ପ୍ରମୂଖ ଖବର
  • ସମ୍ବଲପୁର ହନୁମାନ ଜୟନ୍ତୀ ଶୋଭାଯାତ୍ରା : ଫ୍ଲାଗମାର୍ଚ୍ଚରେ ପୁଲିସ୍‌ର ଶକ୍ତି ପ୍ରଦର୍ଶନ, ୩୦ ପ୍ଲାଟୁନ ପୁଲିସଙ୍କୁ ନେଇ ସହର ପରିକ୍ରମା
  • ||
  • ମିଆଁମାରରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୫.୫ ରେକର୍ଡ଼
  • ||
  • IPL 2025: ଆଜି ରାଜସ୍ଥାନ ରୟାଲ୍ସ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ, ସଂଘର୍ଷପୂର୍ଣ୍ଣ ହେବ ମ୍ୟାଚ୍
  • ||
  • ସମ୍ବଲପୁରରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ପରାଧି ସୀତାରାମ ଷଡ଼ଙ୍ଗୀର ଗୋଡ଼ରେ ବାଜିଲା ଗୁଳି
  • ||
  • ବିଧେୟକକୁ ରାଜ୍ୟପାଳଙ୍କ ସ୍ୱୀକୃତି, ଓଡ଼ିଶାରେ ଲାଗୁହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ
  • ||
  • ଏଥର ରାଜ୍ୟରେ ଠିକ୍‌ ସମୟରେ ପହଞ୍ଚିବ ମୌସୁମୀ ବାୟୁ: ଜୁନ୍‌ରେ ସ୍ୱାଭାବିକ ବର୍ଷା, ଜୁଲାଇ ଅଧାରୁ ଅଗଷ୍ଟ ଅଧା ଯାଏ ବର୍ଷା କମିବ
  • ||
  • ଭୁବନେଶ୍ୱର : ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ, ଅଳ୍ପକେ ବର୍ତ୍ତିଲେ ସାଙ୍ଗ
  • ||
  • ବ୍ରହ୍ମପୁର : ଟ୍ରେ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||

ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ କଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ

Published By : Prameya | April 11, 2025 5:03 PM

ଭୁବନେଶ୍ବର,୧୧/୪: ରାଜ୍ୟରେ 'ଆୟୁଷ୍ମାନ ଭାରତ' ଯୋଜନାର ଶୁଭାରମ୍ଭ । କଟକରେ ଆୟୋଜିତ କାର୍ଯ୍ୟକ୍ରମରେ ଶୁଭାରମ୍ଭ କଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା । ରାଜ୍ୟର ପ୍ରାୟ ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ମାଗଣା ଚିକିତ୍ସା ସୁବିଧା । ଦେଶର ୨୯ ହଜାରରୁ ଊର୍ଦ୍ଧ୍ବ ହସ୍ପିଟାଲରେ ମିଳିବ ମାଗଣା ଚିକିତ୍ସା ସୁବିଧା ।

ଓଡ଼ିଶାବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା  ଯୋଗାଇ ଦେବାକୁ ରାଜ୍ୟ ସରକାର ୩ଟି  ଯୋଜନାର ଲୋକାର୍ପଣ କରିଛନ୍ତି । ୩ଟି ଯୋଜନାରେ ରାଜ୍ୟର ୧.୩ କୋଟି ପରିବାରର ସାଢ଼େ ୩ କୋଟି ଲୋକ ଯୋଡ଼ି  ହେବେ । ୭୦ ବର୍ଷ ବୟସରୁ ଉର୍ଦ୍ଧ୍ବ ଲୋକମାନଙ୍କୁ  ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ସାମିଲ  କରାଯିବ । ରାଜ୍ୟରେ ଏମାନଙ୍କ ସଂଖ୍ୟା ୨୩  ଲକ୍ଷ ୧୩ ହଜାର । ପ୍ରାୟ ୧୭ ଲକ୍ଷ ଆୟୁଷ୍ମାନ ଏବଂ ଜିଜେଏୱାଇରେ ସାମିଲ ଥିବାରୁ ଆଉ ୬ ଲକ୍ଷ ହିତାଧିକାରୀ ଏହି ଯୋଜନାରେ ଯୋଡ଼ି ହେବେ । ପ୍ରତି ପରିବାର ପିଛା ୫ ଲକ୍ଷ ଟଙ୍କା  ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ । ତେବେ  ପରିବାରର ମହିଳା ହିତାଧିକାରୀଙ୍କ ପାଇଁ  ଅତିରିକ୍ତ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସେବା ପ୍ରଦାନ କରାଯିବ । ଗୋଟିଏ ପରିବାରରେ ୭୦ବର୍ଷରୁ ଅଧିକ ବୟସର ହିତାଧିକାରୀ ଥିଲେ, ପରିବାର ପ୍ରତି ଚିକିତ୍ସା ଖର୍ଚ୍ଚ ସର୍ବାଧିକ ୧୫ ଲକ୍ଷ ଟଙ୍କା ମିଳିବ । 

ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ଼ ମିଳୁଥିଲା । ଏବେ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ ଲେଖାଏଁ କାର୍ଡ ମିଳିବ । ଏହାଦ୍ୱାରା ରାଜ୍ୟ ବାହାରେ ରହୁଥିବା ହିତାଧିକାରୀମାନଙ୍କୁ ଆଉ ମାଗଣା ସ୍ୱାସ୍ଥ୍ୟସେବା ପାଇବାରେ କୌଣସି ଅସୁବିଧା ହେବନି । ବୟୋବନ୍ଦନା ହିତାଧିକାରୀମାନେ ଅଲଗା ସ୍ୱତନ୍ତ୍ର କାର୍ଡ ପାଇବେ । ପୂର୍ବରୁ ୯୦୦ଟି ତାଲିକାଭୁକ୍ତ ହସ୍ପିଟାଲରେ ସ୍ୱାସ୍ଥ୍ୟସେବା ମିଳୁଥିଲା । ଏବେ  ଦେଶର ୨୯ ହଜାର ଅଗ୍ରଣୀ ଘରୋଇ ଏବଂ ସରକାରୀ  ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ସେବା ମିଳିବ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.