ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ଏସସିବିରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ଆଇସିୟୁ ନମିଳିବାରୁ ଜୀବନ ଯାଇଥିବା ଅଭିଯୋଗ

Published By : Harapriya Sethi | June 23, 2025 9:22 AM

କଟକ,୨୩/୦୬: ଏସସିବି ମେଡିକାଲକୁ ରବିବାର ଚିକିତ୍ସା ପାଇଁ ଆସିଥିବା ଜଣେ ବିଚାରାଧୀନ କଏଦୀ ଆଇସିୟୁ ନପାଇବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ନରେଶ (୪୫ ବର୍ଷ)। ତାଙ୍କ ଘର ହରିୟାଣା ଅଞ୍ଚଳରେ ବୋଲି ଜଣାପଡ଼ିଛି।

ସୂଚନା ମୁତାବକ, ନରେଶ ଏକ ଚୋରି ମାମଲାରେ ଗିରଫ ହୋଇ ବ୍ରହ୍ମପୁର ଜେଲରେ ବନ୍ଦୀ ଭାବେ ଥିଲେ। ଅସୁସ୍ଥ ହେବାରୁ ଜେଲ୍ ପକ୍ଷରୁ ତାଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ସେଠାରୁ ନରେଶଙ୍କୁ ଡାକ୍ତର ଭୁବନେଶ୍ୱର ଏମ୍‌ସ ପଠାଇଥିଲେ। ସେ ରବିବାର ଏମ୍‌ସରୁ ସ୍ଥାନାନ୍ତର ହୋଇ କଟକ ଏସସିବିରେ ଭର୍ତ୍ତି ହୋଇଥିଲେ। ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବା ସତ୍ତ୍ୱେ ତାଙ୍କୁ ଆଇସିୟୁ ମିଳିପାରି ନଥିଲା। ଉପଯୁକ୍ତ ଚିକିତ୍ସା ନପାଇ ଶେଷରେ ନରେଶ ନ୍ୟୁ ମେଡିସିନ ୱାର୍ଡ ଚଟଣାରେ ପଡ଼ି ପଡ଼ି ସୋମବାର ସକାଳେ ଆଖି ବୁଜିଥିଲେ ବୋଲି ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.