ୍ସ ଯାଞ୍ଚ କରୁଛି ସିଏମ୍‌ସି ଫୁଡ୍ ସେଫ୍ଟି ଟିମ୍‌
  • ||
  • ରାଜଧାନୀରୁ ୩ ଗଞ୍ଜେଇ ବେପାରୀ ଗିରଫ, ୧ କୁଇଣ୍ଟାଲ ଗଞ୍ଜେଇ ଜବତ
  • ||
  • ଭାଲୁଡିଗୀ ଜଙ୍ଗଲରେ ଦୁଇ ଦିନରେ ୨୭ ଜଣ ମାଓବାଦୀ ନିହତ ଘଟଣା : ନୂଆପଡା ଗସ୍ତରେ ଯିବେ ଡିଜିପି
  • ||
  • ଚିକିତ୍ସାଧିନ ଅବସ୍ଥାରେ ହାତୀ ଛୁଆର ମୃତ୍ୟୁ, ନନ୍ଦନକାନନ ଉପନିର୍ଦ୍ଦେଶକଙ୍କ ସୂଚନା
  • ||
  • ଜଳେଶ୍ୱର : ଭରସାମ୍ୟ ହରାଇ ଶ୍ରମିକ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ୭ ଗୁରୁତର
  • ||
  • କରଞ୍ଜିଆ : ମହିଳାଙ୍କୁ ହତ୍ୟା କରି ପୋତିଦେଲା ଯୁବକ, ମାଟିତଳୁ ଉଦ୍ଧାର ହେଲା ମୃତଦେହ
  • ||
  • ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର, ୨୩ ରୁ ଖୋଲିବ ଭିତରକନିକା
  • ||
  • ୨୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ଉତ୍କର୍ଷ ଓଡ଼ିଶା ସମ୍ମେଳନରେ ହେବେ ସାମିଲ
  • ||

ଚିକିତ୍ସାଧିନ ଅବସ୍ଥାରେ ହାତୀ ଛୁଆର ମୃତ୍ୟୁ, ନନ୍ଦନକାନନ ଉପନିର୍ଦ୍ଦେଶକଙ୍କ ସୂଚନା

Published By : Harapriya Sethi | January 22, 2025 10:14 AM

ବାରଙ୍ଗ,୨୨/୦୧: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପ୍ରାଣ ହରାଇଲା ଉଦ୍ଧାର ହୋଇଥିବା ହାତୀ ଛୁଆ । ହାତୀ ଛୁଆଟି ଚଳିତ ମାସ ୬ ତାରିଖରେ କରଞ୍ଜିଆରୁ ଉଦ୍ଧାର ହୋଇ ଆସିଥିବା ବେଳେ ଚିକିତ୍ସାଧିନ ଅବସ୍ଥାରେ ତାର ମୃତ୍ୟୁ ହୋଇଛି । ଏନେଇ ନନ୍ଦନକାନନ ଉପନିର୍ଦ୍ଦେଶକ ସନଥ କୁମାର ନାରାୟଣ ସୂଚନା ଦେଇଛନ୍ତି।

ସୂଚନା ମୁତାବକ, ଚଳିତ ମାସ ୫ ତାରିଖ ବିଳମ୍ବିତ ରାତିରେ କରଞ୍ଜିଆ ବନବିଭାଗ ଏକ ସ୍ବତନ୍ତ୍ର ଗାଡ଼ିରେ ହାତୀ ଛୁଆଟିକୁ ଆଣିଥିବା ବେଳେ ୬ ତାରିଖରେ ଚିକିତ୍ସା ପାଇଁ କରଞ୍ଜିଆରୁ ନନ୍ଦନକାନନ ଆସିଥିଲା । ହାତୀ ଶାଳର ଏକ ସ୍ଵତନ୍ତ୍ର କୋଠରୀରେ ନନ୍ଦନକାନନ ଓ ଓୟୁଏଟି ପ୍ରାଣୀ ଚିକିତ୍ସକଙ୍କ ତତ୍ବାବଧାନରେ ହାତୀ ଛୁଆଟିକୁ ରଖାଯାଇଥିଲା । ସେଠାରେ ତାର ଚିକିତ୍ସା କରାଯାଉଥିଲା । ତେବେ ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାର ମୃତ୍ୟୁ ହୋଇଥିବା ନେଇ ନନ୍ଦନକାନନ ଉପନିର୍ଦ୍ଦେଶକ ସନଥ କୁମାର ନାରାୟଣ ସୂଚନା ଦେଇଛନ୍ତି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.