ପ୍ରମୂଖ ଖବର
  • ଗୋଲାମୁଣ୍ଡାରେ ଦୁଇଟି ଏ.ଟି.ଏମ ଅଚଳ, ଗ୍ରାହକ ହନ୍ତସନ୍ତ
  • ||
  • ରବିବାର NEET-UG ପରୀକ୍ଷା, ୨୨.୭ ଲକ୍ଷ ପିଲା ଦେବେ ପରୀକ୍ଷା
  • ||
  • ଅନୁଗୁଳ : ଗଛ ପଡି ଚାଲିଗଲା ମହିଳାଙ୍କ ଜୀବନ, ଅଳ୍ପକେ ବର୍ତ୍ତିଲା ତିନି ବର୍ଷର ଛୁଆ
  • ||
  • ପାରାଦୀପ : ହାଇୱା ଦୁର୍ଘଟଣାରେ ୨ ମୃତ, ବନ୍ଦର ଗେଟରେ ତାଲା ପକାଇ ଆନ୍ଦୋଳନ
  • ||

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ

Published By : Prameya | May 2, 2025 4:22 PM

ଭୁବନେଶ୍ବର,୨/୫ : ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ୧୦ ଏବଂ ୧୧ ତାରିଖରେ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏ ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ପ୍ରଦାନ କରିଛନ୍ତି । 

ଆସନ୍ତା ୧୦ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଅମିତ ଶାହ । ଜଟଣୀ ଯାଇ ଫରେନସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ । ସନ୍ଧ୍ୟାରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଏବଂ ସେଠାରେ ରାତ୍ରିଯାପନ କରିବେ । ପର ଦିନ ସମ୍ବଲପୁର ଯାଇ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବା ସହ କିଛି ପ୍ରକଳ୍ପର ଶିଳାନ୍ୟାସ କରିବେ । ପରେ ଭୁବନେଶ୍ୱର ଆସି ଜନତା ମଇଦାନରେ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇ ଅଭିଭାଷଣ ଦେବାର କାର୍ଯ୍ୟକ୍ରମ ରହିଛି । ଏହା ଭିତରେ ରାଜ୍ୟର କିଛି ନେତୃତ୍ୱଙ୍କ ସହ ଆଲୋଚନା କରି ପାରନ୍ତି ଶାହ । 

ଅମିତ ଶାହଙ୍କ ଗସ୍ତ ସଫଳ କରିବାକୁ ବିଜେପି କାର୍ଯ୍ୟାଳୟରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ବିଜେପି ସଭାପତି, ପ୍ରଭାରୀ, ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ ବସି ଆଲୋଚନା କରିଛନ୍ତି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.