ଭଦ୍ରକ,୧୧/୧୨: କେନାଲରେ ଭାସୁଛି ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ । ଭଦ୍ରକ ଜିଲ୍ଲା ଭଣ୍ଡାରି ପୋଖରୀ ଥାନା ଦକ୍ଷିଣ ବାଡ଼ ପଞ୍ଚାୟତ ସୁନାହାର ନିକଟରେ ଏଭଳି ଘଟଣା ଘଟିଛି ।
ସୂଚନା ମୁତାବକ, ଦକ୍ଷିଣ ବାଡ଼ ପଞ୍ଚାୟତ ସୁନାହାର ନିକଟରେ ଏକ କେନାଲରେ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଭାସୁ ଥିବାର ସ୍ଥାନୀୟଲୋକେ ଦେଖିଥିଲେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଭଣ୍ଡାରି ପୋଖରୀ ଥାନା ପୋଲିସ ପହଞ୍ଚିଥିଲା । ସେଠାରେ ପହଞ୍ଚି କେନାଲରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏହା ସହ ବ୍ୟକ୍ତିଙ୍କ ପରିଚୟ ଖୋଜି ଘଟଣାର ତଦନ୍ତ ଚଳାଇଛି ପୋଲିସ ।